ଜଣାପଡିଲା ସୁଜାତାଙ୍କ VRS ପଛର କାରଣ! କହିଦେଲେ ବିଜେଡି ନେତା

ଭୁବନେଶ୍ୱର,୨୯।୩: IAS ସୁଜାତା କାର୍ତ୍ତିକେୟନଙ୍କ ସ୍ବେଚ୍ଛାକୃତ ଅବସରକୁ ନେଇ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ୨୦୦୦ ବ୍ୟାଚର ଏହି ଆଇଏଏସ ଅଧିକାରୀ କେନ୍ଦ୍ର ସରକାରଙ୍କ ଅନୁମୋଦନ ପରେ ଶନିବାର ଅବସର ଗ୍ରହଣ କରିଛନ୍ତି। କିନ୍ତୁ ଏହାର କାରଣ ସ୍ପଷ୍ଟ ନ ହେବା ସହ ସୁଜାତା ନିଜେ ମଧ୍ୟ ଏନେଇ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି, ଯାହା ରାଜନୈତିକ ମହଲରେ ନାନା ଜଳ୍ପନାଜଳ୍ପନା ସୃଷ୍ଟି କରିଛି।

ବିଜେଡି ବିଧାୟକ ରାଜା ସ୍ବାଇଁ ଏହି ପ୍ରସଙ୍ଗରେ ମତ ଦେଇ କହିଛନ୍ତି, ସୁଜାତା କାହିଁକି ଅବସର ନେଲେ, ତାହା ସେ ନିଜେ ହିଁ ଭଲ ଭାବରେ ଜାଣିଥିବେ। ତାଙ୍କ ମନ ଭିତରେ ଯେଉଁ କଷ୍ଟ ହୋଇଥିବ ତାହା କାହାକୁ ଅଛପା ନାହିଁ । କିଛି ଦିନ ତଳେ ଜଣେ କ୍ୟାବିନେଟ ମନ୍ତ୍ରୀ କିଛି ତ୍ରୁଟି ଓ ଅନିୟମିତତା ପାଇଁ ସିଧାସଳଖ ସୁଜାତାଙ୍କୁ ଦାୟୀ କରିଥିଲେ। ସୁଜାତା ଗୃହର ସଦସ୍ୟ ନ ଥିବାରୁ ମୁଁ ନିଜର ପ୍ରତିକ୍ରିୟା ରଖିପାରି ନ ଥିଲି। ଏହି ଘଟଣା ତାଙ୍କ ଅବସର ନେବାର ଏକ କାରଣ ହୋଇଥାଇପାରେ ବୋଲି ରାଜା ସ୍ବାଇଁ ଅନୁମାନ କରିଛନ୍ତି। ସେ ମଧ୍ୟ ଆଶା ପ୍ରକାଶ କରିଛନ୍ତି ଯେ ଅବସର ପରେ ସୁଜାତା ଏନେଇ ନିଜର ମତ ସ୍ପଷ୍ଟ କରିପାରନ୍ତି।

ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। କେନ୍ଦ୍ର ସରକାର ଭିଆରଏସକୁ କେନ୍ଦ୍ର ଅନୁମୋଦନ କରିଥିବା ସୂଚନା ମିଳିଛି। ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିବା ଖବର ପରେ ଏବେ ତାଙ୍କର ଆଗାମୀ ଷ୍ଟେପ ଉପରେ ସମସ୍ତଙ୍କ ନଜର ରହିଛି ।

ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ପ୍ରାୟ ଗୋଟେ ମାସ ତଳୁ ସ୍ୱେଚ୍ଛାକ୍ରୁତ ଅବସର ଲାଗି ଆବେଦନ କରିଥିଲେ। ହେଲେ ଏନେଇ ସରକାରୀସ୍ତରରେ ବାହାରକୁ ଖବର ପ୍ରକାଶ ପାଇ ନ ଥିଲା। ମାତ୍ର ଏବେ ତାଙ୍କ ଭିଆରସ ଆବେଦନ କେନ୍ଦ୍ର ଗ୍ରହଣ କରିଥିବା ନେଇ ବିଭାଗୀୟ ଚର୍ଚ୍ଚା ଜୋର ଧରିଛି।

ସୂଚନାଥାଉ କି, ସୁଜାତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତତ୍କାଳୀନ ବ୍ୟକ୍ତିଗତ ସଚିବ କାର୍ତ୍ତିକେୟନ ପାଣ୍ଡିଆନଙ୍କ ସ୍ତ୍ରୀ। ଦୀର୍ଘ ୬ମାସ ସେ ତାଙ୍କ ଝିଅର ୧୦ମ ପାଠପଢା ଲାଗି ଛୁଟିରେ ରହିବା ପରେ କିଛିଦିନ ତଳେ ସେ କାର୍ଯ୍ୟରେ ଯୋଗ ଦେଇଥିଲେ। ସେ ଆହୁରି ଅଧିକ ଦିନ ଛୁଟି ଆବେଦନ କରିଥିଲେ ମଧ୍ୟ ଭାଜପା ସରକାର ତାଙ୍କ ଆବେଦନକୁ ଖାରଜ କରିଥିଲେ। ଏହାପରେ ସେ ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗ ଦେଇଥିଲେ।

୨୦୨୪ ନିର୍ବାଚନରେ ବିଜେଡି କ୍ଷମତା ହରାଇବା ପରେ ସୁଜାତା ଛଅ ମାସର ଛୁଟିରେ ଥିଲେ। ନଭେମ୍ବର ୨୬, ୨୦୨୪ ପର୍ଯ୍ୟନ୍ତ ତାଙ୍କୁ ଛୁଟି ମଞ୍ଜୁର କରାଯାଇଥିଲା, କିନ୍ତୁ ତାଙ୍କ ଆବେଦନ ଅନୁସାରେ ଆଉ ଛଅ ମାସର ଛୁଟି ବୃଦ୍ଧି ପାଇଁ ଓଡ଼ିଶାର ଭାଜପା ସରକାର ଅନୁମତି ଦେଇ ନଥିଲେ। ଏହାପରେ ସେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିଥିବା ରିପୋର୍ଟ ପ୍ରକାଶ ପାଇଛି, ଯାହାକୁ କେନ୍ଦ୍ର ସରକାର ମଞ୍ଜୁରି ଦେଇଛନ୍ତି। ଏହି ନିଷ୍ପତ୍ତି ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି।

ସୁଜାତାଙ୍କ ଘର ଓଡ଼ିଶାର କେନ୍ଦ୍ରାପଡ଼ା ଜିଲାରେ। ତାଙ୍କ ପ୍ରାରମ୍ଭିକ ଜୀବନ ଝାଡ଼ଖଣ୍ଡର ଜାମସେଦପୁରରେ କଟିଥିଲା, ଯେଉଁଠାରେ ତାଙ୍କ ପିତା ଜଣେ ଡାକ୍ତର ଭାବେ କାର୍ଯ୍ୟ କରୁଥିଲେ। ୨୦୦୦ ମସିହାରେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମୟରେ ସୁଜାତାଙ୍କ ଆଇଏଏସ କ୍ୟାରିୟର ଆରମ୍ଭ ହୋଇଥିଲା। ସେ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର କମିଶନର-ସହ-ସଚିବ ଭାବେ କାର୍ଯ୍ୟ କରିଥିଲେ, ଯାହା ମହିଳା ସଶକ୍ତିକରଣ ପାଇଁ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୦୧ରେ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?