ଗୋଦାମଘରେ ପାଠପଢ଼ା

ମୋହନା,୧୪ା୧୨(ମନ୍ମଥ ମିଶ୍ର)ବିଦ୍ୟାଳୟରେ ନାହିଁ ଆବଶ୍ୟକ ଶ୍ରେଣୀ ଗୃହ, ମଧ୍ୟାହ୍ନ ଭୋଜନ ପାଇଁ ଉଦ୍ଦିଷ୍ଟ ବାରଣ୍ଡାରେ ଚାଲୁଛି ଏକାଥରକେ ତିନି ତିନୋଟି ଶ୍ରେଣୀର ପିଲାଙ୍କ ପାଠପଢା। କେବଳ ସେତିକି ନୁହେଁ ଗୋଦାମ ଗୃହରେ ମଧ୍ୟ ପଢୁଛନ୍ତି ଛାତ୍ରୀଛାତ୍ରୀ। ଏଭଳି ଅବ୍ୟବସ୍ଥା ଦେଖିବାକୁ ମିଳିଛି ମୋହନା ବ୍ଲକର ୧୯୭୭ରେ ସ୍ଥାପିତ ହୋଇଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କିର୍ତ୍ତିଙ୍ଗଠାରେ। ଗ୍ରାମାଞ୍ଚଳରେ ଉନ୍ନତ ମାନର ଶିକ୍ଷା ବ୍ୟବସ୍ଥା ଯୋଗାଇଦେବା ପାଇଁ ସରକାର ପ୍ରତି ବିଦ୍ୟାଳୟର ଭିତ୍ତିଭୂମିର ବିକାଶକୁ ପ୍ରାଧାନ୍ୟ ଦେଉଥିବା ବେଳେ ଉକ୍ତ ବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ୭୫ ପିଲା ପଢୁଛନ୍ତି। ବିଦ୍ୟାଳୟରେ ପୁରୁଣା କୋଠାକୁ ମିଶାଇ ସମ୍ପୂର୍ଣ୍ଣ ଦୁଇଟି କୋଠା ରହିଥିବା ବେଳେ ଗୋଟିଏ କକ୍ଷରେ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ଏବଂ ଅନ୍ୟ ଏକ କକ୍ଷରେ ତୃତୀୟ, ଚତୁର୍ଥ, ପଞ୍ଚମ ଶ୍ରେଣୀର ବିଦ୍ୟାର୍ଥୀ ପାଠ ପଢୁଛନ୍ତି। ଅବଶିଷ୍ଟ ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀର ଛାତ୍ରୀଛାତ୍ର ବାରଣ୍ଡାରେ ପାଠ ପଢୁଛନ୍ତି। ଅସରାଏ ବର୍ଷା ହେଲେ ପାଠ ପଢା ପ୍ରଭାବିତ ହେଉଥିବା ବେଳେ ଗୋଟିଏ ସ୍ଥାନରେ ତିନି ତିନୋଟି ଶ୍ରେଣୀର ପାଠ ପଢିବା ବହୁତ ଅସୁବିଧା ହେଉଥିବା ପ୍ରକାଶ କରିଛନ୍ତି ଛାତ୍ରୀଛାତ୍ର। ରୋଷେଇ ଶାଳ ଛାତ ଖରାପ ଥିବା ଯୋଗୁଁ ମଧ୍ୟାହ୍ନ ଭୋଜନ ଓ ଅ୍ଯଯା୍ଯଯ ସାମଗ୍ରୀକୁ ଆଣି ବିଦ୍ୟାଳୟ କୋଠରୀରେ ରଖାଯାଇଛି। ଏଥିସହ ବିଦ୍ୟାଳୟରେ ପାଣି ଟ୍ୟାପ ଲାଗିଛି କିନ୍ତୁ ପାନୀୟ ଜଳର ସୁବ୍ୟବସ୍ଥା ନାହିଁ। ପାଚେରୀ ନଥିବା ହେତୁ ଅସାମାଜିକ ଲୋକଙ୍କ ଅବାଧ ପ୍ରବେଶ ସହ ବହୁ ସମସ୍ୟାହେଉଥିବା କହିଛନ୍ତି ଛାତ୍ରୀମାନେ। ଏ ସମ୍ପର୍କରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସିମାଞ୍ଚଳ କାର୍ଯୀଙ୍କୁ ପଚାରିବାରେ ବିଦ୍ୟାଳୟର ସମସ୍ୟା ନେଇ ପିଣ୍ଡିକି ସରପଞ୍ଚ ରାଜ କିଶୋର ମଲ୍ଲିକଙ୍କ ସହ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରାଯାଇଥିବା କହିଛନ୍ତି। ସେପଟେ ପିଣ୍ଡିକି ସରପଞ୍ଚଙ୍କୁ ପଚାରିବାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ବିଦ୍ୟାଳୟ ପାଚେରୀ ଖୁବଶୀଘ୍ର ନିର୍ମାଣ କରାଯିବ। ଏହା ସହ ନୂତନ ଶ୍ରେଣୀ ଗୃହ ନିର୍ମାଣ ପାଇଁ ବ୍ଳକର କନିଷ୍ଠ ଯନ୍ତ୍ରୀ ରାଜେଶ କୁମାର ପାଢ଼ୀ ଧ୍ୟାନ ଦେଉନଥିବା କହିଛନ୍ତି। ଅନ୍ୟପକ୍ଷରେ ସମ୍ପୃକ୍ତ କନିଷ୍ଠ ଯନ୍ତ୍ରୀଙ୍କୁ ପଚାରିବାରେ ଶ୍ରେଣୀ ଗୃହ ପାଇଁ ଟେଣ୍ଡର ସରିଛି, ଶୀଘ୍ର ନିର୍ମାଣ ପାଇଁ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପକ୍ଷରେ ମୋହନା ବିଡିଓ ହଳଧର ଶବରଙ୍କୁ ଯୋଗାଯୋଗ କରାଯିବାରୁ ତଦନ୍ତ କରି ଅତିଶୀଘ୍ର ସ୍କୁଲର ସମସ୍ତ ସୁବିଧା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri