ଅଙ୍କିତାଙ୍କ ପ୍ରକୃତ ନାଁ କ’ଣ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଏବେ ଚର୍ଚ୍ଚାରେ ରହିଛନ୍ତି ତାଙ୍କ ପୂର୍ବତନ ପ୍ରେମିକା ଅଙ୍କିତା ଲୋଖଣ୍ଡେ। ସେ ଜଣେ ପପୁଲାର ଟେଲିଭିଜନ କଳାକାର ହୋଇଥିବା ବେଳେ ନିକଟରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଧାରାବାହିକ ‘ପବିତ୍ର ରିସ୍ତା’ପରଠାରୁ ସେ ବେଶ ଲୋକପ୍ରିୟ ହୋଇ ଯାଇଥିଲେ । ପବିତ୍ର ରିସ୍ତାରେ ସେ ଅର୍ଚ୍ଚନା ଭୂମିକାରେ ଅଭିନୟ କରୁଥିବା ବେଳେ ସୁଶାନ୍ତଙ୍କ ସହ ତାଙ୍କ ଯୋଡିକୁ ଦର୍ଶକେ ବେଶ୍‌ ପସନ୍ଦ କରିଥିଲେ। ହେଲେ ଅଙ୍କିତାଙ୍କ ପ୍ରକୃତ ନାଁ ଅଙ୍କିତା ନୁହେଁ। ତାଙ୍କର ପ୍ରକୃତ ନାଁ ହେଲା ତନୁଜା। ତେବେ ଅଙ୍କିତା ତାଙ୍କ ନିକ ନେମ୍‌ ଘରେ ତାଙ୍କୁ ସମସ୍ତେ ଅଙ୍କିତା ନାଁରେ ଡାକନ୍ତି। ଅଙ୍କିତା ଓ ସୁଶାନ୍ତଙ୍କ ପ୍ରେମ କାହାଣୀ କଥା ସମସ୍ତେ ଜାଣିଥିବା ବେଳେ ଏମାନେ ୨୦୧୬ରେ ବିବାହ କରିଥାଆନ୍ତେ। ହେଲେ କୌଣସି କାରଣ ବଶତଃ ୨୦୧୬ ମଧ୍ୟଭାଗରେ ଏମାନଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ହୋଇଯାଇଥିଲା। ସୁଶାନ୍ତଙ୍କ ମୃତ୍ୟୁ ପରେ ତାଙ୍କ ପିତା ମଧ୍ୟ କହିଥିଲେ ଅଙ୍କିତାହିଁ ଏକମାତ୍ର ମହିଳା ଯିଏ ସୁଶାନ୍ତଙ୍କ ଜୀବନରେ ଆସିଥିଲେ। ଆଉ ଅନ୍ୟପଟେ ସୁଶାନ୍ତଙ୍କ ମୃତ୍ୟୁକୁ ପାଖାପାଖି ଏକ ମାସ ପୂରଣ ହେବାକୁ ଯାଉଥିଲେ ମଧ୍ୟ ଏପର୍ଯ୍ୟନ୍ତ ଅଙ୍କିତା ଏହାକୁ ଗ୍ରହଣ କରିପାରୁ ନାହାନ୍ତି। ତାଙ୍କର ଜଣେ ନିକଟ ସମ୍ପର୍କୀୟ କୁହନ୍ତି ଏଥିପାଇଁ ଅଙ୍କିତାଙ୍କୁ ସମୟ ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ଫେରିବା ନେଇ ଶେଖ୍ ହାସିନାଙ୍କ ବଡ଼ ବୟାନ, ମୃତ୍ୟୁ ମଧ୍ୟ ଗ୍ରହଣୀୟ କିନ୍ତୁ….

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କ୍ଷମତା ଯିବା ପରଠାରୁ ଅର୍ଥାତ୍ ଅଗଷ୍ଟ ୨୦୨୪ରୁ ଭାରତରେ ରହି ଆସୁଛନ୍ତି । ସେ କହିଛନ୍ତି ଯେ, ଚଳିତ ବର୍ଷ…

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନଶମ ବିଭାଗ…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri