ବର୍ଷା ହେଲେ ବାରଣ୍ଡାରେ ପଢ଼ାଯାଉଛି ପାଠ

ବଇଣ୍ଡା, ୨୭ା୧୧ (ଡି.ଏନ.ଏ.): ବିଦ୍ୟାଳୟରେ ଖାଲିପଡ଼ିଛି ଗଣିତ ଶିକ୍ଷକ ପଦବୀ। ୩ଟି ଯାକ ଶ୍ରେଣୀଗୃହ ବିପଦସଙ୍କୁଳ। ଅବସ୍ଥା ଏମିତି ଯେ, ସାମାନ୍ୟ ବର୍ଷା ହେଲେ ଛାତରୁ ଗଳୁଛି ପାଣି। ବାରଣ୍ଡାରେ ବସାଇ ଛାତ୍ରୀଛାତ୍ରଙ୍କୁ ପଢ଼ାଯାଉଛି ପାଠ। ଦୀର୍ଘବର୍ଷ ହେଲା ଏପରି ଦୁର୍ବଳ ଭିତ୍ତିଭୂମି ସମ୍ପର୍କରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ହେଲେ ସମାଧାନ ଦିଗରେ କୌଣସି ପଦକ୍ଷେପ ଏଯାଏ ନିଆଯାଇନାହିଁ। ଫଳରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁରୁମଟାପ ପଞ୍ଚାୟତ ମନ୍ଦରବାହାଳ ଗ୍ରାମରେ ଥିବା ପଞ୍ଚସଖା ଉଚ୍ଚ ବିଦ୍ୟାଳୟରେ ଉତ୍ତମ ଶିକ୍ଷାଦାନ ସମ୍ଭବ ହୋଇପାରୁ ନାହିଁ।

ଗ୍ରାମବାସୀଙ୍କ କହିବା ଅନୁଯାୟୀ, ୧୯୯୫ ମସିହାରେ ଗ୍ରାମବାସୀଙ୍କ ଉଦ୍ୟମରେ ମନ୍ଦରବାହାଳ ପଞ୍ଚସଖା ଉଚ୍ଚ ବିଦ୍ୟାଳୟ ସ୍ଥାପନ କରାଯାଇଥିଲା। ଏଠାରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରାଯାଉଛି। ହେଲେ ଦୀର୍ଘଦିନ ହେବ ଏହି ସ୍କୁଲରେ ଗଣିତ ଶିକ୍ଷକ ପଦବୀ ଖାଲି ପଡିଛି। ସେହିପରି ବର୍ତ୍ତମାନ ୯୨ ଛାତ୍ରୀଛାତ୍ର ପଢ଼ୁଥିବା ବେଳେ ଶିକ୍ଷାଦାନ ପାଇଁ ଆବଶ୍ୟକ ଶ୍ରେଣୀଗୃହ ନାହିଁ। ମୋଟ୍‌ ୪ଟି କୋଠରି ଥିବାବେଳେ ସେଥିରୁ ଗୋଟିଏ ସ୍କୁଲ କାର୍ଯ୍ୟାଳୟ ଭାବେ ବ୍ୟବହାର ହେଉଛି। ଅନ୍ୟ ୩ଟି ଶ୍ରେଣୀଗୃହ ବିପଦସଂକୁଳ ଅବସ୍ଥାରେ ରହିଛି। ସାମାନ୍ୟ ବର୍ଷା ହେଲେ ଛାତରୁ ପାଣି ଗଳୁଛି। ତେଣୁ ଛାତ୍ରୀଛାତ୍ରମାନଙ୍କୁ ବର୍ଷାବେଳେ ବାରଣ୍ଡାରେ ବସାଯାଉଛି। ବିଦ୍ୟାଳୟରେ ଆବଶ୍ୟକ ଶୌଚାଳୟ ନ ଥିବା ଯୋଗୁ ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ମନ୍ଦରବାହାଳ ଗ୍ରାମବାସୀ ୨୦ ମେ ୨୦୨୦ ଓ ୧୫ ଫେବୃୟାରୀ ୨୦୨୧ରେ ଅନୁଗୋଳ ଜିଲାପାଳଙ୍କଠାରୁ ଆରମ୍ଭ କରି ରାଜ୍ୟ ଶିକ୍ଷାମନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ତୁରନ୍ତ ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ ଖାଲି ପଡିଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମନ୍ଦରବାହାଳ ଗ୍ରାମବାସୀ ଦାବି କରିଛନ୍ତି। ସମସ୍ୟା ସମ୍ପର୍କରେ ପ୍ରଧାନ ଶିକ୍ଷକ ଗୋକୁଳା ନନ୍ଦ ରାଉଳ କହିଛନ୍ତି, ଗଣିତ ଶିକ୍ଷକ ପଦବୀ ଖାଲି ପଡ଼ିଥିବାରୁ ପାଠପଢାରେ ସମସ୍ୟା ହେଉଛି। ବର୍ଷା ବେଳେ ଛାତ୍ରୀଛାତ୍ରଙ୍କୁ ବାରଣ୍ଡାରେ ଶିକ୍ଷାଦାନ କରାଯାଉଛି। ସମସ୍ତ ସମସ୍ୟା ପ୍ରଶାସନକୁ ଜଣାଇ ଦିଆଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ଦାଶରଥି ଶୁଣ୍ଢି କହିଛନ୍ତି, ଉକ୍ତ ବିଦ୍ୟାଳୟର ଅସୁବିଧା ନେଇ ସରକାରଙ୍କୁ ଅବଗତ କରାଯାଇଛି। ୫-ଟି ଅଧୀନରେ ଖୁବ୍‌ଶୀଘ୍ର ଏହି ବିଦ୍ୟାଳୟକୁ ଅନ୍ତର୍ଭୁକ୍ତ କରାଯିବାକୁ ସରକାରଙ୍କୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri