୪ହଜାର ଟଙ୍କା ଲାଞ୍ଚ ନଦେଲେ କାମ ହେବନି ବୋଲି କହିଥିଲେ, ଆଜିଗଲେ ଜେଲ୍

ଭୁବନେଶ୍ୱର,୨୫।୩: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ କାର୍ଯ୍ୟାଳୟର ଅଡିଟର୍‌ ଅମ୍ବିକା ପ୍ରସାଦ ରଥଙ୍କୁ ବୁଧବାର ଗିରଫ କରାଯାଇଛି। ମଙ୍ଗଳବାର ୪ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡ଼ିଥିଲେ ଅଡିଟର। ତାଙ୍କଠାରୁ ରେଡ ବେଳେ ନଗଦ ୨୮ ଲକ୍ଷ ୭୦ ହଜାର ୯୦୦ ଟଙ୍କା ଜବତ ହୋଇଥିଲା।

ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କ ଅଫିସ୍‌ ଅଡର ଅମ୍ବିକା ପ୍ରସାଦ ରଥ। ତାଙ୍କ ପକେଟରୁ ୪ହଜାର ଲାଞ୍ଚ ଟଙ୍କା ଜବତ କରାଯିବା ପରେ ଘର ଏବଂ ଅଫିସରେ ଚଢଉ କରାଯାଇଥିଲା। ବାବୁଙ୍କ ଘର ଏବଂ ଅଫିସ୍‌ରୁ ୨୮.୭୦ ଲକ୍ଷ ନଗଦ ଟଙ୍କାକରାଯାଇଥିଲା। ମଧୁସୁଦନ ନଗର ଘରୁ ୨୭ ଲକ୍ଷ ୪୨ ହଜାର ୯ଶହ ଟଙ୍କା ଜବତ କରାଯାଇଥିବା ବେଳେ ଅଫିସ୍‌ ଡ୍ରରୁ ୧ଲକ୍ଷ ୨୮ ହଜାର ଟଙ୍କା ଜବତ କରାଯାଇଛି। ଭିଜିଲାନ୍ସ ଅଧିକାରୀ ଏହି ଟଙ୍କାର ହିସାବ ମାଗିଥିଲେ ମଧ୍ୟ ସେ ସନ୍ତୋଷ ଜନକ ଉତ୍ତର ଦେଇପାରିନାହାନ୍ତି। ଭିଜିଲାନ୍ସ ଅଧିକାରୀ ତାଙ୍କ ନାମରେ ଏକ ଦୁର୍ନୀତି ମାମଲା ରୁଜୁ କରି ଉଠାଇ ନେଇଥିବା ଜଣାପଡ଼ିଛି।
ଖୋର୍ଦ୍ଧା କଲେଜର ଜଣେ କର୍ମଚାରୀ ସର୍ଭିସ ଭେରିଫିକେସନ ପାଇଁ ଅମ୍ବିକା ପ୍ରସାଦଙ୍କ ନିକଟକୁ ଯାଇଥିଲେ। ସେ ତାଙ୍କୁ ୪ହଜାର ଟଙ୍କା ଲାଞ୍ଚ ନଦେଲେ କାମ ହେବନି ବୋଲି କହିଥିଲେ। ଏନେଇ କଲେଜ କର୍ମଚାରୀ ଜଣଙ୍କ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଭିଜିଲାନ୍ସ ମଙ୍ଗଳବାର ତାଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲେ। ସେ ଅଫିସ ନିକଟରେ ୪ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଥିଲେ। ତାଙ୍କ ପକେଟରୁ ୪ ହଜାର ଲାଞ୍ଚ ଟଙ୍କା ଜବତ କରାଯିବା ସହ ତାଙ୍କ ହାତକୁ ପାଣିରେ ଧୋଇବା ପରେ କେମିକାଲର ପ୍ରମାଣ ମିଳିଥିଲା। ଏହାପରେ ତାଙ୍କୁ ଉଠାଇ ନେଇ ଘର ଏବଂ ଅଫିସରେ ଚଢଉ କରାଯିବା ପରେ ମୋଟ ୨୮.୭୦ଲକ୍ଷ ଟଙ୍କା ଜବତ କରାଯାଇଛି। ଭିଜିଲାନ୍ସ ତାଙ୍କର ବ୍ୟାଙ୍କ୍‌ ଆକାଉଣ୍ଟ ଏବଂ ଲକର ଛାନ୍‌ଭିନ କରୁୂଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ସୁନା ଅଳଙ୍କାର ସହ ନଗଦ ଲୁଟିନେଲେ …

ବ୍ରହ୍ମପୁର,୨୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ପ୍ରେମନଗର ୭ ଲାଇନରେ ରହୁଥିବା ବିଶିଷ୍ଟ ବ୍ୟବସାୟୀ ପୁ. ପ୍ରଭାକରଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି।…

ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri