ରିଅଲ ଇଷ୍ଟେଟ୍‌ ବ୍ୟବସାୟୀ ତପନ ମହାନ୍ତିଙ୍କୁ ଇଓଡବ୍ଲ୍ୟୁର ଜେରା

ଭୁବନେଶ୍ୱର,୧୬ା୯(ସୂର୍ଯ୍ୟକାନ୍ତ ବେହେରା): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧିକ ଶାଖା (ଇଓଡବ୍ଲ୍ୟୁ) ରାଜ୍ୟର ଜଣାଶୁଣା ରିଅଲ ଇଷ୍ଟେଟ ବ୍ୟବସାୟୀ ତଥା ଜେଡ୍‌ ଓ୍ବାନର ମାଲିକ ତପନ ମହାନ୍ତିଙ୍କୁ ଶନିବାର କାର୍ଯ୍ୟାଳୟକୁ ଡାକି ଜେରା କରିଛି। ଇଓଡବ୍ଲ୍ୟୁର ଜଣେ ମହିଳା ଡିଏସ୍‌ପି ରାଙ୍କର ଅଧିକାରୀଣୀ ତାଙ୍କୁ ପଚରାଉଚରା କରୁଥିଲେ। ଏନେଇ ଇଓଡବ୍ଲ୍ୟୁ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନ ଥିବା ବେଳେ ପ୍ରୋଜେକ୍ଟ ସମ୍ପର୍କିତ ଉପରେ ପଚରାଉଚରା କରାଯାଇଥିଲା ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି । ଏଥିପାଇଁ ବ୍ୟବସାୟୀ ତପନଙ୍କୁ ହାଜର ହେବାକୁ ପୂର୍ବରୁ ନୋଟିସ୍‌ ଜାରି କରାଯାଇଥିଲା।

ସୂଚନାନୁସାରେ, ଜେଡ୍‌ ଓ୍ବାନର ରଘୁନାଥପୁରସ୍ଥିତ ଆପାର୍ଟମେଣ୍ଟନର ଓନର ଆସୋସିଏଶନ ତାଙ୍କ ନାଁରେ ଇନ୍‌ଫୋସିଟି ଥାନାରେ ଏତଲା ଦେଇଥିଲେ। ଆପାର୍ଟମେଣ୍ଟ ନିର୍ମାଣ ବେଳେ ଅନେକ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଯେଉଁ ସ୍ଥାନରେ ନିର୍ମାଣ କାର୍ଯ୍ୟ ହେବାର ନ ଥିଲା, ସେଠାରେ ତିଆରି ହୋଇଥିଲା। ଏମିତି ଅନେକ ଅଭିଯୋଗ ନେଇ ଆସୋସିଏଶନ ପକ୍ଷରୁ ତାଙ୍କ ନାଁରେ ଦୀର୍ଘ ଦିନରୁ ଅଭିଯୋଗ କରିଆସୁଥିଲେ ମଧ୍ୟ ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା । ଏପରିକି ମାମଲା ରୁଜୁ କରି କରି ନ ଥିଲା କି ତଦନ୍ତ ମଧ୍ୟ କରି ନ ଥିଲା। ଯାହାଫଳରେ ଆପାର୍ଟମେଣ୍ଟ କିଣିଥିବା ଲୋକେ ବହୁ ହଇରାଣ ହୋଇଥିଲେ। ପରେ ଏହି ମାମଲାକୁ ଭୁବନେଶ୍ୱର ଅର୍ଥନୈତିକ ଅପରାଧିକ ଶାଖା (ଇଓଡବ୍ଲ୍ୟୁ)କୁ ହସ୍ତାନ୍ତର କରାଯାଇଥିଲା। କିଛି ଆର୍ଥିକ ଅନିୟମିତତା ଅଭିଯୋଗ ରହିଥିବା କୁହାଯାଉଛି। ଯାହାଫଳରେ କି ଏଇ କିଛି ଦିନ ତଳେ ହଠାତ ପୋଲିସ ସକ୍ରିୟ ହୋଇ ଘଟଣାର ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri