ଖୋଲିଲା ସ୍କୁଲ: ଆଜିଠୁ ଶ୍ରେଣୀକକ୍ଷରେ ପାଠପଢ଼ା

ପୁରୀ ଅଫିସ,୨୬।୭: ରାଜ୍ୟରେ ସୋମବାରଠାରୁ ଦଶମଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ବିଦ୍ୟାଳୟ ଖୋଲିଲା। କରୋନା ସଂକ୍ରମଣ ଯୋଗୁ ଦୀର୍ଘଦିନ ଧରି ସ୍କୁଲ ବନ୍ଦ ରହିଥିଲା। ସଂକ୍ରମଣ ଆଶିଂକ ଭାବେ କମିବା ପରେ ବିଦ୍ୟାଳୟ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ ସହ ପିଲାଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଛି। ପୁରୀ ଜିଲାରେ ବିଦ୍ୟାଳୟ ଖୋଲିବା ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଶ୍ରେଣୀକକ୍ଷରେ ସାମାଜିକ ଦୂରତା ରକ୍ଷା, ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ, ଶ୍ରେଣୀକକ୍ଷ ସାନିଟାଇଜେଶନ୍‌ ଭଳି ପଦକ୍ଷେପ ନିଆଯାଇଛି। ଜିଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁ ଗତ ୫ଦିନ ଧରି ବିଭିନ୍ନ ବ୍ଲକ୍‌ର ବିଦ୍ୟାଳୟ ବୁଲି ସ୍ଥିତି ସମୀକ୍ଷା କରିବା ସହ କୋଭିଡ୍‌ ଗାଇଡ୍‌ଲାଇନ୍‌ ଆଧାରରେ ପାଠପଢ଼ା ଚାଲୁ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରାଜ୍ୟସ୍ତରୀୟ ଟିମ୍‌ର ନୋଡାଲ୍‌ ଅଫିସରମାନେ ପୁରୀ ଜିଲାର ବିଭିନ୍ନ ସ୍କୁଲ ପରିଦର୍ଶନ କରି ଶିକ୍ଷକ ଓ ଶିକ୍ଷାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଗ୍ରାମାଞ୍ଚଳର ବିଦ୍ୟାଳୟରେ ଛାତ୍ରୀଛାତ୍ର କିପରି ମାସ୍କ ପାଇପାରିବେ ସେ ନେଇ ପ୍ରଚେଷ୍ଟା ହେଉଛି। ରବିବାର ପୁରୀ ଜିଲା ସ୍କୁଲ, ବିଶ୍ୱମ୍ଭର ବିଦ୍ୟାପୀଠ ଭୋଳାନାଥ ବିଦ୍ୟାପୀଠ ପ୍ରଭୃତି ବିଦ୍ୟାଳୟରେ ଶ୍ରେଣୀଗୃହ ସାନିଟାଇଜେଶନ କାର୍ଯ୍ୟ ସରିଛି। ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ବିଭିନ୍ନ ବିଦ୍ୟାଳୟରେ ସାନିଟାଇଜେଶନ୍‌ ଓ ମାସ୍କ ବଣ୍ଟନ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଅନ୍ୟପକ୍ଷରେ ଅଭିଭାବକମାନେ ନିଜ ପିଲାଙ୍କୁ ବିଦ୍ୟାଳୟକୁ ଛାଡ଼ିବାକୁ ପ୍ରସ୍ତୁତ ଥିଲେ ମଧ୍ୟ କିଭଳି କୋଭିଡ୍‌ କଟକଣା ଆଧାରରେ କ୍ଲାସ୍‌ ହେବ ଓ ପିଲାମାନେ ସୁସ୍ଥ ରହିବେ ସେନେଇ ଚିନ୍ତା ପ୍ରକଟ କରିଛନ୍ତି। ଅଭିଭାବକ ଶାନ୍ତନୁ ମିଶ୍ର କହିଛନ୍ତି, କୋଭିଡ୍‌ ସମୟରେ ପାଠପଢ଼ା ପ୍ରଭାବିତ ହୋଇଥିବାରୁ ପିଲାଙ୍କୁ ସ୍କୁଲ ପଠାଇବାକୁ ଆମେ ପ୍ରସ୍ତୁତ। ମାତ୍ର ବିଦ୍ୟାଳୟରେ କୋଭିଡ୍‌ କଟକଣା ପାଳନ ହେଉଛି କି ନାହିଁ ତାହା ପ୍ରଶାସନ ନିଶ୍ଚିତ କରିବା ଜରୁରୀ। ଅନ୍ୟପକ୍ଷରେ ପୁରୀ ଜିଲା ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ମିଶ୍ର କହିଛନ୍ତି, ଶିକ୍ଷାଦାନ ସହ କୋଭିଡ୍‌ କଟକଣା ଉପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବିଶେଷ ଧ୍ୟାନ ଦେବେ। ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ସେହିପରି ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ହୋଇଛି ଓ ପିଲାମାନେ ବିନା ଦ୍ୱିଧାରେ ବିଦ୍ୟାଳୟକୁ ଆସନ୍ତୁ ବୋଲି ଜିଲା ଶିକ୍ଷା ଅଧିକାରୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri