ନକଲି ପୋଲିସକୁ ଧରିଲା ଅସଲି ପୋଲିସ: ୧ ଲକ୍ଷ ଟଙ୍କା ଜବତ, ୨ ଗିରଫ

ଦିଗପହଣ୍ଡି,୨୨ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନାଠାରୁ ପ୍ରାୟ ୫୦ ମିଟର ଦୂର ଏନ୍‌ଏସି ଚେକ୍‌ ଗେଟ୍‌ ନିକଟରେ ପୋଲିସ ପରିଚୟ ଦେଇ ୨ ଯୁବକଙ୍କଠାରୁ ୧ ଲକ୍ଷ ଟଙ୍କା ଲୁଟି ନେଇଥିବା ଦୁଇ ଲୁଟେରାଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ବୟ ହେଲେ କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ତରାଶ ଗ୍ରାମର ମହେଶ୍ବର ଦଳାଇ ଓରଫ ଜଗନ ଏବଂ ଗଣେଶ ବେହେରା। କେସ୍‌ ନଂ୧୮୨/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଉଭୟଙ୍କୁ ଦିଗପହଣ୍ଡି ସବ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।

ମଙ୍ଗଳବାର ସକାଳ ପ୍ରାୟ ୮ ଟାରେ ଗଜପତି ଜିଲା ଆର.ଉଦୟଗିରି ଥାନା ପି. ସଇଲାଙ୍ଗ ଗ୍ରାମର କପଡ଼ା ବ୍ୟବସାୟୀ ଅଇମୋଷ ପାଣି ତାଙ୍କ ଭିଣୋଇ ଦିଲରାଜ ଛିଞ୍ଚାଣିଙ୍କ ସହ ବାଇକ (ନଂ. ଓଡ଼ି ୨୦ ବି -୨୦୪୯) ଯୋଗେ ବ୍ରହ୍ମପୁରର ଜଣେ ବ୍ୟବସାୟୀଙ୍କୁ ୧ ଲକ୍ଷ ଟଙ୍କା ଦେବାକୁ ଯାଉଥିବା ବେଳେ ଦିଗପହଣ୍ଡି ଏନ୍‌ଏସି ଚେକ୍‌ ଗେଟ୍‌ ହନୁମାନ ଛକ ନିକଟରେ ଅଭିଯୁକ୍ତ ଦ୍ବୟ ବାଇକକୁ ଅଟକାଇ ଥିଲେ। ଉଭୟେ ସେମାନଙ୍କୁ ପୋଲିସ କର୍ମଚାରୀ ବୋଲି ପରିଚୟ ଦେଇ ଦ୍ରୁତଗତିରେ ବାଇକ୍‌ ଚଳାଉ ଥିବାରୁ ୩୨ ଶହ ଟଙ୍କା ଚାଲାଣ କାଟିବାକୁ ବାଧ୍ୟ କରିଥିଲେ। ସେମାନେ ମନା କରିବାରୁ ୧ ହଜାର ଟଙ୍କା ଦେବାକୁ କହିଥିଲେ। ପରେ ସେମାନେ ମନା କରିବାରୁ ଉଭୟେ ତାଙ୍କୁ ମାଡ଼ ମାରି ଟଙ୍କା ଥିବା ତାଙ୍କ ବ୍ୟାଗକୁ ଜବରଦସ୍ତ ଛଡ଼ାଇ ନେଇଥିଲେ। ପରେ ଥାନାକୁ ଚାଲ ବୋଲି କହି ଉଭୟଙ୍କୁ ବାଇକ୍‌ରେ ବସାଇ ଥାନା ଅଭିମୁଖେ ଗଲାବେଳେ ପୋଲିସକୁ ଦେଖି ଜଣେ ଅଭିଯୁକ୍ତଙ୍କ ବାଇକ୍‌ଟି ରାସ୍ତାକଡ଼କୁ ଖସି ପଡ଼ିଥିଲା। ବ୍ୟବସାୟୀ ଅଇମୋସ ଥାନା ମଧ୍ୟକୁ ଦୌଡ଼ି ଯାଇ ଉପସ୍ଥିତ ଥାନା କର୍ମଚାରୀଙ୍କୁ ଘଟଣା କହିଥିଲେ। ପୋଲିସ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଭୟ ଅଭିଯୁକ୍ତଙ୍କୁ କାବୁକରି ଥାନାକୁ ଉଠାଇ ଆଣିଥିଲେ। ଏନେଇ ଏତଲା ହେବା ପରେ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତ ଦ୍ବୟଙ୍କ ବିରୋଧରେ ମୋକଦ୍ଦମା ରୁଜୁ କରି ତଦନ୍ତ ପାଇଁ ଏସ୍‌.ଆଇ ଜ୍ୟୋତି ରଞ୍ଜନ ବେହେରାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତକାରୀ ଅଧିକାରୀ ସେମାନଙ୍କ ନିକଟରୁ ଲୁଟ୍‌ରେ ବ୍ୟବହୃତ ବାଇକ୍‌ (ନଂ. ଓଡ଼ି ୩୩ ଏଆର -୦୧୬୮),୧ ଲକ୍ଷ ଟଙ୍କା ଥିବା ବ୍ୟାଗ୍‌, ୨ ଟି ମୋବାଇଲ ଫୋନ୍‌, ମହେଶ୍ୱରଙ୍କ ଆଧାର କାର୍ଡ, ମନିପର୍ସରେ ଥିବା ୫୧୦ ଟଙ୍କା, ଏଟିଏମ୍‌ କାର୍ଡ ଜବତ କରି ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?