ଯାଜପୁର ବସ୍‌ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା

ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍‌ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ (ଓଡି୦୨-ବିଜେ-୮୫୯୯) ପ୍ରାୟ ୨୦ ଫୁଟ ତଳକୁ ଖସି ପଡିଥିଲା। ଶୀତତାପ ନିୟନ୍ତ୍ରିତ ସ୍ଲିପର ବସ୍‌ଟି ପୁରୀରୁ ପଶ୍ଚିମବଙ୍ଗର ହଳଦିଆ ଯାଉଥିଲା। ଏଥିରେ ଥିବା ୪୭ ଯାତ୍ରୀଙ୍କ ମଧ୍ୟରୁ ୨ ଶିଶୁଙ୍କ ସମେତ ୪୦ ଜଣ ଆହତ ହୋଇଥିବାବେଳେ ଜଣେ ମହିଳାଙ୍କ ସହ ୫ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ପାଇଁ ଡ୍ରାଇଭର ଦାୟୀ ବୋଲି ପରିବହନ ବିଭାଗର ଅତିରିକ୍ତ ସଚିବ ଲାଲମୋହନ ସେଠୀ କହିଛନ୍ତି। ଏନେଇ ସେ କହିଛନ୍ତି, ବସ୍‌ର କଣ୍ଡସନ ଭଲ ଥିଲା ମାର୍ଚ୍ଚରେ ଫିଟ୍‌ନେସ୍‌ ସାର୍ଟିଫିକେଟ ମିଳିଥିଲା। ଓଭରଟେକ୍‌, ଦ୍ରୁତଗତି ଏବଂ ଫୋନରେ ଗପୁଥିବାରୁ ଡ୍ରାଇଭର ବସ୍‌ ଉପରୁ ନିୟନ୍ତ୍ରଣ ହରାଇଥିଲେ। ଫଳରେ ଦୁର୍ଘଟଣା ଘଟିଥିଲା। ଡ୍ରାଇଭରଙ୍କ ଅବହେଳା ଯୋଗୁ ୫ ଜୀବନ ଯାଇଥିବାରୁ ଡ୍ରାଇଭରଙ୍କ ନାଁରେ ଆପରାଧିକ ମାମଲା ଚାଲିବ। ଅଧିକ ତଦନ୍ତ କରାଯାଇ କାର୍ଯ୍ୟନୁଷ୍ଠାନ ନିଆଯିବ।
ଆହତ ଯାତ୍ରୀମାନଙ୍କୁ ପ୍ରଥମେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ୪୦ଜଣଙ୍କୁ ୧୦୮ ଆମ୍ବୁଲାନ୍ସ ଓ ଘରୋଇ ଗାଡ଼ି ଯୋଗେ କଟକ ବଡ଼ମେଡିକାଲ(ଏସ୍‌ସିବି)କୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରେ ୧୩ ମହିଳା, ୨୭ଜଣ ପୁରୁଷ ରହିଛନ୍ତି। ୨୧ଜଣ ଗୁରୁତର ଥିବାବେଳେ ୨ଜଣ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ବସ୍‌ ଚାଳକଙ୍କ ସମ୍ପର୍କରେ କିଛି ଜଣାପଡ଼ି ନ ଥିବାବେଳେ କଣ୍ଡକ୍ଟରଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ସୂଚନା ମିଳିଛି। ତେବେ ମୃତ ଓ ଆହତମାନଙ୍କର ପରିଚୟ ମିଳିପାରି ନାହିଁ।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ ବସ୍‌ଟି ଦ୍ରୁତଗତିରେ ଯାଉଥିଲା। ହଠାତ୍‌ ଭାରସାମ୍ୟ ହରାଇ ଓଭରବ୍ରିଜ୍‌ ବାଡ଼ରେ ବାଡ଼େଇ ହୋଇଯାଇଥିଲା। ଚାଳକ ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇବାରୁ ବସ୍‌ଟି ତଳକୁ ଖସି ପଡ଼ିଥିଲା। ଦୁର୍ଘଟଣାସ୍ଥଳରେ ଖୁବ୍‌ ଜୋରରେ ଶବ୍ଦ ହେବାରୁ ବାରବାଟୀ ବଜାର ଅଞ୍ଚଳର ଲୋକେ ସେଠାରେ ରୁଣ୍ଡ ହୋଇଯାଇଥିଲେ। ଗାଡ଼ି ଭିତରୁ ଚିତ୍କାର କରୁଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିବା ପାଇଁ ଲୋକେ ଚେଷ୍ଟା କରିଥିଲେ। ତତ୍‌କ୍ଷଣାତ୍‌ ଧର୍ମଶାଳା ଓ କୁଆଖିଆ ଥାନା ପୋଲିସ ପୋଲିସ ଓ ଦମକଳ ବାହିନୀ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ଘଟଣାସ୍ଥଳରେ ଯାଜପୁର ଏସ୍‌ପି ବିନୀତ ଅଗ୍ରୱାଲ, ଏସ୍‌ଡିପିଓ ସଞ୍ଜୟ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ। ଘଟଣାରେ ୫ ଜଣ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତିମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଆହତମାନଙ୍କର ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ମୁଖ୍ୟମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri