Posted inଜାତୀୟ

ଅବସର ପରେ ପୁନର୍ନିଯୁକ୍ତି ମନା

ଡେରାଡୁନ୍‌, ୯।୯: ଏବେ ଅବସର ଗ୍ରହଣ କରିଥିବା ସରକାରୀ କର୍ମଚାରୀଙ୍କୁ ଆଉ ପୁନର୍ନିଯୁକ୍ତି ମିଳିବ ନାହିଁ। ଏନେଇ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଉତଙ୍କ ସରକାର ନୂଆ ଆଇନ ଆଣିଛନ୍ତି। ଅବସର ଗ୍ରହଣ କରିଥିବା ବ୍ୟକ୍ତିଙ୍କୁ ଠିକାରେ କୌଣସି ସରକାରୀ କାର୍ଯ୍ୟାଳୟରେ ନିଯୁକ୍ତି ଦିଆଯାଇ ପାରିବ ନାହିଁ। ଯଦି ଏଭଳି ହୁଏ ତେବେ ସମ୍ପୃକ୍ତ ବିଭାଗକୁ ପଦବୀ ପାଇଁ କୌଣସି ଯୋଗ୍ୟ ପ୍ରାର୍ଥୀ ମିଳି ନ ଥିବାରୁ ପଦକ୍ଷେପ ଗ୍ରହଣ କରାଯାଇଥିବା ଚିଠି ସରକାରଙ୍କ ପାଖରେ ଦାଖଲ କରାଯିବ। ରାଜ୍ୟ ମୁଖ୍ୟ ସଚିବ ଓମ୍‌ ପ୍ରକାଶଙ୍କ ପକ୍ଷରୁ ଏନେଇ ନିର୍ଦ୍ଦେଶ ଜାରି ହୋଇଛି। ପୁନର୍ନିଯୁକ୍ତି କରାଯାଇଥିବା ଅଫିସର ୬ ମାସରୁ ଏକବର୍ଷ ମଧ୍ୟରେ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକ ତାଲିମ୍‌ ଦେବେ। ଯେଉଁ ବିଭାଗରେ ଅବସର ଗ୍ରହଣ ବୟସ ସୀମା ୬୨ ରହିଛି ସେଠାରେ ପୁନର୍ନିଯୁକ୍ତି କରାଯାଇ ପାରିବ ନାହିଁ ବୋଲି ନିର୍ଦ୍ଦେଶରେ ଉଲ୍ଲେଖ କରାଯାଇଛି। କାର୍ମିକ ବିଭାଗର ବିନା ଅନୁମତିରେ ଦିଆଯାଇ ଥିବା ପୁନର୍ନିଯୁକ୍ତି କ୍ଷେତ୍ରରେ ସମ୍ପୃକ୍ତ କର୍ମଚାରୀଙ୍କ ଦରମା ବନ୍ଦ କରି ଦିଆଯିବ। ରାଜ୍ୟରେ ସାଧାରଣ ପଦବୀରେ ମଧ୍ୟ ପୁନର୍ନିଯୁକ୍ତି ଜାରି ରହିଛି। ଏହାଦ୍ୱାରା ରାଜସ୍ବରେ କ୍ଷତି ଘଟୁଥିବା ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶରେ ଦର୍ଶାଯାଇଛି। ସ୍ବତନ୍ତ୍ର ଅଧିକାରୀ ଅବସର ଗ୍ରହଣ କରିବା ପୂର୍ବରୁ ଅନ୍ୟ ଅଧିକାରୀଙ୍କୁ ଆବଶ୍ୟକ ତାଲିମ୍‌ ଦେବେ ବୋଲି ନିର୍ଦ୍ଦେଶରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri