ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ସେ କହିଛନ୍ତି, ଅଭିଯୋଗ ପାଇବା ପରେ କଟକର ଉକ୍ତ ନିର୍ଦ୍ଦିଷ୍ଟ ଦୋକାନ ଉପରେ ଚଢ଼ାଉ କରାଯାଇ ୧୭୦ ପେଟି ଫାଭିପିରାଭିର ଓ ୨୭ ପେଟି ଅନ୍ୟ ଔଷଧ ଜବତ କରାଯାଇଛି। ଏହାସହ ବିଭିନ୍ନ ଜିଲାରେ ଔଷଧ ଦୋକାନ ଉପରେ ନଜର ରଖିବାକୁ କୁହାଯାଇଛି। ସବୁଠି ଯାଞ୍ଚ ଚାଲିଛି। ରିପୋର୍ଟ ଆସିବା ପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତବାନୀ ଦେଇଛନ୍ତି। ସୂଚନାଯୋଗ୍ୟ, କିଛି ଦିନ ତଳେ କଟକରୁ ନକଲି ଔଷଧ ଜବତ କରାଯାଇଥିଲା। ଏହାପରେ ଏହି ଲିଙ୍କ୍‌ରେ ରାଜ୍ୟର ବିଭିନ୍ନ ଜିଲାରେ ଥିବା ଔଷଧ ଦୋକାନରେ ଚଢ଼ାଉ କରାଯାଉଛି।
ଅନ୍ୟପକ୍ଷରେ ରାଜ୍ୟ ସରକାର ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ ଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ତୃତୀୟ ଲହରରେ ଶିଶୁମାନେ ଅଧିକ ସଂକ୍ରମିତ ହେବା ସମ୍ଭାବନା ଥିବାରୁ ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତ କରାଯାଇଛି। ଶିଶୁଙ୍କ ଚିକିତ୍ସା ଲାଗି ସ୍ବତନ୍ତ୍ର ଭାବେ ୧,୬୧୦ ସାଧାରଣ ବେଡ୍‌ ଓ ୬୧୦ ଆଇସିୟୁ ବେଡ୍‌ର ବ୍ୟବସ୍ଥା କରାଯାଇଛି। ଏଥିସହ ଶିଶୁଭବନରେ କୋଭିଡ୍‌ ୱାର୍ଡ ପାଇଁ ମଧ୍ୟ ପ୍ରସ୍ତାବ ରହିଛି। ସେହିପରି କୋଭିଡ୍‌ ସଂକ୍ରମିତ ନବଜାତ ଶିଶୁଙ୍କ ପାଇଁ ସ୍ବତନ୍ତ୍ର କର୍ନର ସହ ଅଧିକ ସଂକ୍ରମିତଙ୍କ ପାଇଁ କୋଭିଡ୍‌ କେୟାର ସେଣ୍ଟର କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri