ଗୋଟିଏ ପଟରେ ଆରସିବିର ଦୁଇ ବ୍ୟାଟ୍ସମ୍ୟାନ୍‌, ତଥାପି ହେଲେନି ରନ୍‌ଆଉଟ୍‌: ଦେଖନ୍ତୁ ଚମତ୍କାର ଭିଡିଓ

ମୁମ୍ବାଇ,୩୧।୩: କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ରନ ନେବାକୁ ଚେଷ୍ଟା କରୁଥିବା ଦୁଇ ଆରସିବି ବ୍ୟାଟ୍ସମ୍ୟାନ କ୍ରିଜ୍‌ର ଗୋଟିଏ ପଟରେ ପହଞ୍ଚି ଯାଇଥିଲେ। କୌତୁହଳର ବିଷୟ କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ର ଫିଲ୍ଡରମାନେ ତାଙ୍କୁ ଆଉଟ କରିବାରେ ବିଫଳ ହୋଇଥିଲେ।
ଏହି ଘଟଣା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର (ଆରସିବି)ର ୧୯ତମ ଓଭରରେ ଘଟିଥିଲା। ଭେଙ୍କଟେଶ ଆୟର ଆରସିବି ଇନିଂସରେ ୧୯ତମ ଓଭରରେ ବୋଲିଂ କରିବାକୁ ଆସିଥିଲେ। ଏହି ଓଭରର ଦ୍ୱିତୀୟ ବଲରେ ଦୀନେଶ କାର୍ତ୍ତିକ ଅଫ ସାଇଟରେ ଏକ ସଟ ଖେଳି ରନ ନେବାକୁ ଚାହୁଁଥିଲେ। ରନ ନେବା ପାଇଁ ସେ ଅନ୍ୟ ପଟେ ଠିଆ ହୋଇଥିବା ହର୍ଷଲ ପଟେଲଙ୍କୁ ମଧ୍ୟ ଡାକିଥିଲେ, କିନ୍ତୁ ପରବର୍ତ୍ତୀ ମୁହୂର୍ତ୍ତରେ ସେ ଅନୁଭବ କରିଥିଲେ ଯେ ବଲ ଫିଲ୍ଡରଙ୍କ ହାତରେ ଅଛି ଏବଂ ଏହି ରନ ଚୋରି କରିବା ମହଙ୍ଗା ପଡିପାରେ। ଏହା ପରେ ଦୀନେଶ କାର୍ତ୍ତିକ ହର୍ଷଲ ପଟେଲ ରନ୍‌ ନେବାକୁ ଅଧାରୁ ମନା କରିଦେଇଥିଲେ, କିନ୍ତୁ ସେତେବେଳକୁ ବହୁତ ଡେରି ହୋଇଯାଇଥିଲା। ହର୍ଷଲ ପଟେଲ ଅଧା ବାଟରେ ଥିଲେ। ଏଭଳି ପରିସ୍ଥିତିରେ ଉଭୟ ବ୍ୟାଟ୍ସମ୍ୟାନ ଗୋଟିଏ ପଟରେ ପହଞ୍ଚିଯାଇଥିଲେ।
ଏହି ସମୟରେ ଫିଲ୍ଡର ଉଇକେଟ ଉପରେ ସିଧା ଥ୍ରୋ ମାରିବାକୁ ଚେଷ୍ଟା କରିଥିଲେ, କିନ୍ତୁ ଏହା ବାଜି ନ ଥିଲା। କାର୍ତ୍ତିକଙ୍କୁ ଅନ୍ୟ ପଟରେ ପହଞ୍ଚିବାକୁ ସମୟ ମିଳିଥିଲା। କାର୍ତ୍ତିକ ତୁରନ୍ତ ବୋଲରଙ୍କ ଆଡକୁ ଦୌଡ଼ି ଏକ ରନ ସମାପ୍ତ କରିଥିଲେ। ଏବେ ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ କୋଲକାତା ନାଇଟ ରାଇଡର୍ସକୁ ୩ ଉଇକେଟରେ ପରାସ୍ତ କରିଛି।

https://twitter.com/SportsHustle3/status/1509229430786629632


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri