Posted inଖେଳ

୧୭ ବର୍ଷ ଅପେକ୍ଷାର ଅନ୍ତ: IPLରେ ଇତିହାସ ରଚିଦେଲା RCB

ଅହମ୍ମଦାବାଦ, ୩।୬: ଦୀର୍ଘ ୧୭ ବର୍ଷ ପରେ ଇତିହାସ ରଚିଲା ଆର୍‌ସିବି। ଆଇପିଏଲ୍‌ ୨୦୨୫ ଟୁର୍ନାମେଣ୍ଟ ଟାଇଟଲ ଜିତିବାରେ ଦଳ ସଫଳ ହୋଇଛି। ଉଭୟ ବ୍ୟାଟିଂ ଏବଂ ବୋଲିଂ ଦଳ ପ୍ରଭାବୀ ପ୍ରଦର୍ଶନ କରି ବିଜୟକୁ ନିଜ ନାମରେ କରିଛି। ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ପଞ୍ଜାବ। ଫଳରେ ଆରସିିବି ୨୦ ଓଭରରେ ୧୯୦ ରନ୍‌ କରିଥିଲା। ଜବାବରେ ପଞ୍ଜାବ ନିର୍ଦ୍ଧାରିତ ଓଭର ସୁଦ୍ଧା ଟାର୍ଗେଟ ହାସଲ କରିପାରି ନ ଥିଲା। ୨୦ ଓଭରରେ ଦଳ ୭ ଉଇକେଟ ହରାଇ ୧୮୪ ରନ୍‌ କରିପାରିଥିଲା।

ସୂଚନାଯୋଗ୍ୟ, ଆଇପିଏଲ୍‌ ୨୦୨୫ ଫାଇନାଲ ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟ ହରାଇ ୧୯୦ ରନ୍‌ କରିଥିଲା। ଫଳରେ ପଞ୍ଜାବ କିଙ୍ଗ୍ସକୁ ୧୯୧ ରନ୍‌ର ଟାର୍ଗେଟ ମିଳଥିଲା। ଆର୍‌ସିବି ପକ୍ଷରୁ ବିରାଟ କୋହଲି ସର୍ବାଧିକ ରନ୍‌ କରିଛନ୍ତି। ସେ ୩୫ ବଲ୍‌ରେ ୪୩ ରନ୍‌ କରିଛନ୍ତି। ଏହାଛଡ଼ା ଜିତେଶ ଶର୍ମା ୧୦ ବଲ୍‌ରେ ୨୪ ରନ୍‌ର ଦ୍ରୁତ ଇନିଂସ ଖେଳିଥିଲେ। ପଞ୍ଜାବ ପକ୍ଷରୁ କାଇଲ ଜେମିସନ ଏବଂ ଅର୍ଶଦୀପ ସିଂ ୩ ଉଇକେଟ ଲେଖାଏ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri