Posted inଖେଳ

ରିୟଲ କଶ୍ମୀର ଜିତିଲା ଆଇଏଫ୍‌ଏ ଶିଲ୍ଡ

କୋଲକାତା,୨୦ା୧୨ (ପି.ଟି.)-ରିୟଲ କଶ୍ମୀର ଏଫ୍‌ସି ପ୍ରଥମଥର ଏକ ପ୍ରମୁଖ ଫୁଟ୍‌ବଲ ଟୁର୍ନାମେଣ୍ଟ ଜିତିବାରେ ସଫଳ ହୋଇଛି। ସ୍ଥାନୀୟ ସଲ୍ଟଲେକ୍‌ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଫାଇନାଲ ମୁକାବିଲାରେ ଜର୍ଜ ଟେଲିଗ୍ରାଫ୍‌କୁ ୨-୧ ଗୋଲରେ ପରାସ୍ତ କରି ଆଇଏଫ୍‌ଏ ଶିଲ୍ଡ ହାସଲ କରିଛି। ଯଦିଓ ଏହା ୧୨୭ ବର୍ଷର ପୁରୁଣା ଟୁର୍ନାମେଣ୍ଟ। କିଛିବର୍ଷ ହେଲା ଦେଶର କେତେକ ଶକ୍ତିଶାଳୀ ଦଳ ଏଥିରେ ଅଂଶଗ୍ରହଣ କରୁନାହାନ୍ତି। ଏଥର ୪ ଆଇ-ଲିଗ୍‌ ଦଳ ଏବଂ ୮ କୋଲକାତା ପ୍ରିମିୟର ଲିଗ୍‌ ଦଳ ଅଂଶଗ୍ରହଣ କରିଥିଲେ। ରିୟଲ କଶ୍ମୀର ଏଫ୍‌ସି ଦଳ ବ୍ୟତୀତ ଆଇ-ଲିଗ୍‌ର ମହମ୍ମଡାନ ସ୍ପୋର୍ଟିଂ, ଗୋକୁଳମ କେରଳ ଏବଂ ଇଣ୍ଡିଆନ ଏରୋଜ ଦଳ ପ୍ରତିଯୋଗିତାରେ ଭାଗ ନେଇଥିଲେ। ମହମ୍ମଡାନ ସ୍ପୋର୍ଟିଂ ବିପକ୍ଷ ସେମିଫାଇନାଲରେ ହ୍ୟାଟ୍ରିକ୍‌ କରିଥିବା ନାଇଜେରିଆନ ଫରଓ୍ବାର୍ଡ ଲୁକ୍‌ମାନ ଆଦେଫେମି ଏକ ପେନାଲ୍ଟି ଜରିଆରେ ୩୮ତମ ମିନିଟ୍‌ରେ ପ୍ରଥମ ଗୋଲ ସ୍କୋର କରିଥିଲେ। ତେବେ ଜର୍ଜ ଟେଲିଗ୍ରାଫ୍‌ ଦଳର ବଦଳ ଖେଳାଳି ଗୌତମ ଦାସ (୫୦ତମ ମିନିଟ୍‌ ) ଦ୍ୱିତୀୟାର୍ଦ୍ଧରେ ଏକାକୀ ବଲକୁ କ୍ୟାରିକରି ଏକ ସୁନ୍ଦର ଗୋଲ କରିବା ଦ୍ୱାରା ମ୍ୟାଚ ବରାବର ସ୍ତରକୁ ଚାଲିଆସିଥିଲା। ଏହାର ୧୦ ମିନିଟ୍‌ ପରେ ଅଧିନାୟକ ମାସନ ରବର୍ଟସନଙ୍କ ହେଡର ଜରିଆରେ ରିୟଲ କଶ୍ମୀର ୨-୧ରେ ମ୍ୟାଚ ଜିତିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?