Posted inଜାତୀୟ

ଗରିବଙ୍କ ପାଇଁ ଜେଲ ଯିବାକୁ ପ୍ରସ୍ତୁତ: ମୋଦି

ଜୟପୁର,୧୮।୧୧: ବିଧାନସଭା ନିର୍ବାଚନ ପୂର୍ବରୁ ରାଜସ୍ଥାନର ଭରତପୁରରୁ ହୁଙ୍କାର ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶନିବାର ମୋଦି ଭରତପୁରରୁ ଏକ ରାଜନୈତିକ ସମାବେଶକୁ ସମ୍ବୋଧିତ କରିଛନ୍ତି। ସମ୍ବୋଧନ ସମୟରେ ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ମୋଦି କହିଛନ୍ତି, କଂଗ୍ରେସ ରାଜସ୍ଥାନ ମହିଳାଙ୍କ ବିଶ୍ୱାସକୁ ଭାଙ୍ଗି ଚୁରମାର କରିଦେଇଛି। ଦେଶରେ ଯେଉଁଠି ଯେଉଁଠି ବି କଂଗ୍ରେସର ସରକାର ଅଛି ସେହି ସବୁ ସ୍ଥାନରେ ଆତଙ୍କବାଦ, ଅପରାଧ ଓ ଦଙ୍ଗା ବେଲଗାମ ହେବାରେ ଲାଗିଛି।
କୋଭିଡ ସମୟକୁ ଉଦାହରଣ ଦେଇ ମୋଦି କହିଛନ୍ତି, ସାରା ଦେଶ ସେହି ସମୟରେ ଭୟଭୀତ ଥିଲା। ଏହି ସମୟରେ ମୁଁ ଗରିବର ପୁଅ ଚିନ୍ତା କରିଥିଲି ଯେ, ଗରିବ-ଦଳିତ ଓ ପଛୁଆ ଶ୍ରେଣୀଙ୍କ ଚୁଲି ନ ବନ୍ଦ ହେଉ। କୌଣସି ଶିଶୁ ଭୋକରେ ନ ରୁହନ୍ତୁ। ଏଥିପାଇଁ ଚାଉଳର ଭଣ୍ଡାର ଖୋଲି ଦେଇଥିଲି। ଏଥିପାଇଁ ଗରିବଙ୍କୁ ମାଗଣାରେ ରାଶନ ଯୋଗାଇ ଦିଆଗଲା। ଡିସେମ୍ବରରେ ମାଗଣା ରାଶନ ଯୋଜନା ଶେଷ ହେବାକୁ ଯାଉଛି ଯାହାକୁ ଆମେ ଆଉ ୫ବର୍ଷକୁ ବୃଦ୍ଧି କରିଛୁ। ଯାହାକୁ ନେଇ କଂଗ୍ରେସ ଘାବରେଇ ଯାଇଛି। କଂଗ୍ରେସ ମୋ ବିରୋଧରେ ନିର୍ବାଚନ ଆୟୋଗଙ୍କୁ ଏକ ବଡ ଚିଠି ପଠାଇଛି। କୋର୍ଟ ଯିବା ପାଇଁ ଧମକ ଦେଉଛି। ଯଦି ଗରିବଙ୍କ ପାଇଁ ମୋଦିଙ୍କୁ କୋର୍ଟ ଯିବାକୁ ପଡେ ତେବେ ମୁଁ ପ୍ରସ୍ତୁତ ଅଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri