ଯାଜପୁର ବସ୍‌ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା

ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍‌ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ (ଓଡି୦୨-ବିଜେ-୮୫୯୯) ପ୍ରାୟ ୨୦ ଫୁଟ ତଳକୁ ଖସି ପଡିଥିଲା। ଶୀତତାପ ନିୟନ୍ତ୍ରିତ ସ୍ଲିପର ବସ୍‌ଟି ପୁରୀରୁ ପଶ୍ଚିମବଙ୍ଗର ହଳଦିଆ ଯାଉଥିଲା। ଏଥିରେ ଥିବା ୪୭ ଯାତ୍ରୀଙ୍କ ମଧ୍ୟରୁ ୨ ଶିଶୁଙ୍କ ସମେତ ୪୦ ଜଣ ଆହତ ହୋଇଥିବାବେଳେ ଜଣେ ମହିଳାଙ୍କ ସହ ୫ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ପାଇଁ ଡ୍ରାଇଭର ଦାୟୀ ବୋଲି ପରିବହନ ବିଭାଗର ଅତିରିକ୍ତ ସଚିବ ଲାଲମୋହନ ସେଠୀ କହିଛନ୍ତି। ଏନେଇ ସେ କହିଛନ୍ତି, ବସ୍‌ର କଣ୍ଡସନ ଭଲ ଥିଲା ମାର୍ଚ୍ଚରେ ଫିଟ୍‌ନେସ୍‌ ସାର୍ଟିଫିକେଟ ମିଳିଥିଲା। ଓଭରଟେକ୍‌, ଦ୍ରୁତଗତି ଏବଂ ଫୋନରେ ଗପୁଥିବାରୁ ଡ୍ରାଇଭର ବସ୍‌ ଉପରୁ ନିୟନ୍ତ୍ରଣ ହରାଇଥିଲେ। ଫଳରେ ଦୁର୍ଘଟଣା ଘଟିଥିଲା। ଡ୍ରାଇଭରଙ୍କ ଅବହେଳା ଯୋଗୁ ୫ ଜୀବନ ଯାଇଥିବାରୁ ଡ୍ରାଇଭରଙ୍କ ନାଁରେ ଆପରାଧିକ ମାମଲା ଚାଲିବ। ଅଧିକ ତଦନ୍ତ କରାଯାଇ କାର୍ଯ୍ୟନୁଷ୍ଠାନ ନିଆଯିବ।
ଆହତ ଯାତ୍ରୀମାନଙ୍କୁ ପ୍ରଥମେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ୪୦ଜଣଙ୍କୁ ୧୦୮ ଆମ୍ବୁଲାନ୍ସ ଓ ଘରୋଇ ଗାଡ଼ି ଯୋଗେ କଟକ ବଡ଼ମେଡିକାଲ(ଏସ୍‌ସିବି)କୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରେ ୧୩ ମହିଳା, ୨୭ଜଣ ପୁରୁଷ ରହିଛନ୍ତି। ୨୧ଜଣ ଗୁରୁତର ଥିବାବେଳେ ୨ଜଣ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ବସ୍‌ ଚାଳକଙ୍କ ସମ୍ପର୍କରେ କିଛି ଜଣାପଡ଼ି ନ ଥିବାବେଳେ କଣ୍ଡକ୍ଟରଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ସୂଚନା ମିଳିଛି। ତେବେ ମୃତ ଓ ଆହତମାନଙ୍କର ପରିଚୟ ମିଳିପାରି ନାହିଁ।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ ବସ୍‌ଟି ଦ୍ରୁତଗତିରେ ଯାଉଥିଲା। ହଠାତ୍‌ ଭାରସାମ୍ୟ ହରାଇ ଓଭରବ୍ରିଜ୍‌ ବାଡ଼ରେ ବାଡ଼େଇ ହୋଇଯାଇଥିଲା। ଚାଳକ ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇବାରୁ ବସ୍‌ଟି ତଳକୁ ଖସି ପଡ଼ିଥିଲା। ଦୁର୍ଘଟଣାସ୍ଥଳରେ ଖୁବ୍‌ ଜୋରରେ ଶବ୍ଦ ହେବାରୁ ବାରବାଟୀ ବଜାର ଅଞ୍ଚଳର ଲୋକେ ସେଠାରେ ରୁଣ୍ଡ ହୋଇଯାଇଥିଲେ। ଗାଡ଼ି ଭିତରୁ ଚିତ୍କାର କରୁଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିବା ପାଇଁ ଲୋକେ ଚେଷ୍ଟା କରିଥିଲେ। ତତ୍‌କ୍ଷଣାତ୍‌ ଧର୍ମଶାଳା ଓ କୁଆଖିଆ ଥାନା ପୋଲିସ ପୋଲିସ ଓ ଦମକଳ ବାହିନୀ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ଘଟଣାସ୍ଥଳରେ ଯାଜପୁର ଏସ୍‌ପି ବିନୀତ ଅଗ୍ରୱାଲ, ଏସ୍‌ଡିପିଓ ସଞ୍ଜୟ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ। ଘଟଣାରେ ୫ ଜଣ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତିମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଆହତମାନଙ୍କର ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ମୁଖ୍ୟମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri