ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ ଚିକିତ୍ସା କରାଯାଇଛି। ମୋଟ ୨୨୨ଜଣ ଛାତ୍ରୀଛାତ୍ର ନିଜ ନାମ ପଞ୍ଜିକରଣ କରି ଚକ୍ଷୁ ପରୀକ୍ଷା କରାଇଥିଲେ। ସେମାନଙ୍କ ମଧ୍ୟରେ ୧୧୩ ଜଣ ଦୃଷ୍ଟିଶକ୍ତିରେ ସମସ୍ୟା ଥିବାରୁ ସେମାନଙ୍କୁ ଚିକିତ୍ସା କରାଯିବା ସହ ଚଷମା ବ୍ୟବହାର ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ।
ସେହିପରି ଜଣେ ଛାତ୍ରଙ୍କ ଦୃଷ୍ଟିଶକ୍ତିରେ ଅଧିକା ଜଟିଳ ପରିଲକ୍ଷିତ ହୋଇଥିବାରୁ ଚିକିତ୍ସା କରୁଥିବା ଡାକ୍ତର ତାଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ ପରାମର୍ଶ ଦେଇଥିଲେ। ଚକ୍ଷୁ ବିଶେଷଜ୍ଞ ଡାକ୍ତର ଅରବିନ୍ଦ ଦାସ ଏବଂ ଚକ୍ଷୁ ବିଜ୍ଞାନୀ ସୁଶ୍ରୀ ଅର୍ଚ୍ଚନା ସ୍ବାଇଁ ଚକ୍ଷୁ ପରୀକ୍ଷା କରିଥିଲେ।
ପ୍ରକାଶ ଯେ, ଛାତ୍ରୀଛାତ୍ରଙ୍କ ଅଧ୍ୟୟନରେ ଦୃଷ୍ଟିଶକ୍ତି ବାଧକ ଯେମିତି ସାଜିବ ନାହିଁ ସେ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ଏହି ବ୍ୟବସ୍ଥା କରାଯାଇଛି। ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନାରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ କ୍ଲଷ୍ଟରରେ ଏହି ଚିକିତ୍ସା କରାଯାଇ ଆବଶ୍ୟକ ମାଗଣା ଚିକିତ୍ସା ସହ ଚଷମା ଯୋଗାଇ ଦିଆଯାଉଛି। କାର୍ଯ୍ୟକ୍ରମକୁ ଗୋଷ୍ଠୀ ସମ୍ବଳ ଶିକ୍ଷକ ମାନସ କୁମାର ଷଡ଼ଙ୍ଗୀ, ରଶ୍ମିତା ସେନାପତି ପରିଚାଳନା କରିଥିବା ବେଳେ ଜିଲା ଅନ୍ତେବାସୀ ସଂଯୋଗକ ସମର ରଞ୍ଜନ ବେହେରାଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଦାରିଙ୍ଗବାଡି ସମେତ ଗ୍ରୀନବାଡି, ସିର୍କାବର୍ଗ, ଦନେକବାଡି କ୍ଲଷ୍ଟରର ବିଦ୍ୟାଳୟର ଛାତ୍ରୀଛାତ୍ର ମାନେ ଯୋଗ ଦେଇଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri