ନାମାଙ୍କନ ପାଇଁ ପୁନଃ ବିଜ୍ଞପ୍ତି

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଯେଉଁ ନିର୍ବାଚନମଣ୍ଡଳୀରେ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି କିମ୍ବା ସମସ୍ତ ପ୍ରାର୍ଥିପତ୍ର ଖାରଜ ହୋଇଛି, ସେଠାରେ ନାମାଙ୍କନ ପାଇଁ ପୁଣି ସୁଯୋଗ ଦିଆଯାଇଛି। ପୁଣି ଥରେ ନାମାଙ୍କନ ଦାଖଲ କରିବା ପାଇଁ ଜିଲାସ୍ତରରେ ଗୁରୁବାର ପୁନଃ ବିଜ୍ଞପ୍ତି ଜାରି କରାଯାଇଛି। ୱାର୍ଡମେମ୍ବର ଏବଂ ସରପଞ୍ଚ ପଦବୀ ନିମନ୍ତେ ସମ୍ପୃକ୍ତ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ/ୱାର୍ଡରେ ବିଜ୍ଞପ୍ତି ଜାରି ହୋଇଥିବା ବେଳେ ପଞ୍ଚାୟତ ସମିତି ସଭ୍ୟ ପାଇଁ ବ୍ଲକ କାର୍ଯ୍ୟାଳୟ ଏବଂ ଜିଲା ପରିଷଦ ପଦବୀ ନିମନ୍ତେ ଉପଜିଲାପାଳ/ବ୍ଲକ୍‌ କାର୍ଯ୍ୟାଳୟରେ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ଜାନୁୟାରୀ ୨୯ରୁ ୩୧ ପୂର୍ବାହ୍ନ୧୧ଟାଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରାଯିବ ା ଫେବୃୟାରୀ ୧ ତାରିଖ ପୂର୍ବାହ୍ନ ୧୧ଟାରେ ନାମାଙ୍କନପତ୍ର ଯାଞ୍ଚ କରାଯିବ ଏବଂ ୨ ତାରିଖ ଅପରାହ୍ନ ୩ଟା ସୁଦ୍ଧା ଯୋଗ୍ୟ ପ୍ରାର୍ଥୀଙ୍କର ତାଲିକା ପ୍ରକାଶ ପାଇବ ା ଫେବୃୟାରୀ ୪ ତାରିଖ ଅପରାହ୍ନ ୩ଟା ସୁଦ୍ଧା ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରାଯିବା ସହ ସେହିଦିନ ଅପରାହ୍ନରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ା ଏହି ବିଜ୍ଞପ୍ତି ମଧ୍ୟ ରାଜ୍ୟ ନିର୍ବାଚନ ଆୟୋଗଙ୍କ ୱେବ୍‌ସାଇଟ୍‌ www.secodisha.gov.inରେ ଉପଲବ୍ଧ ହେବ ା ମତଦାନ, ଭୋଟ ଗଣତି ଓ ନିର୍ବାଚନ ଫଳାଫଳ ଘୋଷଣା ପୂର୍ବ ନିର୍ଦ୍ଧାରିତ ବିଜ୍ଞପ୍ତି ଅନୁସାରେ ହେବ ା ଏହାପରେ ଯଦି କୌଣସି ନିର୍ବାଚନ କ୍ଷେତ୍ରରେ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ ନ କରନ୍ତି ତେବେ ସେଠାରେ ଆଉ ନିର୍ବାଚନ ପାଇଁ ସୁଯୋଗ ମିଳିବ ନାହିଁ। ସରପଞ୍ଚ ଏବଂ ୱାର୍ଡମେମ୍ବର ସଭ୍ୟ କ୍ଷେତ୍ରରେ ସମ୍ପୃକ୍ତ ଉପଜିଲାପାଳ ଖାଲି ରହିଥିବା ପଦବୀ ନିମନ୍ତେ ପ୍ରାର୍ଥୀଙ୍କୁ ମନୋନୀତ କରିବେ । ପଞ୍ଚାୟତ ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟ କ୍ଷେତ୍ରରେ ଖାଲି ରହିଥିବା ପଦବୀ ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ପ୍ରାର୍ଥୀ ମନୋନୟନ କରାଯିବ ା ୪ ହଜାରରୁ ଊର୍ଦ୍ଧ୍ୱ ୱାର୍ଡମେମ୍ବର, ୬ ସମିତି ସଭ୍ୟ, ୭ ସରପଞ୍ଚ ପଦବୀ ପାଇଁ ନାମାଙ୍କନପତ୍ର ଦାଖଲ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?