ମହମବତି ଆଲୋକରେ ଚାଲିଛି ପାଠପଢ଼ା

ଦାରିଙ୍ଗବାଡି,୨୪।୪ (ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍‌ କାଟକୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ ସମେତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଏକ ପ୍ରକାର ଠପ ହୋଇଯାଉଛି। ଆଉ କିଛିଦିନ ପରେ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଥିବାରୁ ସେମାନଙ୍କ ପାଠପଢାରେ ବିଦ୍ୟୁତ୍‌ କାଟ୍‌ ବାଧକ ସୃଷ୍ଟି ହୋଇଛି । ଏନେଇ ଜଣେ ମହିଳା ସଂଯୁକ୍ତା ସାହୁ ଜିଲା ପ୍ରଶାସନ ନିକଟରେ ବିଦ୍ୟୁତ୍‌ ସମସ୍ୟାର ସମାଧାନ ପାଇଁ ନିବେଦନ କରିଛନ୍ତି। ସେ ଏକ ଭିଡିଓ ଜାରି କରି ସାମାଜିକ ଗଣମାଧ୍ୟମରେ ନିଜ ଭିଡିଓ ଭାଇରାଲ କରିଛନ୍ତି । ସେ ଉକ୍ତ ଭିଡିଓରେ କହିଛନ୍ତି ଯେ, କରୋନା ପାଇଁ ଦୀର୍ଘ ୨ବର୍ଷ ଧରି ପିଲାଙ୍କ ପାଠପଢା ବନ୍ଦ ରହିଥିଲା। ଏବେ ପିଲାମାନେ ବିଦ୍ୟାଳୟ ଖୋଲିବା ପରେ ନିୟମିତ ପାଠ ପଢିବାର ସୁଯୋଗ ପାଇଲେ। ବିଦ୍ୟାଳୟରେ ପଢିବା ସହ ଘରେ ନିଜ ପାଠ ଅଭ୍ୟାସ କରୁଛନ୍ତି ହେଲେ ଘନଘନ ବିଦ୍ୟୁତ୍‌ କାଟ୍‌ ଯୋଗୁ ମହମବତି ବା ଡିବିରିରେ ପଢିବାକୁ ପଡୁଛି। ହେଲେ ବିଦ୍ୟୁତ୍‌ ଆଲୋକରେ ପଢିବା ଏବଂ ମହମବତି ଆଲୋକରେ ପଢିବା ମଧ୍ୟରେ ଅନେକ ଫରକ ରହୁଛି। ଏଥିପ୍ରତି ବିଦ୍ୟୁତ୍‌ ବିଭାଗ ଏବଂ ଜିଲା ପ୍ରଶାସନ ଗୁରୁତ୍ୱ ଦେବାକୁ ସଂଯୁକ୍ତା ନିବେଦନ କରିଛନ୍ତି। ତେବେ ଘନଘନ ବିଦ୍ୟୁତ୍‌ କାଟ ବନ୍ଦ କରାଯାଉ ନ ହେଲେ ମହିଳାମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଦାରିଙ୍ଗବାଡି ଅଞ୍ଚଳର ଏକାଧିକ ମହିଳା ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ।...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ସ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri