Posted inଖେଳ

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) କୁ ପରାସ୍ତ କରିଛି। ବୋଲରଙ୍କ ଶାଣିତ ବୋଲିଂ ପରେ ବ୍ୟାଟରଙ୍କ ବିସ୍ଫୋରକ ପ୍ରଦର୍ଶନ ବଳରେ ଆରସିବି ଏହି ମ୍ୟାଚକୁ ୫ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ ଆରସିବି ପ୍ରଥମ ଥର ପାଇଁ ନିଜ ଘରୋଇ ମଇଦାନରେ ଲକ୍ଷ୍ନୌକୁ ହରାଇବାରେ ସଫଳ ହୋଇଛି।

ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଆରସିବି ଅଧିନାୟକ ରଜତ ପାଟିଦାର। ଆରମ୍ଭରୁ ହିଁ ଲକ୍ଷ୍ନୌ ବ୍ୟାଟରମାନେ ସଂଘର୍ଷ କରୁଥିବା ଦେଖିବାକୁ ମିଳିଥିଲା।ଏଡେନ ମାତ୍ର ୧୨ ରନ କରି ଆଉଟ୍ ହୋଇଥିବାବେଳେ, ଅଧିନାୟକ ଋଷଭ ପନ୍ତ ଆହତ କାରଣରୁ କିଛି ସମୟ ପାଇଁ ପଡ଼ିଆ ବାହାରକୁ ଯାଇଥିଲେ। ପରେ ସେ ଫେରିଥିଲେ ମଧ୍ୟ ମାତ୍ର ୧ ରନ କରି ଆଉଟ୍ ହୋଇଥିଲେ। ଲକ୍ଷ୍ନୌ ପକ୍ଷରୁ ଆୟୁଷ ବଦୋନୀ (୩୮) ଏବଂ ମୁକୁଲ ଚୌଧୁରୀ (୩୯)ଲଢୁଆ ବ୍ୟାଟିଂ କରି ଦଳୀୟ ସ୍କୋରକୁ ୧୪୬ ପର୍ଯ୍ୟନ୍ତ ନେଇଥିଲେ। ଆରସିବି ପକ୍ଷରୁ ରସିଖ ଦାର ସର୍ବାଧିକ ୪ଟି ଉଇକେଟ ନେଇଥିବା ବେଳେ ଭୁବନେଶ୍ୱର କୁମାର ୩ଟି ଓ କୃନାଲ ପାଣ୍ଡ୍ୟା ୨ଟି ଉଇକେଟ ହାସଲ କରିଥିଲେ।

୧୪୭ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଆରସିବି ଟିମ୍ ବିରାଟ କୋହଲିଙ୍କୁ ‘ଇମ୍ପାକ୍ଟ ପ୍ଲେୟାର’ ଭାବେ ପଡ଼ିଆକୁ ଓହ୍ଲାଇଥିଲା। କୋହଲି ଆରମ୍ଭରୁ ହିଁ ଆକ୍ରମଣାତ୍ମକ ବ୍ୟାଟିଂ କରି ୩୪ ବଲରେ ୪୯ ରନ (୬ ଚୌକା, ୧ ଛକା) ସଂଗ୍ରହ କରି ଜିତିବା ସହଜ କରିଦେଇଥିଲେ। ଦେବଦତ୍ତ ପଡିକଲ କୋହଲିଙ୍କ ସହ ମିଶି ଦ୍ୱିତୀୟ ଉଇକେଟ ପାଇଁ ଗୁରୁତ୍ୱପୂର୍ଣ୍ଣ ଭାଗିଦାରୀ କରିଥିଲେ। ରଜତ ପାଟିଦାର ମାତ୍ର ୧୩ ବଲରେ ୨୭ ରନ କରିଥିଲେ। ଶେଷରେ ଟିମ୍ ଡେଭିଡ୍ ଏବଂ ରୋମାରିଓ ଶେଫର୍ଡ ମ୍ୟାଚକୁ ୧୫.୧ ଓଭରରେ ଶେଷ କରି ଦଳକୁ ଏକ ବଡ଼ ବିଜୟ ଦେଇଥିଲେ।

ସଂକ୍ଷିପ୍ତ ସ୍କୋର:
LSG: ୧୪୬/୧୦ (୨୦ ଓଭର)
RCB: ୧୪୭/୫ (୧୫.୧ ଓଭର)
ଫଳାଫଳ: RCB ୫ ଉଇକେଟରେ ବିଜୟୀ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri