Posted inଖେଳ

ଆର୍‌ସିବି ଆଗରେ ୨୦୫ ରନ୍‌ର ଟାର୍ଗେଟ୍‌

କୋଲକାତା,୬।୪: କୋଲକାତାର ଇଡେନ୍‌ ଗାର୍ଡେନରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୯ତମ ମ୍ୟାଚ୍‌ରେ ଆର୍‌ସିବି ଅଧିନାୟକ ଫାଫ ଡୁପ୍ଲେସିସ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ କୋଲକାତା ନାଇଟ ରାଇଡର୍ସ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୨୦୪ ରନ୍‌ କରିଛି। ଫଳରେ ଆର୍‌ସିବି ଆଗରେ୨୦୫ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି କୋଲକାତା।

କୋଲକାତାର ଦୁଇ ଓପନର ରହମାନୁଲ୍ଲା ଗୁରୁବାଜ ଭେଙ୍କଟେଶ ଆୟର ବ୍ୟାଟିଂ କରିବାକୁ ଆସି ପ୍ରାରମ୍ଭିକ ଷ୍ଟାଟ୍‌ ଦେଇଥିଲେ। ଦଳର ୨୧ ନର୍‌ରେ ଭେଙ୍କଟେଶ ୩ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ହେଲେ ରହମାନୁଲ୍ଲା ଧର୍ଯ୍ୟର ସହ ବ୍ୟାଟିଂ କରି ୪୪ ବଲରେ ୬ ଚଉକ୍କା ଏବଂ ୩ ଛକ୍କାା ବଳରେ ୫୭ ରନ୍‌ କରିଥିଲେ। ସେହିପରି ରିଙ୍କୁ ସିଂହ ୪୬ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିସଂ ଖେଳିଥିଲେ। ହେଲେ ଶାର୍ଦ୍ଦୁଳ ଠାକୁର ବିସ୍ଫୋରକ ବ୍ୟାଟିଂ କରି ୨୯ ବଲ୍‌ରେ ୯ ଚଉକ୍କା ଏବଂ ୩ଟି ଛକ୍କା ସହାୟତାରେ ୬୮ ରନ୍‌ କରିଥିଲେ। ଫଳରେ କୋଲକାତା ୨୦୪ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଆର୍‌ସିବି ପକ୍ଷରୁ ଡେଭିଡ୍‌ ଓ୍ବିଲି ଏବଂ କରନ୍‌ ଶର୍ମା ୨ଟି ଲେଖାଏଁ ଉଇକେଟ ନେଇଥିବା ବେଳେ ସହମ୍ମଦ ରିରାଜ, ମାଇକେଲ୍‌ ବ୍ରେସଓ୍ବେଲ୍‌ ଏବଂ ହର୍ଷଲ ପଟେଲ ଗୋଟିଏ ଲେଖାଏଁ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri