ଭଙ୍ଗା ଚାଳିଆରେ ପାଠ ପଢ଼ା

ଠାକୁରମୁଣ୍ଡା,୫ା୮(ଡି.ଏନ.ଏ.): ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଇ ଆସୁଥିବା କହୁଛନ୍ତି। ୫-ଟି ଯୋଜନାରେ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟ ଚାଲିଛି। ମାତ୍ର ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ତାଳପଦା ପଞ୍ଚାୟତ ଅଧୀନ ଭଦୁବାହାଳି ଗ୍ରାମ ପ୍ରାଥମିକ ବିଦ୍ୟାଳୟର ଅବସ୍ଥା ଦେଖିଲେ ପ୍ରଚଳିତ ଶିକ୍ଷା ବ୍ୟବସ୍ଥାର ବାସ୍ତବ ସ୍ଥିତି ଜଣାପଡ଼ିବ। ୮ ବର୍ଷ ହେଲା ଏହି ବିଦ୍ୟାଳୟର ଛାତ୍ରୀଛାତ୍ର ଭଙ୍ଗା ଚାଳିଆରେ ବସି ପଢ଼ୁଛନ୍ତି। ବିଦ୍ୟାଳୟ ପକ୍କା ଗୃହ ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ିଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଛି। ଏଥିପ୍ରତି ବିଭାଗୀୟ ଅଧିକାରୀ କର୍ଣ୍ଣପାତ କରୁ ନ ଥିବାରୁ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
୨୦୧୪ରେ ଭଦୁବାହାଳି ଗ୍ରାମରେ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ପ୍ରଥମେ ବିଦ୍ୟାଳୟ ପରିସରରେ ଏକ ଚାଳ ଘରେ ପିଲାଙ୍କୁ ପାଠ ପଢ଼ା ଯାଉଥିଲା। ବର୍ଷକ ପରେ ୨୦୧୫-୧୬ ଆର୍ଥିକ ବର୍ଷରେ ସର୍ବଶିକ୍ଷା ଅଭିଯାନ ପକ୍ଷରୁ ଶ୍ରେଣୀ ଗୃହ ନିର୍ମାଣ ପାଇଁ ୯ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ଗୃହ ନିର୍ମାଣରେ ୪ ଲକ୍ଷ ଟଙ୍କା ବ୍ୟୟ ହେବା ପରେ ଛାତ ପଡ଼ିବା ପୂର୍ବରୁ ଏହି ଯୋଜନାରୁ ଅର୍ଥ ନ ଆସିବା କାରଣରୁ କାମ ବନ୍ଦ ହୋଇଯାଇଥିଲା। ପରେ ବ୍ଲକ ମାଧ୍ୟମରେ ଶ୍ରେଣୀ ଗୃହ ନିମନ୍ତେ ୨୦୨୧-୨୨ ବର୍ଷରେ ୪ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲେ ମଧ୍ୟ ଗୃହ ନିର୍ମାଣ ନ ହୋଇ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ପିଲାମାନେ ଭଙ୍ଗା ଚାଳିଆରେ ବସି ପାଠ ପଢ଼ିବାକୁ ବାଧ୍ୟ ହେଉଛନ୍ତି। ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୩୮ ଛାତ୍ରଛାତ୍ରୀ ପଢ଼ୁଛନ୍ତି। ୫ଟି ଶ୍ରେଣୀ ଥିବା ବେଳେ ମାତ୍ର ଜଣେ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ବିଦ୍ୟାଳୟର ଗୃହ ନ ଥିବାରୁ ପାଚିକା ତାଙ୍କ ଘରେ ମଧ୍ୟାହ୍ନ ଭୋଜନ ରୋଷେଇ କରି ଆଣି ପିଲାଙ୍କୁ ଖାଇବାକୁ ଦେଉଛନ୍ତି। ଏ ସଂକ୍ରାନ୍ତରେ ବିଦ୍ୟାଳୟ ପରିଚାଳନା କମିଟିର ଚେୟାରମ୍ୟାନ ଟୀକା ମହାନ୍ତ କୁହୁନ୍ତି, ଗୃହ ନ ଥିବାରୁ ପିଲାମାନେ ଭଙ୍ଗା ଚାଳିଆରେ ବସି ପାଠ ପଢୁଛନ୍ତି। ବର୍ଷା ହେଲେ ପାଠ ପଢ଼ା ବନ୍ଦ ରହୁଛି। ଅଧାପନ୍ତରିଆ ଗୃହ ସମ୍ପର୍କରେ ଠାକୁରମୁଣ୍ଡା ଏବିଇଓ ଭାଗ୍ୟରଥୀ ମହାନ୍ତିଙ୍କୁ ପଚାରିବାରୁ ଡିପିଇପି ଯୋଜନାରେ ଗୃହ ନିର୍ମାଣ ଚାଲିଥିଲା। ମାତ୍ର ୪ ଲକ୍ଷ ଟଙ୍କା ଆସିବା ପରେ ଆଉ ଟଙ୍କା ନ ଆସିବାରୁ ଗୃହ କାମ ହୋଇ ପାରିନାହିଁ ବୋଲି ସେ ପ୍ରକାଶ କରିଛନ୍ତି। ଠାକୁରମୁଣ୍ଡା ବିଡିଓଙ୍କୁ ଏ ବାବଦରେ ପଚାରିବାରୁ କ’ଣ ପାଇଁ କାମ ହୋଇପାରି ନାହିଁ ତାହା ଅନୁଧ୍ୟାନ କରି ପଦକ୍ଷେପ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?