Posted inଜାତୀୟ

ଜେଡିୟୁକୁ ସମର୍ଥନ ଦେବାକୁ ଆରଜେଡି ପ୍ରସ୍ତୁତ

ପାଟନା,୮।୮: ବିହାରରେ ଭାଜପା ଓ ଜେଡିୟୁ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଦୁଇ ଦଳ ସରକାରରେ ଥିଲେ ମଧ୍ୟ ପରସ୍ପରକୁ ସମାଲୋଚନା କରିବାକୁ ପଛାଉ ନାହାନ୍ତି। ଏବେ ଦୁଇ ଦଳ ମଧ୍ୟରେ ଏଭଳି ଛକାପଞ୍ଝା ମଧ୍ୟରେ ରାଜନୈତିକ ଫାଇଦା ହାସଲ କରିବାକୁ ଚାହୁଁଛି ଆରଜେଡି।
ଆରଜେଡି ଜାତୀୟ ଉପାଧ୍ୟକ୍ଷ ଶିବାନନ୍ଦ ତିୱାରୀ କହିଛନ୍ତି, ଯଦି ମୁଖ୍ୟମନ୍ତ୍ରୀ ନୀତିଶ ଭାଜପା ସହ ମେଣ୍ଟ ଭାଙ୍ଗନ୍ତି ତେବେ ତାଙ୍କ ଦଳ ଜେଡିୟୁକୁ ସମର୍ଥନ କରିବାକୁ ପ୍ରସ୍ତୁତ। ବ୍ୟକ୍ତିଗତ ଭାବେ ମୁଁ ଚାଲିଥିବା ଘଟଣା ବିଷୟରେ ଅଧିକ ଅବଗତ ନାହିଁ, କିନ୍ତୁ ଭାଜପା ଏବଂ ଜେଡିୟୁ ମଧ୍ୟରେ କିଛି ଭଲ ଚାଲିନାହିଁ। ବିହାରର ରାଜନୀତି ଯେକୌଣସି ସମୟରେ ବଦଳିଯାଇପାରେ। ଭାଜପା ସହିତ ଲଢିବାକୁ ଆରଜେଡି ପ୍ରତିଶ୍ରୁତିବଦ୍ଧ। ଯଦି ନୀତୀଶ ଏନଡିଏ ଛାଡିବାକୁ ଚାହାଁନ୍ତି, ତେବେ ତାଙ୍କୁ ଆଲିଙ୍ଗନ କରିବା ବ୍ୟତୀତ ଆମ ପାଖରେ ଆଉ କୌଣସି ବିକଳ୍ପ ନାହିଁ।
ନୀତୀଶ କୁମାର ମଙ୍ଗଳବାର ଜେଡିୟୁର ସମସ୍ତ ବିଧାୟକ ଓ ଏମ୍‌ପିଙ୍କ ବୈଠକ ଡାକିଛନ୍ତି। ସମ୍ଭବତଃ ଏହି ବୈଠକରେ ଜେଡିୟୁର ପରବର୍ତ୍ତୀ ରଣନୀତି ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି କୁହାଯାଉଛି।
ସୂଚନାଯୋଗ୍ୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡିୟୁର ଜଣେ ମାତ୍ର ସଦସ୍ୟଙ୍କୁ ମନ୍ତ୍ରୀ କରାଯିବ ବୋଲି ଭାଜପା ପ୍ରସ୍ତାବ ଦେଇଥିଲା। ନୀତିଶ କୁମାର ଭାଜପାର ଏହି ପ୍ରସ୍ତାବକୁ ଅଗ୍ରାହ୍ୟ କରିଥିଲେ। କିନ୍ତୁ ଜେଡିୟୁର ଅନ୍ୟତମ ବରିଷ୍ଠ ନେତା ଆରସିପି ସିଂହ ଭାଜପାର ପ୍ରସ୍ତାବକୁ ଗ୍ରହଣ କରି କେନ୍ଦ୍ରମନ୍ତ୍ରୀ ହୋଇଥିଲେ। ହେଲେ ତାଙ୍କର ରାଜ୍ୟ ସଭା କାର୍ଯ୍ୟକାଳ ପୂରଣ ହୋଇଯିବାରୁ ଜେଡିୟୁ ତାଙ୍କୁ ଆଉ ଥରେ ପ୍ରାର୍ଥୀ କରି ନ ଥିଲା। ଫଳରେ ସେ ଗଥ ଶନିବାର ଦଳରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବା ପରେ ଆରସିପି ସିଂ ନୀତିଶ କୁମାରଙ୍କୁ ସମାଲୋଚନା କରି ସାତ ଜନ୍ମ ଚାଲିଗଲେ ସେ ପ୍ରଧାନମନ୍ତ୍ରୀ ହୋଇ ପାରିବେ ନାହିଁ। ଜେଡିୟୁ ଗୋଟିଏ ବୁଡାଜାହାଜ ବୋଲି କହିଥିଲେ। ଆରସିପି ସିଂଙ୍କ ଇସ୍ତାଫା ହିଁ ଭାଜପା ଏବଂ ଜେଡିୟୁ କଳିର ମୁଖ୍ୟ କାରଣ ବୋଲି କୁହାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri