ଚିକିଟି ମଦମୃତ୍ୟୁ: ଆର୍‌ଡିସି ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଗଞ୍ଜାମ ଜିଲା ଚିକିଟି ମଦମୃତ୍ୟୁ ଘଟଣାରେ ଆର୍‌ଡିସି ସ୍ତରୀୟ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଗୁରୁବାର ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଚିକିଟି ମଦମୃତ୍ୟୁ ଘଟଣାରେ ଆର୍‌ଡିସି ସ୍ତରୀୟ ତଦନ୍ତ ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଦିନେ ଦୁଇଦିନ ଭିତରେ ତଦନ୍ତ ଆରମ୍ଭ ହେବ। ଏ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ। ଆର୍‌ଡିସି ତଦନ୍ତର ରିପୋର୍ଟ ୨ ମାସ ମଧ୍ୟରେ ଆସିବ। ଏହି ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସରକାର ଏହି ଘଟଣାକୁ ନେଇ କଠୋର ଅଛନ୍ତି ଓ ନିଷ୍ପତ୍ତି ନେଉଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।
ଗତ ୨୦ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ୨୧୭ ବେଆଇନ ମଦଭାଟି ଚିହ୍ନଟ କରାଯାଇଛି। ବେଆଇନ ମଦଭାଟିକୁ ବୁଲଡୋଜର ସାହାଯ୍ୟରେ ଉଡ଼ାଇ ଦିଆଯିବ। ଆସନ୍ତା ବର୍ଷେ ଭିତରେ ବେଆଇନ ମଦ କାରବାର ବନ୍ଦ କରାଯିବ ବୋଲି ସେ କହିଛନ୍ତି। ଚିକିଟି ମଦମୃତ୍ୟୁ ଘଟଣାରେ କାର୍ଯ୍ୟରେ ଅବହେଳା ପାଇଁ ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀଙ୍କୁ ଅନ୍ୟତ୍ର ବଦଳି ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତି ଓ ଏସ୍‌ଆଇ ପ୍ରସନ୍ନ କୁମାର ଜାଲିଙ୍କୁ ନିଲମ୍ବନ କରାଯାଇଛି ବୋଲି ଆଇନମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଗତ ୨ ଦିନ ଧରି ଚିକିଟି ମଦମୃତ୍ୟୁ ପ୍ରସଙ୍ଗକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଜାରି ରହିଛି। ଗୁରୁବାର ମୁଖ୍ୟ ବିରୋଧୀ ଦଳ ବିଜେଡି ମଦମୃତ୍ୟୁ ଘଟଣାର ଆର୍‌ଡିସି ସ୍ତରୀୟ ତଦନ୍ତ ଦାବି କରି ପ୍ରବଳ ହଟ୍ଟଗୋଳ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ.…

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ…

କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨…

ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ

ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ…

ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି…

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ…

ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ, ଯୋଗଦେଲେ ୧୧ଜିଲାର ପ୍ରତିନିଧି

ଭେଡେନ,୧୫।୩(ହୃଷୀକେଶ ଖମାରୀ): ବରଗଡ ଜିଲା ଭେଡେନ ବ୍ଲକ ପପଙ୍ଗାଠାରେ ରବିବାରରୁ ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ ହୋଇଥିବା ବେଳେ ସୋମବାର ପର୍ଯ୍ୟନ୍ତ ଏହି ମହାସଭା ଚାଲିବ। ଏହି…

ଓଲଟିଲା ଚାଉଳ ବୋଝେଇ ପିକ୍ଅପ୍ ଭ୍ୟାନ୍, ୩ମୃତ ୬ ଆହତ

ବିଷମକଟକ,୧୫।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡୁକୁମ୍ ଗ୍ରାମ ପଞ୍ଚାୟତର କାଚାପାଜୁ ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରବିବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri