ରେବ, କପାଳୀ ନଦୀରେ ବନ୍ୟା : ବୁଡ଼ିଲା ଶତାଧିକ ଏକର ଚାଷ ଜମି

ଧାମନଗର,୧୮ା୮(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଦେଇ ପ୍ରବାହିତ ରେବ ଓ କପାଳି ନଦୀରେ ପ୍ରଥମ ବନ୍ୟା ଜଳ ପ୍ରବେଶ କରିଛି। ଫଳରେ ଏହି ବ୍ଲକର ତଳିଆ ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇଛି। ଚାଷୀମାନେ ଧାନ ରୁଆ ପୋତା କାମ ସାରିଥିବାବେଳେ ତାହା ନଷ୍ଟ ହେବାର ଆଶଙ୍କା ପ୍ରକାଶ ପାଇଛି।
ପ୍ରବଳ ବର୍ଷା ଯୋଗୁ ନଦୀ ଜଳ ବୃଦ୍ଧି ପାଇ ଅସୁରାଳୀ, ଗଢିଆଳି, ଫତେପୁର,କୋଠାର,ଧୂଷୁରୀ,ଖପରପଦା,ବମକୁରା, କାଶିମପୁର ପଞ୍ଚାୟତରେ ଶତାଧିକ ଏକର ଚାଷଜମି ଜଳପ୍ଲାବିତ ହୋଇଛି। ସେହିପରି ପତ୍ରୀସାହି ଓ ଖୋପସାହି ମଧ୍ୟରେ ଥିବା ଘୋଷରା ଉପରେ ରେବ ଏବଂ ବାଲିଚତିରି ନଦୀର ବନ୍ୟାଜଳ ୪ ଫୁଟର ଉଚ୍ଚରେ ପ୍ରବାହିତ ହେଉଛି। ଏଥିଯୋଗୁ ଧୂଷୁରୀ ଏବଂ ତିହିଡ଼ି ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବିଚ୍ଛିନ୍ନ ହୋଇପଡ଼ିଛି। ଫତେପୁର, କାଶିମପୁର, ବାଙ୍କସାହି, ଖୋପସାହି, ନାଉଗଡ଼ିଆ ପ୍ରଭୃତି ଗ୍ରାମବାସୀମାନେ ଧୂଷୁରୀକୁ ଯିବାଆସିବା କରିବା କ୍ଷେତ୍ରରେ ବାଧା ସୃଷ୍ଟି ହୋଇଛି। କୋଠାର ସରପଞ୍ଚ ଡା. ନିମାଇଁ ନାୟକଙ୍କ ସହ ସ୍ଥାନୀୟ ଅଞ୍ଚଳବାସୀ ଉକ୍ତ ଘୋଷରା ଉପରେ ଏକ ପୋଲ ନିର୍ମାଣ ପାଇଁ ଦୀର୍ଘ ଦିନ ହେବ ଦାବି କରି ଆସୁଥିବା ବେଳେ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉନାହିଁ।
ରେବ ଏବଂ କପାଳୀ ନଦୀ ମଧ୍ୟରେ ଅସୁରାଳୀ ପଞ୍ଚାୟତର ଚାଷ ଜମି ସମ୍ପୂର୍ଣ୍ଣ ଭାବେ ଜଳମଗ୍ନ ହୋଇଯାଇଛି । ଯାହାଦ୍ୱାରା ଅସୁରାଳୀର ଗାନ୍ଧୀନଗର, ଶ୍ରୀନାଥ ନଗର, କଲ୍ୟାଣୀ ନଗର, ସାହୁସାହି,ଲେଞ୍ଜରା, ମଲ୍ଲିକ ପାଟଣା, ଦିନାଜପୁର, ଡିଲୋ, ତୋରବନ୍ତିଆ, ହାତିଆପଡ଼ା ଆଦି ଗ୍ରାମର ଚାଷଜମି ଜଳମଗ୍ନ ହେବା ସହିତ ଗଁାଗୁଡିକ ଜଳବନ୍ଦୀ ହୋଇ ରହିଛି। ଦୀର୍ଘ ଦିନ ଧରି ଅନିୟମିତ ବର୍ଷା ପାଇଁ ଚାଷୀମାନେ ବିଳମ୍ବରେ ଚାଷ କାର୍ଯ୍ୟ ଆରମ୍ଭ କରିବା ଥିବା ବେଳେ ଫସଲ ନଷ୍ଟ ଆଶଙ୍କାରେ ସେମାନେ ହତାଶ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri