ଅବକାରୀ ଏଏସ୍‌ଆଇ, ଡ୍ରାଇଭରଙ୍କୁ ଗୋଡାଇ ହାଣିଲେ

ଖୁଣ୍ଟୁଣୀ, ୨୮ା୭ (ସଚ୍ଚିଦାନନ୍ଦ ପଣ୍ଡା)- କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ଡାଳୁଆ ଓ ଖଣ୍ଡୁଆଳି ଗ୍ରାମ ନିକଟ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ବେଆଇନ ଭାବେ ଚାଲିଥିବା ଚୋରା ଦେଶୀ ମଦଭାଟି ଉପରେ ରାଜ୍ୟ ଫ୍ଲାଇଂ ସ୍କ୍ବାର୍ଡ, କଟକ ୟୁନିଟ୍‌-୧ର ମୋବାଇଲ ସ୍କ୍ବାର୍ଡ ଓ ଆଠଗଡ଼ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ଚଢାଉ କରାଯାଇଥିଲା। ହେଲେ ଏହି ସମୟରେ ସ୍ଥାନୀୟ ଅଞ୍ଚଳର କେତେଜଣ ଚୋରା ମଦ ବ୍ୟବସାୟୀ ମୁହଁରେ ମୁଖା ପିନ୍ଧି ଅବକାରୀ ବିଭାଗର ୨ ଜଣଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏଥିସହ ୪ଟି ଗାଡ଼ି ଭଙ୍ଗାରୁଜା କରିବା ସହ ୧୨ଟି ଚକା କାଟିଦେଇଥିଲେ। ଆକ୍ରମଣରେ ଅବକାରୀ ଏଏସ୍‌ଆଇ ହେମନ୍ତ ମଲ୍ଲିକ ଓ ଡ୍ରାଇଭର ବିଷ୍ଣୁ ମୋହନ ଦାସ ଆହତ ହୋଇଛନ୍ତି। ଚିକିତ୍ସାଲାଗି ସେମାନଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri