ବର୍ଷା ହେଲେ ବାରଣ୍ଡାରେ ପାଠପଢ଼ା 

କଣ୍ଟିପାଳ,୨୬ା୮(ସୁଶାନ୍ତ କୁମାର ସାହୁ): ରାଜ୍ୟ ସରକାର ଶିକ୍ଷାକୁ ଗୁରୁତ୍ୱ ଦେଇ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ୫-ଟି ଜରିଆରେ ବିଦ୍ୟାଳୟର ଉନ୍ନତୀକରଣ କରି ଛାତ୍ରୀଛାତ୍ରଙ୍କ ବିକାଶ କ୍ଷେତ୍ରରେ ଗୁରୁତ୍ୱ ଦେଉଛନ୍ତି। ମାତ୍ର କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ କଣ୍ଟିପାଳ ପଞ୍ଚାୟତ ବିରିଡ଼ିହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବେ ବି ଶୋଚନୀୟ ଅବସ୍ଥାରେ ରହିଛି। ଏଠାରେ ଥିବା ଅନେକ ଶ୍ରେଣୀଗୃହରୁ ସାଧାରଣ ବର୍ଷା ହେଲେ ମଧ୍ୟ ପାଣି ଗଳୁଛି। ଫଳରେ ଶିକ୍ଷୟିତ୍ରୀ ପିଲାମାନଙ୍କୁ ବାରଣ୍ଡାରେ ଛିଡ଼ାକରି ପାଠ ପଢ଼ାଇବାର ଦୃଶ୍ୟ ଶିକ୍ଷା ବ୍ୟବସ୍ଥାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି।
ସୂଚନା ଅନୁଯାୟୀ, ସମ୍ପୃକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟାନ୍ତ ୧୭୮ ପିଲା ଅଧ୍ୟୟନ କରନ୍ତି। ଶିକ୍ଷାଦାନ ପାଇଁ ୬ ଜଣ ଶିକ୍ଷୟିତ୍ରୀ ଓ ଶିକ୍ଷକ ନିଯୁକ୍ତ ହୋଇଛନ୍ତି। ପିଲାମାନଙ୍କ ପାଠପଢ଼ା ପାଇଁ ଉଦ୍ଦିଷ୍ଟ ଗୋଟିଏ ବିଲ୍ଡିଂର ଦୁଇଟି ଶ୍ରେଣୀଗୃହ ଠିକ୍‌ ରହିଥିବା ବେଳେ ଗୋଟିଏ ଶ୍ରେଣୀଗୃହ ବିଶିଷ୍ଟ ଅନ୍ୟ ବିଲ୍ଡିଂର ଛାତରୁ ବର୍ଷା ହେଲେ ପାଣି ଗଳୁଛି। ସେହିପରି ଟାଇଲ ଛପରରେ ଥିବା ୫ ଶ୍ରେଣୀ ବିଶିଷ୍ଟ ଗୃହରୁ ମଧ୍ୟ ବର୍ଷା ହେଲେ ପାଣି ଜମୁଛି। ଗୁରୁବାର ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ଶ୍ରେଣୀଗୃହରୁ ପାଣି ଗଳୁଥିବାରୁ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ପିଲାମାନଙ୍କୁ ବାରଣ୍ଡାରେ ଶିକ୍ଷାଦାନ କରୁଥିବାର ଦେଖାଯାଇଥିଲା। ଏନେଇ ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର ବିନିସା ପୂର୍ବରୁ ଅନେକ ବାର ସମସ୍ୟା ସମ୍ପର୍କରେ ବିଇଓଙ୍କୁ ଜଣାଇଥିବା କହିଛନ୍ତି। ଆନନ୍ଦପୁର ଏବିଓ ହେମେନ୍ଦ୍ର ମହାନ୍ତ ଏ ବିଷୟରେ ସ୍ଥାନୀୟ ସରପଞ୍ଚଙ୍କ ସହ କଥା ହେବାକୁ କହିଥିଲେ। କଣ୍ଟିପାଳ ସରପଞ୍ଚ ପଦ୍ମିନୀ ନାଏକ କହିଛନ୍ତି, ଦେଖିବା ଏ ନେଇ କ’ଣ କରାଯାଇପାରିବ।

Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri