ଗଛମୂଳେ ଚାଲିଛି ପାଠପଢ଼ା

ପଦ୍ମପୁର, ୨୩।୭ (ଡି.ଏନ.ଏ.)

ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ। ଆବଶ୍ୟକ ଅନୁଯାୟୀ ଶ୍ରେଣୀଗୃହ ନ ଥିବାରୁ କୁନି କୁନି ଛାତ୍ରୀଛାତ୍ର ଗଛ ମୂଳେ ବସି ପାଠ ପଢୁଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ କରଣପଲ୍ଲୀ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ଜିଲାରେ ସପ୍ତାହେ ଧରି ଲଘୁଚାପଜନିତ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ କୋହଲା ପବନ ସହ ବିଜୁଳି ଘଡ଼ଘଡ଼ି ମାରୁଛି। ଏପରି ସ୍ଥିତିରେ ଅସୁରକ୍ଷିତ ଭାବେ ପିଲାମାନଙ୍କୁ ବାହାରେ ପଢ଼ାଯିବା ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।
ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ୩୨୮ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟର ନିଜସ୍ବ ୨ଟି ଶ୍ରେଣୀଗୃହ ଥିବାବେଳେ ଅନ୍ୟ ଦୁଇଟି ମରାମତି ଚାଲିଛି। ଫଳରେ ୨ଟି ଶ୍ରେଣୀଗୃହରେ ସମସ୍ତ ଛାତ୍ରୀଛାତ୍ର ବସିବା ସମ୍ଭବପର ହେଉନାହିଁ। ଶ୍ରେଣୀଗୃହ ଅଭାବ ଯୋଗୁ କେବେ ପିଲା ଗଛ ମୂଳେ ତ କେବେ ବିଦ୍ୟାଳୟ ବାରଣ୍ଡାରେ ବସି ପଢୁଛନ୍ତି। ଏନେଇ ଅଭିଯୋଗ ହେବା ପରେ ଗତ ମଙ୍ଗଳବାର ଗଣମାଧ୍ୟମ ପ୍ରତିନିଧି ବିଦ୍ୟାଳୟକୁ ଯିବାରୁ ଘଟଣାର ସତ୍ୟାସତ୍ୟ ଜଣାପଡ଼ିଥିଲା। ୩ଟି ଶ୍ରେଣୀର ପିଲାଙ୍କୁ ନେଇ ଗଛମୂଳେ ପାଠପଢ଼ା ଚାଲିଥିଲା। ସପ୍ତମର ୪୮, ଦ୍ୱିତୀୟର ୪୦ ଓ ତୃତୀୟ ଶ୍ରେଣୀର ୨୫ଜଣ ଛାତ୍ରୀଛାତ୍ର ଝିପିଝିପି ବର୍ଷାରେ ବି ବାହାରେ ପଢ଼ୁଥିଲେ। ପ୍ରଥମ ଶ୍ରେଣୀର ପିଲାଙ୍କୁ ବାରଣ୍ଡାରେ ବସାଇ ପାଠ ପଢ଼ା ଯାଉଥିଲା। ଗତ କିଛିଦିନ ଧରି ଏଭଳି ଭାବେ ଶିକ୍ଷାଦାନ କରାଯାଉଥିବା ଜଣାପଡ଼ିଛି। ବିଦ୍ୟାଳୟ ବନ୍ଦ ଥିବାବେଳେ ମରାମତି କରା ନ ଯାଇ ବର୍ଷାଦିନେ କାହା ସ୍ବାର୍ଥରେ ମରାମତି କରାଯାଉଛି ବୋଲି ଅଭିଭାବକମାନେ ପ୍ରଶ୍ନ ଉଠାଇଛନ୍ତି। ଏ ସମ୍ପର୍କରେ ସିଆର୍‌ସିସି ଗୋରାଚାନ୍ଦ ମାଝି କହିଛନ୍ତି, ମରାମତି ପରେ ଆଉ ଦୁଇଟି ଶ୍ରେଣୀଗୃହ ଛାତ୍ରୀଛାତ୍ରଙ୍କ ପାଠପଢ଼ା ପାଇଁ ଉପଲବ୍ଧ ହେବ। ତେବେ ପୁରୁଣା ଗୃହ ଛାତ ମରାମତି ନିମନ୍ତେ ଶିକ୍ଷା ବିଭାଗ ପକ୍ଷରୁ ପରିଚାଳନା କମିଟିକୁ ଅର୍ଥ ମଞ୍ଜୁର କରାଯାଇଥିବା ବେଳେ କିଛି ବିବାଦ ଉପୁଜିଥିବାରୁ ମରାମତି କରାଯାଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri