Posted inଜାତୀୟ

କାନିମୋଝିଙ୍କୁ ଆଶ୍ୱସ୍ତି: ନିର୍ବାଚନ ରଦ୍ଦ କରିବା ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ…

ନୂଆଦିଲ୍ଲୀ,୪।୫ : ଡିଏମକେ ଏମପି କାନିମୋଝିି କରୁଣାନିଧିଙ୍କୁ ସୁପ୍ରିମକୋର୍ଟ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। କାନିମୋଝିଙ୍କ ନିର୍ବାଚନ ରଦ୍ଦ କରିବାକୁ ଦାବି କରି ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନକୁ ଶୀର୍ଷ କୋର୍ଟ ଖାରଜ କରିଦେଇଛନ୍ତି। ତାମିଲନାଡୁର ଥୋଥୁକୁଡି ଲୋକସଭା ଆସନରୁ କାନିମୋଝିଙ୍କ ନିର୍ବାଚନକୁ ଚ୍ୟାଲେଞ୍ଜ କରାଯାଇଥିଲା। ଏହା ବିରୋଧରେ କନିମୋଝି ତାଙ୍କ ନିର୍ବାଚନ ବାତିଲ କରିବାକୁ ଦାବି କରିଥିବା ଆବେଦନକୁ ଖାରଜ କରିବା ପାଇଁ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ।

ତାଙ୍କ ନିର୍ବାଚନ ରଦ୍ଦ କରିବା ବିରୋଧରେ ସେ ଦାଖଲ ହୋଇଥିବା ଆବେଦନକୁ ମାଡ୍ରାସ ହାଇକୋର୍ଟ ଖାରଜ କରିଦେଇଥିଲେ। ଏହା ପରେ ହାଇକୋର୍ଟଙ୍କ ରାୟକୁ ନେଇ କାନିମୋଝି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କାନିମୋଝିଙ୍କ ଆବେଦନକୁ ଗ୍ରହଣ କରି ସୁପ୍ରିମକୋର୍ଟର ଜଷ୍ଟିସ ଅଜୟ ରାସ୍ତୋଗୀ ଏବଂ ଜଷ୍ଟିସ ବେଲା ଏମ କାନିମୋଜିଙ୍କ ବିରୋଧରେ ଦାଖଲ ହୋଇଥିବା ଆବେଦନକୁ ଖାରଜ କରିଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୯ ରେ ଥୋଥୁକୁଡି ଲୋକସଭା ଆସନରୁ କାନିମୋଝି ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତାଙ୍କ ନିର୍ବାଚନକୁ ଏ ସନାତନ କୁମାର ନାମକ ଜଣେ ଭୋଟର ଚ୍ୟାଲେଞ୍ଜ କରିଥିଲେ। ଆବେଦନକାରୀ ଅଭିଯୋଗ କରିଥିଲେ, କାନିମୋଝି ତାଙ୍କ ନିର୍ବାଚନୀ ସତ୍ୟପାଠରେ ତାଙ୍କ ସ୍ବାମୀଙ୍କ ପ୍ୟାନ ନମ୍ବର ଉଲ୍ଲେଖ କରିନାହାଁନ୍ତି। ଏହି ଆଧାରରେ ଆବେଦନକାରୀ କାନିମୋଝିଙ୍କ ନିର୍ବାଚନକୁ ରଦ୍ଦ କରିବାକୁ ଚେଷ୍ଟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri