ସ୍କୁଲ ବାରଣ୍ଡାରେ ପାଠପଢ଼ା

ଯୋଡ଼ା,୭।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅଧୀନ କାଳିଆବେଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ର ବିପଦସଙ୍କୁଳ ଅବସ୍ଥାରେ ବାରଣ୍ଡାରେ ପାଠ ପଢ଼ୁଛନ୍ତି। ସ୍କୁଲ ଛାତ ଫାଟି ଅଁା କରିଛି। କେତେବେଳେ ଗଳି ପଡ଼ିବ,ଏନେଇ ଭୟଭୀତ ଅବସ୍ଥାରେ ଅଛନ୍ତି ଛାତ୍ରୀଛାତ୍ର।
ବ୍ଲକ ଆଦର୍ଶ ବିଦ୍ୟାଳୟକୁ ଲାଗି ରହିଥିବା ଏହି ବିଦ୍ୟାଳୟ ୧୯୯୯ରୁ ଆରମ୍ଭ ହୋଇଥିଲା। ୨୩ ବର୍ଷ ମଧ୍ୟରେ ଏହାର ମରାମତି ହୋଇଥିବା ପରିଲକ୍ଷିତ ହେଉନାହିଁ। ୨ଜଣ ଶିକ୍ଷକଙ୍କୁ ନେଇ ପାଠପଢ଼ା ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରୁଛି ଏହି ବିଦ୍ୟାଳୟ। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୩୦ ଝିଅ ଓ ୨୫ ଜଣ ପୁଅଙ୍କୁ ମିଶାଇ ମୋଟ ୫୫ ଛାତ୍ରୀଛାତ୍ର ଏଠାରେ ପାଠ ପଢ଼ୁଛନ୍ତି। ସ୍କୁଲରେ ଦୁଇଟି କ୍ଲାସ ରୁମ୍‌ ରହିଛି। ତେବେ ଏହି ଦୁଇ କ୍ଲାସ ରୁମ୍‌ର ଛାତରୁ ସିମେଣ୍ଟ ଖଣ୍ଡ ଖସୁଥିବା ବେଳେ ଗୋଟିଏ କ୍ଲାସରୁମ୍‌ ଛାତ ବିପଦ ସଙ୍କୁଳ ହୋଇପଡ଼ିଛି। ଫଳରେ ପିଲାଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରଧାନ ଶିକ୍ଷୟିତ୍ରୀ ଉକ୍ତ କ୍ଲାସ ରୁମ୍‌କୁ ତାଲା ବନ୍ଦ କରି ରଖିଛନ୍ତି। ଗତ କିଛି ଦିନ ପୂର୍ବେ ପିଲାମାନେ କ୍ଲାସରୁମ୍‌ରେ ପାଠ ପଢୁଥିବା ଅବସ୍ଥାରେ ଛାତରୁ ସିମେଣ୍ଟ ଖଣ୍ଡ ଖସିଥିଲା। ସୌଭାଗ୍ୟ ବଶତଃ ଏଥିରେ କାହାର କିଛି କ୍ଷତି ହୋଇ ନ ଥିଲା। ଫଳରେ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କୁ ବାରଣ୍ଡାରେ ବସାଇ ପାଠପଢ଼ା ଯାଉଛି। ଏହାସହିତ ଛାତ କାନ୍ଥଫାଟି ଲୁହାଛଡ଼ ଦେଖାଯାଉଛି। ବର୍ଷାଦିନେ ଛାତରୁ ପାଣି ଗଳି କ୍ଲାସରେ ପାଣି ଜମି ରହୁଛି। ନିମ୍ନମାନର ନିର୍ମାଣ କାରଣରୁ ଦୁଇଟି କ୍ଲାସରୁମରେ ଛାତ ଫାଟି ଅଁା କରିଥିବାବେଳେ ବାରଣ୍ଡା ଛାତରୁ ମଧ୍ୟ ସିମେଣ୍ଟ ଖଣ୍ଡ ଖସୁଥିବା ପରିଲକ୍ଷିତ ହେଉଛି। ବାରଣ୍ଡା ଉପର ଛାତରୁ ମଧ୍ୟ ସିମେଣ୍ଟ ଖଣ୍ଡ ଖସିଥିବା ଓ ପ୍ରଧାନ ଶିକ୍ଷୟତ୍ରୀ ଗୀତାଞ୍ଜଳି ପ୍ରଧାନ ଏଥିରୁ ଅଳ୍ପକେ ବର୍ତ୍ତିଯାଇଥିବା କହିଛନ୍ତି। ବିପଦସଙ୍କୁଳ ଅବସ୍ଥାରେ ଥିବା ଏହି ସ୍କୁଲକୁ ନିଜ ପିଲାଙ୍କୁ ଛାଡ଼ିବାକୁ ଅଭିଭାବକମାନେ ଅନିଚ୍ଛା ପ୍ରକାଶ କରୁଥିବା ଜଣାପଡ଼ିଛି। ସ୍ଥାନୀୟ ନିର୍ବାଚିତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି ଓ ଶିକ୍ଷକ ଗୋଷ୍ଠୀ ବାରମ୍ବାର ଏ ନେଇ ଯୋଡ଼ା ଗୋଷ୍ଠୀ ଶିକ୍ଷାଧିକାରୀଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି ଆସୁଥିଲେ ମଧ୍ୟ କୌଣସି ପ୍ରତିକାର ହେଉ ନ ଥିବା ଅଭିଯୋଗ ହୋଇଛି। ଏଭଳି ପରିସ୍ଥିତିରେ କୌଣସି ଦୁର୍ଘଟଣା ଘଟିଲେ କିଏ ଦାୟୀ ରହିବେ ବୋଲି ଅବିଭାବକମାନେ ପ୍ରଶ୍ନ କରିଛନ୍ତି। ଏ ସମ୍ପର୍କରେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେଙ୍କୁ ପଚାରିବାରୁ ଅଗ୍ରାଧିକାର ଭିତ୍ତିରେ ଉକ୍ତ ବିଦ୍ୟାଳୟର ମରାମତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?