ଇତିହାସ ରଚିଲା RCB: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ହେଲା ଦ୍ୱିତୀୟ ଦଳ

ମୁମ୍ବାଇ,୮।୪: ଓ୍ବାଙ୍ଖେଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)। ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଆରସିବି ୧୨ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଆରସିବି ୨୦ ଓଭରରେ ୫ ଉଇକେଟ ହରାଇ ୨୨୧ ରନ କରିଥିଲା। ଘରୋଇ ପିଚ୍ରେ କଡ଼ା ଚ୍ୟାଲେଞ୍ଜ ଦେଇଥିଲେ ହେଁ ମୁମ୍ବାଇ ଇନିଂସ ୨୦ ଓଭରରେ ୨୦୯/୯ରେ ସୀମିତ ହୋଇ ଯାଇଥିଲା। ତିଲକ ବର୍ମା ୫୬ ଓ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦ୍ରୁତ ୪୨ ରନକରି ମୁମ୍ବାଇକୁ ବିଜୟର ନିକଟତର କରିଥିଲେ ହେଁ ଆସିବି ବୋଲରମାନେ ଠିକ ସମୟରେ ର୍ଧଯ୍ୟ ଦେଖାଇ ବାଜି ମାରିଥିଲେ। ଶେଷ ଓଭରରୁ ବିଜୟ ପାଇଁ ୧୯ ରନ ଆବଶ୍ୟକ ହେଉଥିବାବେଳେ କୃନାଲ ପାଣ୍ଡ୍ୟା ମାତ୍ର ୬ ରନ ଦେଇ ୩ଟି ଉଇକେଟ ନେବା ସହ ନିଜ ଭାଇ ହାର୍ଦ୍ଦିକଙ୍କୁ ପରାଜୟ ସ୍ବାଦ ଚଖାଇଥିଲେ। ୧୦ ବର୍ଷ ପରେ ଓ୍ବାଙ୍ଖେଡେରେ ଏହାଥିଲା ଆରସିବିର ପ୍ରଥମ ବିଜୟ। ଆରସିବି ୪ ମ୍ୟାଚରୁ ୩ୟ ବିଜୟ ହାସଲ କରିଥିବାବେଳେ ମୁମ୍ବାଇ ୫ ମ୍ୟାଚରୁ ୪ର୍ଥ ପରାଜୟ ବରଣ କରିଛି।

IPL ଇତିହାସରେ RCB ଦ୍ୱିତୀୟ ଦଳ ଭାବରେ ୱାଙ୍ଖେଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସକୁ, ଚେପକରେ ଚେନ୍ନାଇ ସୁପର କିଙ୍ଗସକୁ ଏବଂ ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସକୁ ପରାସ୍ତ କରିଛି। ଅର୍ଥାତ୍‌ ଗୋଟିଏ ସିଜିନରେ ସମସ୍ତ ତିନୋଟି ବଡ଼ ଦଳକୁ ସେମାନଙ୍କ ଘରୋଇ ଗ୍ରାଉଣ୍ଡରେ ପରାସ୍ତ କରିବାରେ RCB ଦ୍ୱିତୀୟ ଦଳ ହୋଇଛି। ପୂର୍ବରୁ ୨୦୧୨ ମସିହାରେ ପଞ୍ଜାବ କିଙ୍ଗ୍ସ ଏହା କରିଥିଲା।

ରଜତ ପଟିଦାରଙ୍କ ଅଧିନାୟକତ୍ୱରେ, RCB KKR ବିପକ୍ଷରେ ବିଜୟ ସହିତ ସିଜିନ ଆରମ୍ଭ କରିଥିଲା। ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ମ୍ୟାଚ ରେ ଏହା KKRକୁ ୭ ଉଇକେଟରେ ପରାସ୍ତ କରିଥିଲା। ଦ୍ୱିତୀୟ ମ୍ୟାଚ୍‌ରେ ଚେପକ ଷ୍ଟାଡିୟମରେ RCB ଚେନ୍ନାଇ ସୁପର କିଙ୍ଗ୍ସକୁ ୫୦ ରନ୍‌ରେ ପରାସ୍ତ କରିଥିଲା। ତୃତୀୟ ମ୍ୟାଚ୍‌ରେ ଗୁଜରାଟଠାରୁ ହାରିବା ପରେ, ଦଳ ସୋମବାର ୱାଙ୍ଖେଡେ ଷ୍ଟାଡିୟମରେ ତା’ର ଚତୁର୍ଥ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଥିଲା। ଗୋଟିଏ ସିଜିନରେ ଏହି ଦଳଗୁଡ଼ିକୁ ସେମାନଙ୍କ ଘରୋଇ ଗ୍ରାଉଣ୍ଡରେ ପରାସ୍ତ କରିବାରେ ଏହା IPL ଇତିହାସର ଦ୍ୱିତୀୟ ଦଳ ହୋଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?