Posted inଖେଳ

ଆରସିବି ଏଲିମିନେଟ, କ୍ୱାଲିଫାୟର-୨ ଖେଳିବେ ରାଜସ୍ଥାନ-ହାଇଦ୍ରାବାଦ

ଅହମଦାବାଦ, ୨୨।୫: ଦାୟିତ୍ୱହୀନ ବ୍ୟାଟିଂ ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଇଣ୍ଡିଆନ ପ୍ରିମିୟର ଲିଗ୍‌ରୁ ପୁଣିଥରେ ଏଲିମିନେଟ୍‌ ହୋଇଛି। ଲିଗ୍‌ ପର୍ଯ୍ୟାୟରେ କ୍ରମାଗତ ୬ ମ୍ୟାଚ ଜିତି ପ୍ଲେଅଫ୍‌ରେ ପ୍ରବେଶ କରିଥିବା ଏହି ଦଳ ବୁଧବାର ଅନୁଷ୍ଠିତ ଏଲିମିନେଟ ମ୍ୟାଚରେ ରାଜସ୍ଥାନ ରୟାଲ୍ସଠାରୁ ୪ ଉଇକେଟରେ ହାରି ଯାଇଛି। ଆରସିବି ୨୦ ଓଭରରେ ୮ ଉଇକେଟ ହରାଇ ୧୭୨ ରନ କରିଥିଲା।

ରାଜସ୍ଥାନ ୧୯ ଓଭରରେ ୬ ଉଇକେଟ ହରାଇ ୧୭୪ ରନ ସଂଗ୍ରହ କରି ନେଇଥିଲା। ଟପ୍‌ ଅର୍ଡରରେ ଯଶସ୍ବୀ ଜୟସ୍ବାଲ ୪୫ ରନର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିବାବେଳେ ମଧ୍ୟଭାଗରେ ରିୟାନ ପରାଗଙ୍କ ୨୬ ବଲ୍‌ରୁ ୩୬, ଇମ୍ପାକ୍ଟ ସବ୍‌ଷ୍ଟିଚ୍ୟୁଟ ଶିମରନ ହେଟମେରଙ୍କ ୧୪ ବଲ୍‌ରୁ ୨୬ ଓ ଶେଷରେ ରୋଭମାନ ପାଓ୍ବେଲଙ୍କ ୮ ବଲ୍‌ରୁ ଅପରାଜିତ ୧୬ ରନ ବଳରେ ଦଳ ଗୋଟିଏ ଓଭର ପୂର୍ବରୁ ବିଜୟ ଲକ୍ଷ୍ୟରେ ପହଞ୍ଚି ଯାଇଥିଲା।

ଏହାକୁ ମିଶାଇ ଆରସିବି ୫ମ ଥର ଆଇପିଏଲ୍‌ରେ ଏଲିମିନେଟର ମ୍ୟାଚ ହାରିଛି। ଏହା ପୂର୍ବରୁ ଦଳ ୮ ଥର ପ୍ଲେ-ଅଫ୍‌ରେ ପ୍ରବେଶ କରିଥିଲେ ହେଁ ୪ ଥର ଏଲିମିନେଟରରେ ପରାଜିତ ହୋଇଥିଲା। ଏଠାରେ ବିଜୟ ଦ୍ୱାରା ରାଜସ୍ଥାନ କ୍ୱାଲିଫାୟର-୨ ଖେଳିବାକୁ ଯୋଗ୍ୟ ବିବେଚିତ ହୋଇଛି। ରାଜସ୍ଥାନ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ କ୍ୱାଲିଫାୟର୍ସ-୨ ଶୁକ୍ରବାର ଅନୁଷ୍ଠିତ ହେବ। ଏହାର ବିଜେତା ରବିବାର ହେବାକୁଥିବା ଫାଇନାଲରେ କୋଲକାତା ନାଇଟ ରାଇଡର୍ସକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri