ଆର୍‌ସିବି ବିଜୟୀ…

ମୁମ୍ବାଇ, ୧୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୩୧ ତମ ମ୍ୟାଚ୍‌ରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୮୨ ରନ୍ ଲକ୍ଷ୍ୟର ପିଛା କରି ଏଲଏସଜି ୨୦ ଓଭରରେ   ୮ ୱିକେଟ ହରାଇ   ୧୬୩ ରନ୍ କରିବାକୁ ସକ୍ଷମ ହୋଇଥିଲା ।

ଏଲଏସଜି ପକ୍ଷରୁ ଅଧିନାୟକ କେ.ଏଲ୍‌.ରାହୁଲ ୨୪ ବଲରେ ୩୦ ରନ ସଂଗ୍ରହ କରିଥିବାବେଳେ କୁନାଲ ପାଣ୍ଡେ ୨୮ ବଲରେ  ୪୨ ରନ କରିଥିଲେ ।

ମହାରାଷ୍ଟ୍ର ମୁମ୍ବାଇର ଡ. ଡି.ଓ୍ବାଇ. ପାଟିଲ ସ୍ପୋର୍ଟସ ଏକାଡେମୀ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏଲ୍‌ଏସ୍‌ଜି ଅଧିନାୟକ କେ.ଏଲ୍‌. ରାହୁଲ ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ।

ଆର୍‌ସିବି ଅଧିନାୟକ ଫାଫ୍‌ ଡୁ ପ୍ଲେସିସ୍‌ଙ୍କ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୮୧ ରନ୍‌ କରିଥିଲେ। ଫଳରେ ଏଲ୍‌ଏସ୍‌ଜି ପାଇଁ ବିଜୟ ଲକ୍ଷ୍ୟ ୧୮୨ ରନ୍‌ ରହିଥିଲା।

ଆରସିବି ପକ୍ଷରୁ ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ୧୧ବଲ୍‌ରେ ୨୩ ରନ୍‌ କରିଥିବାବେଳେ ଅଧିନାୟକ ଫାପ ଡୁ ପ୍ଲେସିସି ବିସ୍ଫୋରକ ବ୍ୟାଟିଂ କରି ୬୪ ବଲ୍‌ରେ ୯୬ ରନ୍‌ କରିଥିଲେ। ସେହିପରି ଶାହାବାଜ୍‌ ଅହମ୍ମଦ ୨୨ ବଲ୍‌ରେ ୨୬ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କଲା ଇକ୍ୱେଡର

ଇଷ୍ଟ ରୋଦରଫୋଡ,୨୬ା୬: ଗୋଞ୍ଜାଲୋ ପ୍ଲାଟାଙ୍କ ଗୋଲ ବଳରେ ଶୁକ୍ରବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚ୍‌ରେ ଇକ୍ୱେଡର ୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କରିଛି। ଫିଫା ର଼୍ୟାଙ୍କିଙ୍ଗ୍‌ରେ ୨୩ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri