ଆର୍‌ସିବିର ନୂଆ ଅଧିନାୟକ ହେବେ ଏହି କ୍ରିକେଟର ! କିଛି ଏଭଳି…

ନୂଆଦିଲ୍ଲୀ,୧୮।୨: ଖୁବ୍‌ଶୀଘ୍ର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)ର ନୂତନ ଅଧିନାୟକଙ୍କୁ ନେଇ ଘୋଷଣା ହେବ। ଗତବର୍ଷ ବିରାଟ କୋହଲି ଦଳର ଅଧିନାୟକତ୍ୱ ଛାଡ଼ି ଦେଇଥିଲେ। ଏଣୁ ଆଇପିଏଲ୍‌-୨୦୨୨ରେ ଆର୍‌ସିବି ମଙ୍ଗ କିଏ ଧରିବ ସେନେଇ ଅନେକ କ୍ରିକେଟରଙ୍କ ନାମ ଆଲୋଚନାର ପରିସରକୁ ଆସିଛି। ଏବେ ଦକ୍ଷିଣ ଆଫ୍ରିକାର କ୍ରିକେଟର ଫାଫ୍‌ ଡୁ ପ୍ଲେସିସ୍‌ ଆର୍‌ସିବିର ଆଗାମୀ ଅଧିନାୟକ ହେବେ ବୋଲି ଚର୍ଚ୍ଚା ବଢ଼ିବାରେ ଲାଗିଛି।

ଆର୍‌ସିବି ଅଧିନାୟକ ପଦ ପାଇଁ ଫାଫ୍‌ ଡୁ ପ୍ଲେସିସ୍‌ ଉଚିତ ଦାବିଦାର। ପୂର୍ବରୁ ମାକ୍ସଓ୍ବେଲଙ୍କ ଉପଲବ୍ଧତା ଉପରେ ଏହି ନିଷ୍ପତ୍ତି ନିଆଯିବ ବୋଲି କୁହାଯାଉଥିଲା। ହେଲେ ଏବେ ସେ ନିଜର ବିବାହ କାରଣରୁ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମୁକାବିଲା ଖେଳିପାରିବେ ନାହିଁ। ଏଣୁ ଡୁ ପ୍ଲେସିସ୍‌ ସଠିକ୍‌ ବିକଳ୍ପ ବୋଲି କୁହାଯାଉଛି।

ନିକଟରେ ଶେଷ ହୋଇଥିବା ଆଇପିଏଲ୍‌ ମେଗା ନିଲାମରେ ଆର୍‌ସିବି ଡୁ ପ୍ଲେସିସ୍‌ଙ୍କୁ ୭ କୋଟି ଟଙ୍କାରେ କିଣିଛି। ଏଣୁ ଫ୍ରାଞ୍ଚାଇଜ୍‌ ଦଳର ମଙ୍ଗ ଏହି ଖେଳାଳିଙ୍କୁ ଦେଇପାରନ୍ତି ବୋଲି କୁହାଯାଉଛି। ଯଦି ଏପରି ହୁଏ ତେବେ ବିରାଟଙ୍କୁ ତାଙ୍କର ନିର୍ଦ୍ଦେଶ ମାନିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri