ପ୍ରକୃତ ମୃତ୍ୟୁସଂଖ୍ୟା ଲୁଚାଯାଉଛି: ମମତା

ଭୁବନେଶ୍ୱର,୫ା୬(ବ୍ୟୁରୋ): ବାଲେଶ୍ୱର ଜିଲାର ବାହାନଗା ଟ୍ରେନ ଦୁର୍ଘଟଣାରେ ୨୭୫ଜଣଙ୍କ ମୃତ୍ୟୁ ଘଟିଥିବା ରେଲଓ୍ବେ ଏବଂ ଓଡ଼ିଶା ସରକାରଙ୍କ ପକ୍ଷରୁ କୁହାଯାଇଛି। ତେବେ ଏହି ମୃତ୍ୟୁସଂଖ୍ୟାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପ୍ରକୃତ ମୃତ୍ୟୁସଂଖ୍ୟା ଲୁଚାଯାଉଛି ବୋଲି ସେ ରବିବାର କୋଲକାତାରେ ଖବରଦାତା ସମ୍ମିଳନୀରେ କହିଛନ୍ତି। ସେ କହିଛନ୍ତି ଯେ, ଏହି ଟ୍ରେନ ଦୁର୍ଘଟଣାରେ ପଶ୍ଚିମବଙ୍ଗର ୬୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫୬ଜଣ ଓଡ଼ିଶାର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି। ଆଉ ୭୩ଜଣଓଡ଼ିଶାରେ ଚିକିତ୍ସିତ ହେଉଛନ୍ତି ଏବଂ
୧୮୨ ଜଣ ନିଖୋଜ ଅଛନ୍ତି। ନିଖୋଜଙ୍କ ବାବଦରେ କିଛି କୁହାଯାଉନାହିଁ କି ଖୋଜିବା ପାଇଁ କୌଣସି କାର୍ଯ୍ୟ କରାଯାଉନାହିଁ। ଦୁର୍ଘଟଣା ପଛରେ ରେଲଓ୍ବେର ଅବହେଳା ରହିଥିବାରୁ ତାହାକୁ ଘୋଡ଼ାଇବା ପାଇଁ ମୃତ୍ୟୁସଂଖ୍ୟାକୁ ଜାଣିଶୁଣି କମ୍‌ ଦର୍ଶାଯାଉଛି। ମମତା ଆହୁରି କହିଛନ୍ତି ଯେ, ସତ ପଦାକୁ ଆସୁ ବୋଲି ସେ ଚାହୁଁଛନ୍ତି, କାହାରି ଇସ୍ତଫା ମାଗୁନାହାନ୍ତି। ଗୋଟିଏ ଦିନରେ କ’ଣ ତଦନ୍ତ ଶେଷ ହୋଇଗଲା। ଏତେବଡ଼ ଦୁର୍ଘଟଣା ପରେ ବି ଘଟଣାସ୍ଥଳକୁ କେନ୍ଦ୍ରୀୟ ଟିମ୍‌ ସମେତ ମାନବାଧିକାର, ମହିଳା, ଶିଶୁ ଆଦି ଆୟୋଗର ଟିମ୍‌ ଯାଇଛି କି ବୋଲି ମମତା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?