Posted inଖେଳ

ପଏଣ୍ଟ ଟେବୁଲର ତୃତୀୟ ସ୍ଥାନରେ ପହଞ୍ଚିଲା ଆର୍‌ସିବି, ଜାଣନ୍ତୁ କେଉଁ ଦଳ ପ୍ରଥମ, ଦ୍ୱିତୀୟ

ବେଙ୍ଗାଲୁରୁ,୨୫ା୪: ବିରାଟ କୋହଲିଙ୍କ ଅର୍ଦ୍ଧଶତକ ଓ ଜୋଶ ହାଜେଲଉଡଙ୍କ ୪ ଉଇକେଟ ସଫଳତା ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୧ ରନ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌)କୁ ପରାସ୍ତ କରିଛି। ଏହା ବେଙ୍ଗାଲୁରୁର ଷଷ୍ଠ ବିଜୟ ହୋଇଥିବା ବେଳେ ରାଜସ୍ଥାନ ଲାଗି ସପ୍ତମ ପରାଜୟ। ଏହି ବିଜୟ ସହ ଆର୍‌ସିବି ୧୨ ପଏଣ୍ଟ ସହ ପଏଣ୍ଟ ଟେବୁଲରେ ତୃତୀୟ ସ୍ଥାନକୁ ଉନ୍ନିତ ହୋଇଛି। ଅନ୍ୟପକ୍ଷେ ଗୁଜରାଟ ଟାଇଟନ୍ସ ୮ଟି ମ୍ୟାଚ୍‌ରେ ୬ଟି ବିଜୟ ସହ ୧୨ ପଏଣ୍ଟ ପାଇ ଟେବୁଲର ପ୍ରଥମ ସ୍ଥାନରେ ରହିଛି। ସେହିପରି ଦିଲ୍ଲୀ କ୍ୟାପିଟାଲ୍ସ ୮ଟି ମ୍ୟାଚ୍‌ରେ ୬ଟି ବିଜୟ ସହ ୧୨ ପଏଣ୍ଟ ପାଇ ଟେବୁଲର ଦ୍ୱିତୀୟ ସ୍ଥାନରେ ରହିଛି।

ପ୍ରଥମେ ବ୍ୟାଟିଂ କରିଥିବା ଆର୍‌ସିବି ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୨୦୫ ରନ୍‌ କରିଥିଲା। କୋହଲି ୪୨ ବଲରେ ୭୦(୮ ଚୌକା ଓ ୨ ଛକା) ଏବଂ ପଡିକଲ ୨୭ ବଲରେ ୫୦ (୪ ଚୌକା ଓ ୩ ଛକା) ଓ ଫିଲ ସଲ୍ଟ ୨୬ (୪ ଚୌକା) ରନ୍‌ କରିଥିଲେ। ରାଜସ୍ଥାନ ପକ୍ଷରୁ ସନ୍ଦୀପ ଶର୍ମା ଦୁଇଟି ଉଇକେଟ ନେଇଥିଲେ। ଜବାବରେ ରାଜସ୍ଥାନ ୨୦ ଓଭରରେ ୯ ଉଇକେଟ ହରାଇ ୧୯୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦଳ ପାଇଁ ଯଶସ୍ବୀ ଜୟସ୍ବାଲ ୧୯ ବଲରେ ୪୯ (୭ ଚୌକା ଓ ୩ ଛକା) ଓ ଧ୍ରୁବ ଜୁରେଲ ୪୭(୩ ଲେଖାଏ ଚୌକା ଓ ଛକା) ରନ୍‌ କରିଥିଲେ। ଆର୍‌ସିବି ପକ୍ଷରୁ ଜୋଶ ହାଜେଲଉଡ ୪ଟି ଓ କୃନାଲ ପାଣ୍ଡ୍ୟା ଦୁଇ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?