Posted inଖେଳ

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଓ ଜେମିମା ରୋଡ୍ରିଗ୍ସଙ୍କ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପରକୁ ଭେଟିବେ। ଆର୍‌ସିବି ତା’ର ଦ୍ୱିତୀୟ ଡବ୍ଲ୍ୟୁପିଏଲ୍‌ ଟାଇଟଲ ଲକ୍ଷ୍ୟରେ ଥିବା ବେଳେ ଦିଲ୍ଲୀ ପ୍ରଥମ ଥର ଟ୍ରଫି ଉଠାଇବା ଉଦ୍ଦେଶ୍ୟରେ ଓହ୍ଲାଇବ। ଦିଲ୍ଲୀ ଚଳିତ ଥର ଭଳି ଏପର୍ଯ୍ୟନ୍ତ ପ୍ରତ୍ୟେକ ସଂସ୍କରଣର ଫାଇନାଲରେ ଖେଳିଛି। ହେଲେ ଦଳକୁ ଗତ ୩ ଫାଇନାଲରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି।
୨୦୨୪ ସଂସ୍କରଣ ଚାମ୍ପିୟନ ଆର୍‌ସିବି ଚଳିତ ସିଜନରେ ଚମତ୍କାର ପ୍ରଦର୍ଶନ କରିଛି। ଦଳ ୫ରୁ ୫ ମ୍ୟାଚ୍‌ ବିଜୟ ସହ ଅଭିଯାନ ଆରମ୍ଭ କରିଥିଲା, ଯାହାକି ଡବ୍ଲ୍ୟୁପିଏଲ୍‌ ଇତିହାସରେ ଯେ କୌଣସି ଦଳ ପାଇଁ ପ୍ରଥମ। ଏଥିସହିତ ଦଳର କିଛି ଖେଳାଳି ନିଜ ସ୍ତରଠାରୁ ଖୁବ ଭଲ ପ୍ରଦର୍ଶନ କରି ଦଳକୁ ମ୍ୟାଚ୍‌ ଜିତାଇଛନ୍ତି। ଦଳର ପ୍ରାୟତଃ ଖେଳାଳି କୌଣସି ନା କୌଣସି ମ୍ୟାଚ୍‌ରେ ଗୁରୁତ୍ୱପୂର୍ଣ୍ଣ ପ୍ରଦର୍ଶନ କରିଛନ୍ତି। ଅଷ୍ଟ୍ରେଲିଆର ଗ୍ରେସ ହାରିସ ୟୁପି ଓ୍ବାରିଅର୍ସ ବିପକ୍ଷ ମ୍ୟାଚ୍‌ରେ ୭୫ ରନର ଇନିଂସ ଖେଳିଥିବା ବେଳେ ଗୌତମି ନାଏକ ଗୁଜରାଟ ଜାଏଣ୍ଟ୍ସ ବିପକ୍ଷରେ ୭୩ ରନ କରିଥିଲେ। ଦଳର ବ୍ୟାଟରଙ୍କ ମଧ୍ୟରେ ମନ୍ଧାନା, ହାରିସ, ଜର୍ଜିଆ ଭଲ ଓ ରିଚା ଘୋଷ ଚଳିତ ସିଜନରେ ସ୍ଥିର ପ୍ରଦର୍ଶନ କରିଛନ୍ତି। ନାଦିନେ ଡି କ୍ଲର୍କ ଓ ସୟାଲି ସାଟଘରେ ବୋଲିଂରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଛନ୍ତି। ଦକ୍ଷିଣ ଆଫ୍ରିକୀୟ କ୍ଲର୍କ ୮ ମ୍ୟାଚ୍‌ରେ ୧୫ ଉଇକେଟ ସହ ଚଳିତ ସିଜନରେ ସର୍ବାଧିକ ସଂଖ୍ୟକ ଉଇକେଟ ନେଇଥିବା ବୋଲରଙ୍କ ତାଲିକାରେ ତୃତୀୟ ସ୍ଥାନରେ ରହିଛନ୍ତି। ତାଙ୍କ ସହିତ ଶ୍ରେୟଙ୍କା ପାଟିଲଙ୍କ ସ୍ପିନ ବୋଲର ମିଡିଲ ଓଭରରେ ଦଳକୁ ନିୟନ୍ତ୍ରଣ ପ୍ରଦାନ କରୁଛି।
ଅନ୍ୟପକ୍ଷରେ ଗତ ୩ ଥରର ରନରଅପ୍‌ ଦିଲ୍ଲୀ ଦଳ ଜେମିମାଙ୍କ ନେତୃତ୍ୱରେ ଉଭୟ ଜବରଦସ୍ତ ଓ ଅସ୍ଥିର ପ୍ରଦର୍ଶନ କରିଛି। ଦଳ ୪ ଲେଖାଏ ବିଜୟ ଓ ପରାଜୟ ସହ ଏଲିମିନେଟର ମ୍ୟାଚ୍‌ ଖେଳିଥିଲା। ଗୁଜରାଟ ବିପକ୍ଷ ଏଲିମିନେଟ୍‌ର ମ୍ୟାଚ୍‌କୁ ଦଳ ଅତି ସହଜରେ ଜିତି ଫାଇନାଲରେ ପ୍ରବେଶ କରିଛି। ଦଳର ଉଭୟ ବ୍ୟାଟିଂ ଓ ବୋଲିଂ ବିଭାଗର କିଛି ଖେଳାଳିଙ୍କ ପ୍ରଦର୍ଶନ ଉଲ୍ଲେଖନୀୟ ରହିଛି। ବୋଲରଙ୍କ ମଧ୍ୟରେ ଚିନେଲ ହେନରୀ ଓ ନନ୍ଦନୀ ଶର୍ମା ଚଳିତ ସିଜନରେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri