Posted inଖେଳ

ଆର୍‌ସିବି ଆଗରେ ୧୭୨ ରନ୍‌ର ଟାର୍ଗେଟ୍‌

ବେଙ୍ଗାଲୁରୁ,୨।୪: ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଆଇପିଏଲର ପଞ୍ଚମ ମ୍ୟାଚରେ ଆର୍‌ସିବି ଅଧିନାୟକ ଫାଫ ଡୁପ୍ଲେସିସ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ମୁମ୍ବାଇ ଇଣ୍ଡିଆନ୍ସ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୭୧ ରନ୍‌ କରିଛି। ଫଳରେ ଆର୍‌ସିବି ଆଗରେ ୧୭୨ ରନ୍‌ର ବିଜୟ ଟାର୍ଗେଟ୍‌ ରଖଛି ମୁମ୍ବାଇ।

ମୁମ୍ବାଇର ଦୁଇ ଓପନର ଅଧିନାୟକ ରୋହିତ ଶର୍ମା ଏବଂ ଇଶାନ କିଶନ୍‌ ବ୍ୟାଟିଂ କରିବାକୁ ଆସି ପ୍ରରମ୍ଭିକ ଷ୍ଟାଟ୍‌ ଦେବାରେ ବିଫଳ ହୋଇଥିଲେ। ଅଧିନାୟକ ରୋହିତ ୧୦ ବଲ୍‌ ଖେଳି ୧ ରନ୍‌ କରି ଆଉଟ୍‌ ହୋଇଯାଇଥିବା ବେଳେ ଇଶାନ ମଧ୍ୟ ୧୦ ରନ୍‌ କରି ଆଉଟ ହୋଇଥିଲେ। ସେହିପରି କ୍ୟାମେରନ୍‌ ଗ୍ରୀନ୍‌ ୪ ରନ୍‌ କରିଥିବା ବେଳେ ସୂର୍ଯ୍ୟ କୁମାର ଯାଦବ ୧୫ ରନ୍‌ କରିବାରେ ସକ୍ଷମ ହୋଇଥିଲେ। ହେଲେ ତିଲକ ବର୍ମା ଧର୍ଯ୍ୟର ସହ ବ୍ୟାଟିଂ କରି ୪୬ ବଲ୍‌ରେ ୮୪ ରନ୍‌ର(୯ ଚଉକ୍କା ଏବଂ ୪ ଛକ୍କା) ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ନଟ୍‌ ଆଉଟ ରହିଥିଲେ। ଫଳରେ ମୁମ୍ବାଇ ୧୭୧ ରନ୍‌ କରିବାରେ ସକ୍ଷମ ହୋଇଥିଲା। ସେହିପରି ନେହଲ ଓ୍ବାଡେରା ୨୫ ରନ୍‌ କରିଥିବା ବେଳେ ଟିମ୍‌ ଡେଭିଡ୍‌ ୪, ହ୍ରିତିକ୍‌ ଶୋକେନ୍‌ ୫ ରନ୍‌ ଏବଂ ଅର୍ଶଦ ଖାନ୍‌ ୧୫ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri