ଆଜି ସୃଷ୍ଟି ହେବ ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨।୮: ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଶୁକ୍ରବାର ସୁଦ୍ଧା ଏହା ଲଘୁଚାପରେ ପରିବର୍ତ୍ତିତ
ହୋଇପାରେ ।  ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରି ରହିଛି। ଏହି ସ୍ଥିତି ୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଶୁକ୍ରବାର ସୁନ୍ଦରଗଡ଼, ଅନୁଗୋଳ, ଦେବଗଡ଼,କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ସହ ସମ୍ପୃକ୍ତ ୫ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତ୍‌ସିଂହପୁର, ବାଲେଶ୍ବରରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଶନିବାର ୬ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼ ଏବଂ କେନ୍ଦୁଝର ଆଦି ରହିଛି।

ମିଳିଥିବା ସୂଚନା ଅନୁଯାୟୀ, ଗତ ଜୁନ୍‍ ପହିଲାରୁ ଗତକାଲି ପର୍ଯ୍ୟନ୍ତ ରାଜ୍ୟରେ ୫୦୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ତେବେ ସ୍ୱାଭାବିକ ବର୍ଷା ତୁଳନାରେ ଏହା ୧୦ ପ୍ରତିଶତ କମ୍‍ । ମାଲକାନଗିରି ଜିଲାରେ ସବୁଠାରୁ ଅଧିକ ହଜାରେ ୬୧ ଦଶମିକ ୧ ମିଲିମିଟର ବର୍ଷା ହୋଇଛି । କୋରାପୁଟ, ନୂଆପଡା ଏବଂ ବୌଦ୍ଧ ଜିଲ୍ଲାରେ ମଧ୍ୟ ଅଧିକ ବର୍ଷା ରେକର୍ଡ କରାଯାଇଛି । ୧୫ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବାବେଳେ ୧୧ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୭।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri