Posted inଜାତୀୟ

ସିନ୍ଦେ ‘ସେନା’ଙ୍କୁ ସଞ୍ଜୟଙ୍କ ଅପିଲ୍‌: ମହାରାଷ୍ଟ୍ରକୁ ଫେରି ଆଲୋଚନା କର

ମୁମ୍ବାଇ,୨୩।୬: ବିଦ୍ରୋହୀ ଶିବସେନା ନେତା ଏକନାଥ ସିନ୍ଦେ ଏବଂ ଆସାମର ଗୁଆହାଟୀରେ ବସିଥିବା ତାଙ୍କ ସମର୍ଥକ ବିଧାୟକଙ୍କୁ ମୁମ୍ବାଇ ଫେରିବାକୁ ନିବେଦନ କରିଛି ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତ। ଗୁରୁବାର ରାଉତ କହିଛନ୍ତି, ମହାରାଷ୍ଟ୍ର ବାହାରେ ଥିବା ବିଧାୟକମାନେ ହିନ୍ଦୁତ୍ୱ ପ୍ରସଙ୍ଗ ଉଠାଇଛନ୍ତି। ଯେଉଁମାନେ ଚାହୁଁଛନ୍ତି ଶିବସେନା ମିଳିତ ମେଣ୍ଟରୁ ଓହରି ଯିବା ଉଚିତ୍‌, ସେମାନେ ସାହସର ସହିତ ଏଠାକୁ ଆସ ଏବଂ ଏକାଠି ବସି କଥା ହୁଅ। ଶିବସେନା ମଧ୍ୟ ମହାବିକାଶ ଅଗାଡିରୁ ବାହାରକୁ ଆସିବାକୁ ପ୍ରସ୍ତୁତ। ଯଦି ଫ୍ଲୋର୍‌ ଟେଷ୍ଟ କରାଯାଏ ତେବେ ଆମେ ନିଶ୍ଚୟ ଜିତିବା। ୨୪ ଘଣ୍ଟାରେ ମୁମ୍ବାଇକୁ ଆସ ଏବଂ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସହ କଥା ହୁଅ।
ସଞ୍ଜୟ ରାଉତ ଦାବି କରିଛନ୍ତି ଯେ, ବିଦ୍ରୋହୀ ନେତା ଏକନାଥ ସିନ୍ଦେ ଦଳର ୨୧ ଜଣ ବିଧାୟକ ତାଙ୍କ ସହ ଯୋଗାଯୋଗ କରୁଛନ୍ତି। ଯେତେବେଳେ ବି ସୁଯୋଗ ଆସେ, ମିଳିତ ସରକାର ଏହାର ସଂଖ୍ୟାଗରିଷ୍ଠତା ପ୍ରମାଣ କରିବେ। ଖୁବଶୀଘ୍ର ଉଦ୍ଧବ ଠାକରେ ବର୍ଷା ବଙ୍ଗଳାକୁ ଫେରିବେ। ଉଦ୍ଧବ ଠାକରେ ବୁଧବାର ତାଙ୍କ ସରକାରୀ ବାସଭବନ ବର୍ଷା ଛାଡି ମାତୋଶ୍ରୀକୁ ଯାଇଥିଲେ।
ଉଦ୍ଧବ ଠାକୁରଙ୍କ ବୈଠକ ପୂର୍ବରୁ କ୍ୟାବିନେଟ ମନ୍ତ୍ରୀ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ବିଦ୍ରୋହୀ ଶିବିରରେ ଯୋଗଦେବା ପାଇଁ ଆଉ ତିନିଜଣ ଶିବସେନା ବିଧାୟକ ଗୁଆହାଟୀରେ ପହଞ୍ଚିଥିଲେ। ଏକନାଥ ୪୬ ଜଣ ବିଧାୟକଙ୍କ ସମର୍ଥନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri