ପୋଲିସ ଡ୍ରେସ ପିନ୍ଧି କରୁଥିଲେ ଆତଙ୍କିତ, ନକଲି ପୋଲିସଙ୍କୁ ବାନ୍ଧିଲା ଅସଲି ପୋଲିସ

ଅତାବିରା,୧୫।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଅତାବିରା ଥାନା ଅସଲି ପୋଲିସ । ଗିରଫ ନକଲି ପୋଲିସଙ୍କ ନାମ ବରଗଡ ଟାଉନ ଥାନା ଘୁଲିପାଲିର ବିକ୍ରମ ବେହେରା (33)।  ତାଙ୍କ ବିରୋଧରେ ଅତାବିରା ଥାନା କେଶ ନମ୍ବର ୧୦୬/୨୦୨୬ ରେ ଏକ ମାମଲା ରୁଜୁ କରାଯାଇ ତାଙ୍କୁ ଥାନା ହାଜତରେ ରଖାଯାଇଛି । ଏହି ଘଟଣା ସମ୍ବେଦନଶୀଳ ଭାବେ ନେଇ ଏହାର ଅଧିକ ତଦନ୍ତ କରାଯାଉଛି ବୋଲି ଆଇଆଇସି ପ୍ରକାଶ କର୍ଣ୍ଣ କହିଛନ୍ତି ।

ହୀରାକୁଦ ଜଳଭଣ୍ଡାର ସଂଲଗ୍ନ ଢୁରୁକୁଶୁମ୍ ଠାରେ ନକଲି ପୋଲିସ ଓଡ଼ିଶା ପୋଲିସ ଲେଖାଥିବା ଡ୍ରେସ୍ ପିନ୍ଧି ଲୋକଙ୍କୁ ଆତଙ୍କିତ କରୁଥିବା ଗ୍ରାମବାସୀ ଅତାବିରା ପୋଲିସକୁ ଖବର ଦେଇଥିଲେ । ପ୍ରାଥମିକ ସୂଚନା ଅନୁଯାୟୀ ବ୍ୟକ୍ତି ଜଣକ ହେଲେ ବିକ୍ରମ ବେହେରା ତାଙ୍କ ଘର ବରଗଡ ଟାଉନ ଥାନା ଅଂଚଳର ବୋଲି ଜଣା ପଡ଼ିଛି। ୨୦୨୧ ମସିହାରେ ମଧ୍ୟ ବିକ୍ରମ ନକଲି ଆରଟିଓ ସାଜି ବରଗଡ଼ ପୋଲିସ ହାତରେ ଗିରଫ ହୋଇଥିଲେ ।

ରବିବାର ଘଟଣାସ୍ଥଳରେ ଲୋକଙ୍କୁ ଡରାଉ ଥିବା ସହ ପୋଲିସ ନାଁରେ ଆତଙ୍କିତ କରୁଥିବା ସମୟରେ ଭିଡିଓ ଉତ୍ତୋଳନ କରିଥିଲେ । ଏହାପରେ ନକଲି ପୋଲିସ ବୋଲି ଜାଣି ଗ୍ରାମବାସୀ ଅତାବିରା ଥାନାକୁ ସୂଚନା ଦେଇଥିଲେ। ଏହା ପରେ ଘଟଣାସ୍ଥଳକୁ ଅତାବିରା ପୋଲିସ ପହଞ୍ଚି ଉକ୍ତ ବ୍ୟକ୍ତିଙ୍କୁ ଗିରଫ କରି ଅତାବିରା ଥାନାକୁ ଆଣି ଅଧିକ ପଚରା ଉଚରା ଜାରି ରଖିଛନ୍ତି । ତେବେ ବିକ୍ରମ ସହ ଏକ ମୋଟରସାଇକେଲରେ ଥିବା ତାଙ୍କ ଜନୈକ ସହଯୋଗୀ ଘଟଣାସ୍ଥଳରୁ ଫେରାର ରହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ଏକ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri