ମାଷ୍ଟର ପ୍ଲାନ୍‌ ଅପେକ୍ଷାରେ କେନ୍ଦ୍ରାପଡ଼ା ସହର

କେନ୍ଦ୍ରାପଡ଼ା,୨୮ା୬ (ଜଗନ୍ନାଥ ଧଳ): ବର୍ଷାଋତୁ ଆରମ୍ଭ ହୋଇଛି। ଆଗକୁ ସାମାନ୍ୟ ବର୍ଷାରେ କେନ୍ଦ୍ରାପଡ଼ା ସହର ଜଳବନ୍ଦୀ ହେବ। ସହରର ଜଳପଥ ଉପରେ ଜବରଦଖଲ ବଢ଼ୁଛି। ସ୍ବେରେଜ ସିଷ୍ଟମ ଏଥିପାଇଁ କାମ କରୁନାହିଁ। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ପାଇଁ ଉପଯୁକ୍ତ ଯାତାୟାତ ପଥ ନାହିଁ। ସହରର ମୁଖ୍ୟସ୍ଥଳ ତିନିମୁହାଣି ଛକରେ ମହାତ୍ମା ଗାନ୍ଧୀଙ୍କ କେନ୍ଦ୍ରାପଡ଼ା ଗସ୍ତର ସ୍ମୃତିପୀଠ ରାସ୍ତା ସଙ୍କୁଚିତ କରୁଛି। ରାଜ୍ୟର ଏହି ସର୍ବପୁରାତନ ପୌରାଞ୍ଚଳର କୌଣସି ମାଷ୍ଟର ପ୍ଲାନ ନ ଥିବାରୁ ମନମୁଖି ପ୍ରକଳ୍ପ ନିର୍ମାଣ ଓ ଜବରଦଖଲ ସହରକୁ ସଙ୍କୁଚିତ କରୁଛି। ଜଳ ନିଷ୍କାସନ ଏକ ସମସ୍ୟା ଭାବେ ଉଭା ହୋଇଛି। ସେହିପରି ଐତିହ୍ୟ ସଂରକ୍ଷଣ ପାଇଁ ଏକ ମ୍ୟୁଜିୟମ୍‌ ସ୍ଥାପନ କରାଯିବାକୁ ସହରରେ ଆଲୋଚନା ହେଉଛି।
ଏ ସମ୍ପର୍କରେ ସହରର ଚିତ୍ତରଞ୍ଜନ ସାହୁ, ମନୋଜ କୁମାର ସିଂହ, ବିଜୟ କୁମାର ମଣ୍ଡଳ, ଅସିତ କୁମାର ମହାପାତ୍ର, କ୍ଷିତୀଶ କୁମାର ସିଂହ ପ୍ରମୁଖ କହିଛନ୍ତି, ଜିଲାରେ ବିଶ୍ୱବାସୀଙ୍କ ଆକର୍ଷଣ ଜାତୀୟ ଉଦ୍ୟାନ ଭିତରକନିକା ଅଛି। ସେହିପରି ରାଜ୍ୟର ଏକମାତ୍ର ଜିଓ ଟିଉବୱାଲ, ହୁକିଟୋଲାଠାରୁ ଆରମ୍ଭ କରି ସହର ମଧ୍ୟରେ ଶ୍ରୀବଳଦେବଜୀଉଙ୍କ ମନ୍ଦିର ଅଛି। ପ୍ରଚାର ପ୍ରସାର ପରେ ଆଗାମୀ ଦିନରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବ। କେନ୍ଦ୍ରାପଡ଼ା ସହର ଏହାର ମଧ୍ୟସ୍ଥଳରେ ଥିବା ବେଳେ ସହରବାସୀଙ୍କ ସଂଖ୍ୟା ଇତିମଧ୍ୟରେ ପ୍ରାୟ ୮୦ ହଜାର ହୋଇଛି। ଆଗାମୀ ଦିନରେ ସହରର ପରିସୀମା ବୃଦ୍ଧିର ପ୍ରସ୍ତାବ ରହିଛି। କୌଣସି ଅଞ୍ଚଳର ବିକାଶ ପାଇଁ ଚିନ୍ତା କଲେ ଆଗାମୀ ୫୦ରୁ ୧୦୦ ବର୍ଷର ସମ୍ଭାବନା ଏଥିରେ ସାମିଲ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ରାସ୍ତାଠାରୁ ଜଳ ନିଷ୍କାସନ, ରାତ୍ରିକାଳୀନ ରହଣିଠାରୁ ଭେଣ୍ଡିଂ ଜୋନର ଅବସ୍ଥିତି ପ୍ରତି ସଚେତନ ହେବାକୁ ପଡ଼ିବ। ତେବେ ୨୫ ବର୍ଷ ପୂର୍ବେ ପ୍ରତିଷ୍ଠିତ ଆଞ୍ଚଳିକ ଉନ୍ନୟନ ଟ୍ରଷ୍ଟ କାର୍ଯ୍ୟାଳୟ ଏକ ସାଇନ୍‌ବୋର୍ଡ ମଧ୍ୟରେ ସୀମିତ ରହିଛି। ପ୍ରକଳ୍ପର ଅନୁମୋଦନ ସମ୍ପର୍କରେ କୌଣସି ଅନୁଧ୍ୟାନ କରାଯାଉନାହିଁ। ଜିଲାର ବ୍ୟସ୍ତବହୁଳ ତିନିମୁହାଣି ଛକ ଏବେ ଟ୍ରାଫିକ୍‌ ସମସ୍ୟାରେ ଅଛି। କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ସହ ସହର ମଧ୍ୟକୁ ଏହା ସଂଯୋଗସ୍ଥଳ। ଛକକୁ ଅଧିକ ପ୍ରଶସ୍ତ ଓ ଯାତାୟାତ ପାଇଁ ଏହାର ସମ୍ପ୍ରସାରଣ ଜରୁରୀ ହୋଇଛି। ଏଥିପାଇଁ ନିକଟରେ ଥିବା ଚଟିପୋଲଠାରୁ ନୂତନ ରାସ୍ତା ନିର୍ମାଣାଧୀନ ଅଛି। ତେବେ ତିନିମୁହାଣି ଛକରେ ଏକାଧିକ ପ୍ରକଳ୍ପ ଟ୍ରାଫିକ୍‌ ସମସ୍ୟାକୁ ଜଟିଳ କରିଛି। ଏଠାରେ କିଛିଦିନ ହେବ ଗାନ୍ଧିସ୍ମୃତି ପୀଠ ନିର୍ମାଣ ହୋଇଛି। ସେହିପରି ଶୌଚାଳୟ ଓ ଆଇ ଲଭ୍‌ କେନ୍ଦ୍ରାପଡ଼ା ପ୍ରତୀକ ରହିଥିବାରୁ ରାସ୍ତା ଉପରେ ବାଇକ୍‌ଠାରୁ ଅଟୋର ଭିଡ଼ ଜମୁଛି। ସହରର ପ୍ରବେଶ ପଥରେ ଭେଣ୍ଡିଂ ଜୋନ ପାଇଁ ବ୍ୟବସ୍ଥା ହୋଇଛି। ଏହାସହ ଏଠାରେ ଥିବା ଗେଟ୍‌ର ପ୍ରାସଙ୍ଗିକତା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତିନିମୁହାଣି ଛକ ନିକଟରେ ଥିବା ଶିଳ୍ପାଞ୍ଚଳ ସ୍ଥାନରେ ଭେଣ୍ଡିଂ ଜୋନଠାରୁ ଆରମ୍ଭ କରି ଶୌଚାଳୟ, ଗାନ୍ଧି ସ୍ମୃତିପୀଠ, ଐତିହ୍ୟ ମ୍ୟୁଜିୟମ୍‌ ଆଦି ହୋଇ ପାରିଥାନ୍ତା। ଫଳରେ ଆଗାମୀ ଦିନରେ ସହରର ଯାତାୟାତ ସହିତ ସୌନ୍ଦର୍ଯ୍ୟ ପ୍ରଦାନ କ୍ଷେତ୍ରରେ ଏହାର ଭାଗୀଦାରି ରୁହନ୍ତା। ଜିଲାର କୃଷି ପରି ପର୍ଯ୍ୟଟନ ଶିଳ୍ପ ଆର୍ଥିକ ଉନ୍ନତି ଆଣିପାରିବ। ଏଥିସହ ମହାକାଳପଡ଼ାଠାରେ ଆଖଡ଼ାଶାଳି ବନ୍ଦର, ଷ୍ଟିଲ ଇଣ୍ଡଷ୍ଟ୍ରି ପ୍ରତିଷ୍ଠା ହେବ ବୋଲି ପୂର୍ବର ରାଜ୍ୟ ସରକାର ଜିଲାବାସୀଙ୍କୁ ସ୍ବପ୍ନ ଦେଖାଇଛନ୍ତି। ଏସବୁରେ ସହରର ଭୂମିକା କମ୍‌ ନୁହେଁ। ସହର ମଧ୍ୟରେ ଥିବା ଯାତ୍ରୀ ନିବାସ, ରାତ୍ର ରହଣିସ୍ଥଳ, କଲ୍ୟାଣ ମଣ୍ଡପ, ଇଚ୍ଛାପୁରରେ ଥିବା ପର୍ଯ୍ୟଟନ ବିଭାଗର ନିବାସର ଉପଯୋଗିତା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଆଗାମୀ ଦିନରେ ଜିଲା ବାହାର ଲୋକଙ୍କୁ ରହିବା ସମସ୍ୟା ସୃଷ୍ଟି କରିବ। ଜିଲାରେ ବିକ୍ଷିପ୍ତ ଭାବେ ଥିବା ଐତିହ୍ୟ ସ୍ମାରକୀ ପାଇଁ ମ୍ୟୁଜିୟମ୍‌ ଆବଶ୍ୟକ। ସେହିପରି ଜବରଦଖଲ ମୁକ୍ତ ନ ହେଲେ ସହର ମଧ୍ୟରୁ ଜଳ ନିଷ୍କାସନ ବ୍ୟବସ୍ଥା ହୋଇପାରିବ ନାହିଁ। ରାଜ୍ୟର ନୂଆ ସରକାର ଓ ସ୍ଥାନୀୟ ରାଜନେତା, ପ୍ରଶାସକ ଏହି ସର୍ବପୁରାତନ ମ୍ୟୁନିସିପାଲିଟି ପାଇଁ ଏକ ମାଷ୍ଟାର ପ୍ଲାନ କରନ୍ତୁ ବୋଲି ସେମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ପୌରାଧ୍ୟକ୍ଷା ସରିତା ସାହୁଙ୍କୁ ପଚାରିବାରେ ସହର ମଧ୍ୟରେ ବିଭିନ୍ନ ପ୍ରକଳ୍ପର ନିର୍ମାଣ କାମ ଶେଷକୁ ଗୁରୁତ୍ୱ ଦିଆଯାଇଛି। ନୂଆ ଓ ପୁରୁଣା ବସ୍‌ଷ୍ଟାଣ୍ଡର କଳେବର ବଦଳୁଛି। ସେହିପରି ସୌନ୍ଦର୍ଯ୍ୟକରଣ ସହ ସହର ମଧ୍ୟରେ ବିଭିନ୍ନ ପ୍ରକଳ୍ପ ଆରମ୍ଭ ହୋଇଛି। ଏକ ସୁନ୍ଦର ସହର ଗଠନ ପାଇଁ ସର୍ବଦା ପ୍ରୟାସ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri