Posted inଖେଳ

ପ୍ରତିଶୋଧ ନେଲା RCB: ଭୁବି-ହାଜେଲଉଡ୍‌ଙ୍କ ଆଗରେ DCର ଆତ୍ମସମର୍ପଣ

ନୂଆଦିଲ୍ଲୀ,୨୭ା୪:ବେଙ୍ଗାଲୁରୁରେ ଦିଲ୍ଲୀ କ୍ୟାପିଟାଲ୍ସ ନିକଟରୁ ପରାଜୟର ପ୍ରତିଶୋଧ ଦିଲ୍ଲୀରେ ନେଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)। ଜୋଶ୍‌ ହାଜେଲଉଡ ଓ ଭୁବନେଶ୍ୱର କୁମାରଙ୍କ ଘାତକ ବୋଲିଂ ପରେ ଦେବଦତ୍ତ ପଡିକାଲଙ୍କ ବିସ୍ଫୋରକ ବ୍ୟାଟିଂ ସହାୟତାରେ ଆରସିବି ୯ ଉଇକେଟରେ ଦିଲ୍ଲୀକୁ ପରାସ୍ତ କରିଛି। ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ଦିଲ୍ଲୀ ଦଳ ୧୬.୩ ଓଭରରେ ମାତ୍ର ୭୫ ରନକରି ଅଲ୍‌ଆଉଟ ହୋଇଥିଲା। ଜବାବରେ ଆରସିବି ୬.୩ ଓଭରରେ ମାତ୍ର ୧ ଉଇକେଟ ହରାଇ ୭୭ ରନ ସଂଗ୍ରହ କରି ନେଇଥିଲା। ଜ୍ୟାକବ ବେଥେଲ ୨୦ ରନକରି ଆଉଟ ହୋଇଥିବାବେଳେ ପଡିକାଲ ୧୩ ବଲ୍‌ରୁ ୩୪ (୩ ଚୌକା, ୩ ଛକା) ଓ ବିରାଟ କୋହଲି ୨୩ ରନରେ ଅପରାଜିତ ରହି ମ୍ୟାଚ ଫିନିଶ୍‌ କରିଥିଲେ। ଏଥିସହ କୋହଲି ଆଇପିଏଲ୍‌ରେ ୯୦୦୦ ରନ ପୂରଣ କରିଥିଲେ। ବୃହତ୍‌ ବିଜୟ ସହ ଆରସିବିର ରନହାରରେ ମଧ୍ୟ ବଡ଼ ଉନ୍ନତି ଘଟିଛି।
ଜିତି ଆର୍‌ସିବି ଅଧିନାୟକ ରଜତ ପଟିଦାର ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି ନିଷ୍ପତ୍ତିକୁ ଭୁବି ଓ ହାଜେଲଉଡ୍‌ଙ୍କ ପେସ ଯୋଡ଼ି ସଠିକ ସାବ୍ୟସ୍ତ କରିଥିଲା। ଦୁହେଁ ଦିଲ୍ଲୀର ବ୍ୟାଟିଂ ଲାଇନ୍‌ଅପ୍‌କୁ ଧ୍ୱଂସ କରି ଦେଇଥିଲେ। ଘରୋଇ ଦଳ ୪ ଓଭର ମଧ୍ୟରେ ୮ ରନରେ ୬ ଉଇକେଟ ହରାଇଥିଲା। ଏପରିକି ଦଳ ପ୍ରଥମ ୬ ଓଭର ସୁଦ୍ଧା ୬ ଉଇକେଟ ହରାଇ ମାତ୍ର ୧୩ ରନ କରିଥିଲା, ଯାହାକି ଆଇପିଏଲ୍‌ ଇତିହାସରେ ସର୍ବନିମ୍ନ ପାଓ୍ବାରପ୍ଲେ ସ୍କୋର। ଦୁଇ ପେସର ପାଓ୍ବାରପ୍ଲେରେ ୩ ଲେଖାଏ ଉଇକେଟ ନେଇଥିଲେ। ଆଇପିଏଲ୍‌ ଇତିହାସରେ ପ୍ରଥମ ଥର ପାଇଁ ପାଓ୍ବାରପ୍ଲେ ମଧ୍ୟରେ ଦୁଇ ବୋଲର ୩ ଲେଖାଏ ଉଇକେଟ ହାତେଇଥିଲେ। ଏହାପରେ ଡେଭିଡ୍‌ ମିଲର (୧୯ ରନ, ୩ ଚୌକା) ଓ କାଏଲ ଜେମିସନ (୧୨ ରନ, ୧ ଲେଖାଏ ଚୌକା ଓ ଛକା)ଙ୍କ ସହ ମିଶି ଅଭିଷେକ ପୋରେଲ ଦଳୀୟ ସ୍କୋରକୁ ୫୦ ପାର କରାଇଥିଲେ। ପୋରେଲ ୧୭ତମ ଓଭରରେ ଅନ୍ତିମ ବ୍ୟାଟର ଭାବେ ୩୩ ବଲରେ ୩୦ (୩ ଚୌକା) କରି ଆଉଟ୍‌ ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?