Posted inଜାତୀୟ

ଶାହାନଓ୍ବାଜଙ୍କୁ ଆଶ୍ୱସ୍ତି, ହାଇକୋର୍ଟଙ୍କ ଏଫଆଇଆର ରୁଜୁ ଆଦେଶ ଉପରେ ଏସସିଙ୍କ ରୋକ…

ନୂଆଦିଲ୍ଲୀ, ୨୨।୮ : ଭାଜପା ନେତା ଶାହନୱାଜ ହୁସେନଙ୍କୁ ତାଙ୍କ ବିରୋଧରେ ଆସିଥିବା ୨୦୧୮ ବଳାତ୍କାର ମାମଲାରେ ଅପରାଧିକ ଅଭିଯୋଗ ମାମଲାରେ ସୁପ୍ରିମକୋର୍ଟ (ଏସସି) ରେ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ଏହି ମାମଲାରେ ଶାହାନଓ୍ବାଜ ବିରୋଧରେ ଏଫଆଇଆର୍‌ ପଞ୍ଜିକରଣ କରିବାକୁ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରା ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି। ବର୍ତ୍ତମାନ ଏହି ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ତୃତୀୟ ସପ୍ତାହରେ ଅନୁଷ୍ଠିତ ହେବ।

ଅଗଷ୍ଟ ୧୮ ରେ, ଦିଲ୍ଲୀ ହାଇକୋର୍ଟ ବଳାତ୍କାର ମାମଲାରେ ଭାଜପା ନେତା ଶାହନୱାଜ ହୁସେନଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତିନି ମାସ ମଧ୍ୟରେ ତଦନ୍ତ ଶେଷ କରିବାକୁ କୋର୍ଟ କହିଥିଲେ।

ଜଣେ ମହିଳା ଶାହନୱାଜଙ୍କ ବିରୋଧରେ ଜୁନ ୨୦୧୮ ରେ ଅଭିଯୋଗ କରିଥିଲେ। ସେ କହିଥିଲେ ଯେ ଭାଜପା ନେତା ତାଙ୍କୁ ଏପ୍ରିଲ ୨୦୧୮ ରେ ତାଙ୍କ ଛତ୍ରପୁର ଫାର୍ମହାଉସକୁ ଡାକିଥିଲେ ଏବଂ ତାଙ୍କୁ ଥଣ୍ଡା ପାନୀୟରେ କିଛି ନିଶା ପଦାର୍ଥ ମିଶାଇ ଦେଇଥିଲେ। ଏହା ପରେ ତାଙ୍କୁ ବଳାତ୍କାର କରାଯାଇଥିଲା।

ଶାହନୱାଜଙ୍କ ଆଇନଜୀବୀ ସିଦ୍ଧାର୍ଥ ଲୁଥ୍ରା କହିଥିଲେ ଯେ ଅଭିଯୋଗକାରିଣୀ ଏବଂ ଶାହନୱାଜଙ୍କ ଭାଇଙ୍କ ମଧ୍ୟରେ କିଛି ବିବାଦ ଥିବାରୁ ଏଥିରେ ତାଙ୍କୁ ଅଯଥା ସମ୍ପୃକ୍ତ କରାଯାଇଛି। ତେଣୁ ତାଙ୍କ ବିରୋଧରେ ଏଫଆଇଆର ଦାଖଲ କରିବା ସମ୍ପୂର୍ଣ୍ଣ ଭୁଲ। ଏହି ବିବାଦ ଭିତରକୁ ଶାହନମ୍‌ୱାଜଙ୍କୁ ମଧ୍ୟ ଟାଣି ନିଆଯାଉଥିବା ସେ କହିଥିଲେ। ଆଇନଜୀବୀ କହିଥିଲେ ଭାଜପା ନେତାଙ୍କ ବିରୋଧରେ ଏଫଆଇଆର ଦାଖଲ କରିବାକୁ ଟ୍ରାଏଲ କୋର୍ଟ ଦେଇଥିବା ନିଷ୍ପତ୍ତି ପଛରେ କୌଣସି ସ୍ପଷ୍ଟ କାରଣ ମଧ୍ୟ ଦିଆଯାଇ ନାହିଁ। ଅଭିଯୋଗକାରିଣୀଙ୍କ ଅଭିଯୋଗକୁ ପ୍ରମାଣିତ କରିବା ପାଇଁ ପୋଲିସ ମଧ୍ୟ କୌଣସି ପ୍ରମୂଖ ପ୍ରମାଣ ପାଇନାହିଁ ବୋଲି ସେ ଯୁକ୍ତି ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri