Posted inଖେଳ

ପ୍ଲେ ଅଫ୍‌ ଆଶା ଉଜ୍ଜୀବିତ ରଖିଲା ଆରସିବି

ବେଙ୍ଗାଲୁରୁ,୧୨ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଦିଲ୍ଳୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌କୁ ୪୭ ରନରେ ଜିତି ନେଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)। ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟରେ ଆରସିବି ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟରେ ୧୮୭ ରନ୍‌ କରିଥିଲା ଜବାବରେ ଦିଲ୍ଲୀ ୧୯.୧ ଓଭରରେ ସମସ୍ତ ଉଇକେଟ ହରାଇ ୧୪୦ ରନ୍‌ କରିଥିଲା। ଟସ୍‌ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ବୋଲିଂ କରିଥିଲା।

ଆରସିବି ଅଧିନାୟକ ଫାଫ୍‌ ଡୁ ପ୍ଲେସି ମାତ୍ର ୬ ରନ୍‌ କରି ଦ୍ୱିତୀୟ ଓଭରରେ ପ୍ୟାଭିଲିୟନ୍‌ ଫେରିଥିଲେ। ତେବେ ଷ୍ଟାର ବ୍ୟାଟର ବିରାଟ କୋହଲି ମାତ୍ର ୧୩ ବଲ୍‌ ଖେଳି ୧ ଚୌକା ଓ ୩ ଛକା ସହ ୨୭ ରନ୍‌ କରିଥିଲେ। କୋହଲି ଆଉଟ ହେବା ପରେ ଓ୍ବିଲ ଜ୍ୟାକ୍ସ(୪୧)ଙ୍କ ସହ ଯୋଗ ଦେଇ ରଜତ ପଟିଦାର ତୃତୀୟ ଉଇକେଟରେ ୮୮ ରନ୍‌ ଯୋଡିଥିଲେ। ପଟିଦାର ୩୨ ବଲ୍‌ ଖେଳି ୩ଟି ଲେଖାଏ ଛକା ଓ ଚୌକା ମାରି ୫୨ ରନ୍‌ କରିଥିଲେ। ଅନ୍ୟ ପକ୍ଷରେ ଓ୍ବିଲ୍‌ ଜ୍ୟାକ୍ସ ୨୯ ବଲ୍‌ ଖେଳି ୩ ଚୌକା ଓ ୨ ଛକା ମାରିଥିଲେ। ମଧ୍ୟକ୍ରମରେ ମହିପାଲ ଲୋମରୋର ୧୩, ଦୀନେଶ କାର୍ତ୍ତିକ ୦ ଓ ସ୍ବପ୍ନିଳ ସିଂ ୦ ନିରାଶ କରିଥିଲେ।

କାମେରନ୍‌ ଗ୍ରୀନ୍‌ ୨୪ ବଲ୍‌ ଖେଳି ୧ ଚୌକା ଓ ୨ ଛକା ସହ ୩୨ ରନ୍‌ କରି ଶେଷ ଯାଏ ଅପରାଜିତ ରହିଥିଲେ। କ୍ୟାପିଟାଲ୍ସ ପକ୍ଷରୁ ଖଲିଲ ଅହମଦ ଓ ରଶିଖ୍‌ ଦର ସଲାମ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ୧୮୮ ରନ୍‌ର ଲକ୍ଷ୍ୟ ଚିନ୍ନାସ୍ବାମୀ ଗ୍ରାଉଣ୍ଡରେ ସହଜ ହେବ ବୋଲି ଆଶା କରାଯାଉଥିଲା। ତେବେ ଆରସିବି ବୋଲର ସଠିକ୍‌ ଲାଇନ ଲେନ୍ଥରେ ବୋଲିଂ କରି ମ୍ୟାଚକୁ ଜିତି ନେଇଥିଲେ। ଦିଲ୍ଳୀ ପକ୍ଷରୁ ଅଧିନାୟକ ଅକ୍ଷର ପଟେଲ ସର୍ବାଧିକ ୫୭ ରନ୍‌ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଶାଇ ହୋପ୍‌ ୨୯ ଓ ଜେକ୍‌ ଫ୍ରେଜର ମ୍ୟାକ୍‌ଗ୍ରୁକ ୨୧ରନ୍‌ କରିଥିଲେ। ଅକ୍ଷର ୩୯ ବଲ୍‌ ଖେଳି ୫ ଚୌକା ଓ ୩ ଛକା ମାରିଥିଲେ। ଆରସିବି ପକ୍ଷରୁ ୟଶ ଦୟାଲ ୩, ଲୋକି ଫର୍ଗୁସନ ୨, ସ୍ବପ୍ନିଳ ସିଂ, ମହମ୍ମଦ ସିରାଜ ଓ କାମେରନ୍‌ ଗ୍ରୀନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଉଭୟ ଦଳ ସମାନ ୧୨ ପଏଣ୍ଟ ଲେଖାଏ ପାଇଥିବା ବେଳେ ଅନ୍ତିମ ମ୍ୟାଚ୍‌ରେ ବଡ ବ୍ୟବଧାନରେ ବିଜୟ ହାସଲ କଲେ ପ୍ଲେ ଅଫ୍‌ ଯିବାର ସମ୍ଭାବନା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri