ମୌସୁମୀ ଅଧିବେଶନ ଲାଗି ଶାସକ-ବିରୋଧୀ ପ୍ରସ୍ତୁତ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ବିଧାନସଭାର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧ରୁ ଆରମ୍ଭ ହୋଇ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଧାନସଭାରେ ବିରୋଧୀ ଭାଜପା ଓ କଂଗ୍ରେସ ବିଭିନ୍ନ ପ୍ରସଙ୍ଗରେ ଶାସକ ବିଜେଡିକୁ ଟାର୍ଗେଟ କରିବେ। ଆସନ୍ତା ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ସେହିଦିନ କଂଗ୍ରେସ ମଧ୍ୟ ବୈଠକ କରିବ। କଂଗ୍ରେସ ରାଜ୍ୟ ପ୍ରଭାରୀ ଏ.ଚେଲାକୁମାର ସାମିଲ ହେବେ। ବିରୋଧୀଙ୍କୁ ମୁକାବିଲା କରିବା ଲାଗି ଶାସକ ବିଜେଡି ମଧ୍ୟ ନିଜ ରଣନୀତି ପ୍ରସ୍ତୁତ କରୁଛି। ଆସନ୍ତା ୩୧ ତାରିଖ ସା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାୟକ ଦଳ ବୈଠକ ବସିବ।
ଭାଜପା ବିଧାୟକ ମୁକେଶ ମହାଲିଙ୍ଗ କହିଛନ୍ତି, ଶାସକ ଦଳର ବିଭିନ୍ନ ପ୍ରକାର ଦୁର୍ନୀତି ଓ ଅସଫଳତା ଗୃହରେ ଉଠାଯିବ। ମୁଖ୍ୟତଃ ଚାଷୀ ସମସ୍ୟା, ମରୁଡି ପ୍ରସଙ୍ଗ, ଆଦିକୁ ନେଇ ଶାସକ ଦଳଠାରୁ ଉତ୍ତର ମଗାଯିବ। ସେହିପରି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ କହିଛନ୍ତି, ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧରେ ବିଭିନ୍ନ ପ୍ରସଙ୍ଗ ରହିଛି। ଚାଷୀ ସମସ୍ୟା ସବୁଆଡେ ବ୍ୟାପକ ହେବାରେ ଲାଗିଛି। ଆଇନ ଶୃଙ୍ଖଳା ପରିସ୍ଥିତି, ମରୁଡି ସମସ୍ୟା ନେଇ ଶାସକ ଦଳକୁ ଘେରିବା ଲାଗି କଂଗ୍ରେସ ଯୋଜନା କରୁଛି ।
ଶାସକ ଦଳ ବିଧାୟକ କିଶୋର ମହାନ୍ତି କହିଛନ୍ତି, ସେମାନଙ୍କ ନିକଟରେ ବିରୋଧ କରିବା ଭଳି କିଛି ବିଶେଷ ତଥ୍ୟ ନାହିଁ। ୨ରୁ ୩ ଦିନ ବିଧାନସଭା ବନ୍ଦ କରିବା ଛଡା କିଛି କରିପାରିବେ ନାହିଁ। ଅନେକ ପ୍ରସଙ୍ଗ ଅଛି, ଶାସକ ଦଳ ମଧ୍ୟ ଉତ୍ତର ରଖିବାକୁ ପ୍ରସ୍ତୁତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri