Posted inଖେଳ

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର କରିବା ପାଇଁ କେତେ ସମୟ ଲାଗିବ, ତାହା ସ୍ପଷ୍ଟ କରାଯାଇ ନାହିଁ। ଏନେଇ ରିଅଲ ମାଡ୍ରିଡ୍‌ର ଚିନ୍ତା ବଢ଼ିବାରେ ଲାଗିଛି।

ଫ୍ରେଞ୍ଚ ସ୍ପୋଟର୍‌ସ ଦୈନିକ ଖବରକାଗଜ ଏଲ’ ଏକ୍ୟୁପି ପ୍ରକାଶ ପାଇଥିବା ରିପୋର୍ଟରେ ସୁପରଷ୍ଟାର ଫରଓ୍ବାର୍ଡ ଅତିକମ୍‌ରେ ୩ ସପ୍ତାହ ଲାଗି ଉପଲବ୍ଧ ରହିବେ ନାହିଁ ବୋଲି କୁହାଯାଇଛି।

ଏଥିରେ ଦାବି କରାଯାଇଛି ଯେ, ଏମ୍‌ବାପେ ଗତ କିଛି ସପ୍ତାହ ହେଲା ଆଣ୍ଠୁ ଲିଗାମେଣ୍ଟ ଜନିତ ସମସ୍ୟାର ସମ୍ମୁଖୀନ ହେଉଥିଲେ। ଏମ୍‌ଆରଆଇ କରାଯିବା ପରେ ତାଙ୍କୁ ବିଶ୍ରାମ ଓ ଚିକିତ୍ସା ଦରକାର ଥିବା ଜଣାପଡ଼ିଛି।

ଏହି ଷ୍ଟ୍ରାଇକର ଗତ ୨୦୨୫ ବର୍ଷରେ ମାଡ୍ରିଡ୍‌ ପାଇଁ ୫୯ ଗୋଲ କରିବା ସହିତ ଗୋଟିଏ ବର୍ଷରେ ମାଡ୍ରିଡ୍‌ ପାଇଁ ସର୍ବାଧିକ ଗୋଲ କରିବାର ରେକର୍ଡର ସମକକ୍ଷ ହୋଇଥିଲେ। ସମାନ ସଂଖ୍ୟକ ଗୋଲ ଗୋଟିଏ ବର୍ଷରେ କ୍ରିଷ୍ଟିଆନୋ ରୋନାଲ୍ଡୋ କରିଥିଲେ। ପ୍ୟାରିସ ସେଣ୍ଟ-ଜର୍ମେନ କ୍ଲବ ଛାଡ଼ି ୨୦୨୪ରେ ମାଡ୍ରିଡ୍‌ରେ ଯୋଗ ଦେଇଥିବା ଏମ୍‌ବପେ ଚଳିତ ସିଜନରେ ୨୯ ଗୋଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ

କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି।…

ଫେବୃଆରୀ ୨୩ ତାରିଖରେ କୁମ୍ଭ ରାଶିରେ ଅଙ୍ଗାରକ ଯୋଗ, ୩ ରାଶିକୁ ସତର୍କ….

ଯେତେବେଳେ ମଙ୍ଗଳ ଏବଂ ରାହୁଙ୍କ ସଂଯୋଗ ହୁଏ, ଅଙ୍ଗାରକ ଯୋଗ ସୃଷ୍ଟି ହୁଏ। ୨୩ ଫେବୃଆରୀରେ ମଙ୍ଗଳ ମକର ରାଶି ଛାଡି କୁମ୍ଭ ରାଶିରେ ପ୍ରବେଶ କରିବେ…

ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….

ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ…

କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା

ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ

ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ…

ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ

ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri