ଭାରତ ସହ ଏକାଠି କାର୍ଯ୍ୟ କରିବାକୁ ପ୍ରସ୍ତୁତ: ଚାଇନା

ବେଜିଂ, ୧୮।୮(ପି.ଟି.): ରାଜନୈତିକ ଆପୋଷ ଆସ୍ଥା ବଢ଼ାଇବା ଓ ମତପାର୍ଥକ୍ୟକୁ ଦୂର କରିବା ତଥା ଦ୍ୱିପାକ୍ଷିକ ସମ୍ପର୍କର ଦୀର୍ଘମିଆଦୀ ବିକାଶ ବଜାୟ ରଖିବା ଲାଗି ଭାରତ ସହିତ ଏକାଠି କାର୍ଯ୍ୟ କରିବାକୁ ଚାଇନା ପ୍ରସ୍ତୁତ ବୋଲି ସୋମବାର କହିଛି। ଦେଶର ସାର୍ବଭୌମତ୍ୱ ପ୍ରତି ଯେଉଁମାନେ ଚ୍ୟାଲେଞ୍ଜ ସୃଷ୍ଟି କରିଥିଲେ ସେମାନଙ୍କୁ ଭାରତୀୟ ସେନା ଉପଯୁକ୍ତ ଜବାବ ଦେଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଅଭିଭାଷଣ କହିଥିଲେ। ଏହା ଉପରେ ଚାଇନାର ପ୍ରତିକ୍ରିୟା ସମ୍ପର୍କରେ ଏହାର ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଝାଓ ଜିଜିଆନଙ୍କୁ ପ୍ରଶ୍ନ କରାଯିବାରୁ ସେ ଉପରୋକ୍ତ ମତ ରଖିଛନ୍ତି। ୭୪ତମ ସ୍ବାଧୀନତା ଦିବସରେ ଲାଲ୍‌କିଲାରୁ ଉଦ୍‌ବୋଧନ ଦେଇ ମୋଦି କହିଥିଲେ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରୁ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଯାଏ କେହି ଯଦି ଦେଶର ସାର୍ବଭୌମତ୍ୱ ଉପରେ ଆଖି ପକାଏ ତେବେ ସଶସ୍ତ୍ର ବାହିନୀ ସେମାନେ ବୁଝିପାରୁଥିବା ଭାଷାରେ ଜବାବ ଦେବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ମୋଦିଙ୍କ ଭାଷଣ ଆମ ଦୃଷ୍ଟିକୁ ଆସିଥିବା ଝାଓ କହିଛନ୍ତି। ଭାରତ ଓ ଚାଇନା ଦୁଇ ଜନବହୁଳ ପଡୋଶୀ ଦ୍ୱିପାକ୍ଷିକ ସମ୍ପର୍କ ବଢ଼ାଇବା ଜରୁରୀ। ଏହା କେବଳ ଦୁଇ ଦେଶବାସୀଙ୍କ ସ୍ବାର୍ଥ ସାଧନ କରିବ ତାହା ନୁହେଁ, ଉକ୍ତ ଅଞ୍ଚଳ ସମେତ ସାରା ବିଶ୍ୱରେ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ଆଣିପାରିବ ବୋଲି ଝାଓ କହିଥିଲେ। ସେଥିପାଇଁ ଉଭୟ ପକ୍ଷ ପରସ୍ପରକୁ ସମ୍ମାନ ଜଣାଇବା ଓ ସମର୍ଥନ ଦେବା ଉପଯୁକ୍ତ ମାର୍ଗ। ସେଥିପାଇଁ ଚାଇନା ଭାରତ ସହ ଏକାଠି କାର୍ଯ୍ୟ କରିବାକୁ ପ୍ରସ୍ତୁତ ବୋଲି ବହିର୍ବ୍ୟାପାର ମୁଖପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ ଉପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ; X ଠାରୁ ମାଗିଲା ଆକାଉଣ୍ଟ ବିବରଣୀ

ନୂଆଦିଲ୍ଲୀ,୨୯।୭: NEET ପେପର୍‌ ଲିକ ବିରୋଧରେ CJPଙ୍କ ପ୍ରତିବାଦ ସମୟରେ ଏବଂ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟାନ୍ୟ ସାମ୍ବିଧାନିକ କାର୍ଯ୍ୟାଳୟକୁ ଟାର୍ଗେଟ କରି ସୋସିଆଲ…

ସ୍ତ୍ରୀଙ୍କୁ ହତ୍ୟାକରି ଶାଶୁଶ୍ୱଶୁରଙ୍କୁ ଭିଡିଓକଲ୍‌ରେ ଦେଖାଇଲେ ଜ୍ୱାଇଁ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବାଗଲକୋଟ୍‌, ୨୯।୭:କର୍ନାଟକର ବାଗଲକୋଟ୍‌ ଜିଲାରେ ପରକୀୟା ପ୍ରୀତି ସନ୍ଦେହରେ ଜଣେ ବ୍ୟକ୍ତି ତାଙ୍କ ୩୨ ବର୍ଷୀୟା ସ୍ତ୍ରୀ ଭାଗ୍ୟଶ୍ରୀ ଜିଗାଲୁରଙ୍କୁ କାଠଫାଳିଆରେ ମାଡ଼ ମାରିବା ପରେ ଶାଢ଼ିରେ…

ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ…

ଅଗଷ୍ଟରେ ୧୦ଦିନ ସ୍କୁଲ-କଲେଜ ବନ୍ଦ, ଦେଖନ୍ତୁ ପୂରା ଛୁଟିଲିଷ୍ଟ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ସ୍କୁଲ କିମ୍ବା କଲେଜରେ ପଢ଼ୁଥିବା ଜଣେ ଛାତ୍ର (କିମ୍ବା ଆପଣଙ୍କ ଘରେ ପିଲା ଅଛନ୍ତି), ତେବେ ଅଗଷ୍ଟ ମାସ ଆପଣଙ୍କ ପାଇଁ…

୨୦୩୬ ସୁଦ୍ଧା ଟଙ୍କାର କୌଣସି ମୂଲ୍ୟ ରହିବ ନାହିଁ? ଏଲୋନ ମସ୍କଙ୍କ ଭବିଷ୍ୟବାଣୀର ଅର୍ଥ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ବିଶ୍ୱର ପ୍ରମୁଖ ଶିଳ୍ପପତିଙ୍କ ମଧ୍ୟରୁ ଜଣେ ଏଲୋନ ମସ୍କ ପୁଣି ଥରେ ତାଙ୍କ ଭବିଷ୍ୟବାଣୀକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ପରାମର୍ଶ ଦେଇଛନ୍ତି ଯେ ଆଗାମୀ…

ଡାକ୍ତର ଦମ୍ପତ୍ତିଙ୍କୁ କାଙ୍ଗାଳ କରିଦେଲେ ୨ ଭଉଣୀ: ୪.୫ କୋଟି ଟଙ୍କା ନେଇ…

ଚଣ୍ଡିଗଡ଼,୨୯।୭: ପଞ୍ଜାବର ପଠାଣକୋଟ ଜିଲାରେ ବିଶ୍ୱାସଘାତକତା ଏବଂ ଠକେଇର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଡାକ୍ତର ଡକ୍ଟର ଜସପାଲ ସିଂହ ଭିଣ୍ଡର ଏବଂ ତାଙ୍କ…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ…

ହଠାତ୍‌ ସଂସଦରେ ପହଞ୍ଚିଲେ NSA ଅଜିତ ଡୋଭାଲ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ, ୨୯।୭: ସଂସଦର ମୌସୁମୀ ଅଧିବେଶନ ସମୟରେ ବୁଧବାର NSA ଅଜିତ ଡୋଭାଲ ସଂସଦରେ ପହଞ୍ଚିବା ପରେ ରାଜନୈତିକ କରିଡରରେ ହଇଚଇ ସୃଷ୍ଟି ହୋଇଯାଇଛି। ସେହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri