ଜଣାପଡିଲା ସୁଜାତାଙ୍କ VRS ପଛର କାରଣ! କହିଦେଲେ ବିଜେଡି ନେତା

ଭୁବନେଶ୍ୱର,୨୯।୩: IAS ସୁଜାତା କାର୍ତ୍ତିକେୟନଙ୍କ ସ୍ବେଚ୍ଛାକୃତ ଅବସରକୁ ନେଇ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ୨୦୦୦ ବ୍ୟାଚର ଏହି ଆଇଏଏସ ଅଧିକାରୀ କେନ୍ଦ୍ର ସରକାରଙ୍କ ଅନୁମୋଦନ ପରେ ଶନିବାର ଅବସର ଗ୍ରହଣ କରିଛନ୍ତି। କିନ୍ତୁ ଏହାର କାରଣ ସ୍ପଷ୍ଟ ନ ହେବା ସହ ସୁଜାତା ନିଜେ ମଧ୍ୟ ଏନେଇ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି, ଯାହା ରାଜନୈତିକ ମହଲରେ ନାନା ଜଳ୍ପନାଜଳ୍ପନା ସୃଷ୍ଟି କରିଛି।

ବିଜେଡି ବିଧାୟକ ରାଜା ସ୍ବାଇଁ ଏହି ପ୍ରସଙ୍ଗରେ ମତ ଦେଇ କହିଛନ୍ତି, ସୁଜାତା କାହିଁକି ଅବସର ନେଲେ, ତାହା ସେ ନିଜେ ହିଁ ଭଲ ଭାବରେ ଜାଣିଥିବେ। ତାଙ୍କ ମନ ଭିତରେ ଯେଉଁ କଷ୍ଟ ହୋଇଥିବ ତାହା କାହାକୁ ଅଛପା ନାହିଁ । କିଛି ଦିନ ତଳେ ଜଣେ କ୍ୟାବିନେଟ ମନ୍ତ୍ରୀ କିଛି ତ୍ରୁଟି ଓ ଅନିୟମିତତା ପାଇଁ ସିଧାସଳଖ ସୁଜାତାଙ୍କୁ ଦାୟୀ କରିଥିଲେ। ସୁଜାତା ଗୃହର ସଦସ୍ୟ ନ ଥିବାରୁ ମୁଁ ନିଜର ପ୍ରତିକ୍ରିୟା ରଖିପାରି ନ ଥିଲି। ଏହି ଘଟଣା ତାଙ୍କ ଅବସର ନେବାର ଏକ କାରଣ ହୋଇଥାଇପାରେ ବୋଲି ରାଜା ସ୍ବାଇଁ ଅନୁମାନ କରିଛନ୍ତି। ସେ ମଧ୍ୟ ଆଶା ପ୍ରକାଶ କରିଛନ୍ତି ଯେ ଅବସର ପରେ ସୁଜାତା ଏନେଇ ନିଜର ମତ ସ୍ପଷ୍ଟ କରିପାରନ୍ତି।

ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। କେନ୍ଦ୍ର ସରକାର ଭିଆରଏସକୁ କେନ୍ଦ୍ର ଅନୁମୋଦନ କରିଥିବା ସୂଚନା ମିଳିଛି। ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିବା ଖବର ପରେ ଏବେ ତାଙ୍କର ଆଗାମୀ ଷ୍ଟେପ ଉପରେ ସମସ୍ତଙ୍କ ନଜର ରହିଛି ।

ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ପ୍ରାୟ ଗୋଟେ ମାସ ତଳୁ ସ୍ୱେଚ୍ଛାକ୍ରୁତ ଅବସର ଲାଗି ଆବେଦନ କରିଥିଲେ। ହେଲେ ଏନେଇ ସରକାରୀସ୍ତରରେ ବାହାରକୁ ଖବର ପ୍ରକାଶ ପାଇ ନ ଥିଲା। ମାତ୍ର ଏବେ ତାଙ୍କ ଭିଆରସ ଆବେଦନ କେନ୍ଦ୍ର ଗ୍ରହଣ କରିଥିବା ନେଇ ବିଭାଗୀୟ ଚର୍ଚ୍ଚା ଜୋର ଧରିଛି।

ସୂଚନାଥାଉ କି, ସୁଜାତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତତ୍କାଳୀନ ବ୍ୟକ୍ତିଗତ ସଚିବ କାର୍ତ୍ତିକେୟନ ପାଣ୍ଡିଆନଙ୍କ ସ୍ତ୍ରୀ। ଦୀର୍ଘ ୬ମାସ ସେ ତାଙ୍କ ଝିଅର ୧୦ମ ପାଠପଢା ଲାଗି ଛୁଟିରେ ରହିବା ପରେ କିଛିଦିନ ତଳେ ସେ କାର୍ଯ୍ୟରେ ଯୋଗ ଦେଇଥିଲେ। ସେ ଆହୁରି ଅଧିକ ଦିନ ଛୁଟି ଆବେଦନ କରିଥିଲେ ମଧ୍ୟ ଭାଜପା ସରକାର ତାଙ୍କ ଆବେଦନକୁ ଖାରଜ କରିଥିଲେ। ଏହାପରେ ସେ ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗ ଦେଇଥିଲେ।

୨୦୨୪ ନିର୍ବାଚନରେ ବିଜେଡି କ୍ଷମତା ହରାଇବା ପରେ ସୁଜାତା ଛଅ ମାସର ଛୁଟିରେ ଥିଲେ। ନଭେମ୍ବର ୨୬, ୨୦୨୪ ପର୍ଯ୍ୟନ୍ତ ତାଙ୍କୁ ଛୁଟି ମଞ୍ଜୁର କରାଯାଇଥିଲା, କିନ୍ତୁ ତାଙ୍କ ଆବେଦନ ଅନୁସାରେ ଆଉ ଛଅ ମାସର ଛୁଟି ବୃଦ୍ଧି ପାଇଁ ଓଡ଼ିଶାର ଭାଜପା ସରକାର ଅନୁମତି ଦେଇ ନଥିଲେ। ଏହାପରେ ସେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିଥିବା ରିପୋର୍ଟ ପ୍ରକାଶ ପାଇଛି, ଯାହାକୁ କେନ୍ଦ୍ର ସରକାର ମଞ୍ଜୁରି ଦେଇଛନ୍ତି। ଏହି ନିଷ୍ପତ୍ତି ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି।

ସୁଜାତାଙ୍କ ଘର ଓଡ଼ିଶାର କେନ୍ଦ୍ରାପଡ଼ା ଜିଲାରେ। ତାଙ୍କ ପ୍ରାରମ୍ଭିକ ଜୀବନ ଝାଡ଼ଖଣ୍ଡର ଜାମସେଦପୁରରେ କଟିଥିଲା, ଯେଉଁଠାରେ ତାଙ୍କ ପିତା ଜଣେ ଡାକ୍ତର ଭାବେ କାର୍ଯ୍ୟ କରୁଥିଲେ। ୨୦୦୦ ମସିହାରେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମୟରେ ସୁଜାତାଙ୍କ ଆଇଏଏସ କ୍ୟାରିୟର ଆରମ୍ଭ ହୋଇଥିଲା। ସେ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର କମିଶନର-ସହ-ସଚିବ ଭାବେ କାର୍ଯ୍ୟ କରିଥିଲେ, ଯାହା ମହିଳା ସଶକ୍ତିକରଣ ପାଇଁ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୦୧ରେ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri