ରେବ, କପାଳୀ ନଦୀରେ ବନ୍ୟା : ବୁଡ଼ିଲା ଶତାଧିକ ଏକର ଚାଷ ଜମି

ଧାମନଗର,୧୮ା୮(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଦେଇ ପ୍ରବାହିତ ରେବ ଓ କପାଳି ନଦୀରେ ପ୍ରଥମ ବନ୍ୟା ଜଳ ପ୍ରବେଶ କରିଛି। ଫଳରେ ଏହି ବ୍ଲକର ତଳିଆ ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇଛି। ଚାଷୀମାନେ ଧାନ ରୁଆ ପୋତା କାମ ସାରିଥିବାବେଳେ ତାହା ନଷ୍ଟ ହେବାର ଆଶଙ୍କା ପ୍ରକାଶ ପାଇଛି।
ପ୍ରବଳ ବର୍ଷା ଯୋଗୁ ନଦୀ ଜଳ ବୃଦ୍ଧି ପାଇ ଅସୁରାଳୀ, ଗଢିଆଳି, ଫତେପୁର,କୋଠାର,ଧୂଷୁରୀ,ଖପରପଦା,ବମକୁରା, କାଶିମପୁର ପଞ୍ଚାୟତରେ ଶତାଧିକ ଏକର ଚାଷଜମି ଜଳପ୍ଲାବିତ ହୋଇଛି। ସେହିପରି ପତ୍ରୀସାହି ଓ ଖୋପସାହି ମଧ୍ୟରେ ଥିବା ଘୋଷରା ଉପରେ ରେବ ଏବଂ ବାଲିଚତିରି ନଦୀର ବନ୍ୟାଜଳ ୪ ଫୁଟର ଉଚ୍ଚରେ ପ୍ରବାହିତ ହେଉଛି। ଏଥିଯୋଗୁ ଧୂଷୁରୀ ଏବଂ ତିହିଡ଼ି ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବିଚ୍ଛିନ୍ନ ହୋଇପଡ଼ିଛି। ଫତେପୁର, କାଶିମପୁର, ବାଙ୍କସାହି, ଖୋପସାହି, ନାଉଗଡ଼ିଆ ପ୍ରଭୃତି ଗ୍ରାମବାସୀମାନେ ଧୂଷୁରୀକୁ ଯିବାଆସିବା କରିବା କ୍ଷେତ୍ରରେ ବାଧା ସୃଷ୍ଟି ହୋଇଛି। କୋଠାର ସରପଞ୍ଚ ଡା. ନିମାଇଁ ନାୟକଙ୍କ ସହ ସ୍ଥାନୀୟ ଅଞ୍ଚଳବାସୀ ଉକ୍ତ ଘୋଷରା ଉପରେ ଏକ ପୋଲ ନିର୍ମାଣ ପାଇଁ ଦୀର୍ଘ ଦିନ ହେବ ଦାବି କରି ଆସୁଥିବା ବେଳେ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉନାହିଁ।
ରେବ ଏବଂ କପାଳୀ ନଦୀ ମଧ୍ୟରେ ଅସୁରାଳୀ ପଞ୍ଚାୟତର ଚାଷ ଜମି ସମ୍ପୂର୍ଣ୍ଣ ଭାବେ ଜଳମଗ୍ନ ହୋଇଯାଇଛି । ଯାହାଦ୍ୱାରା ଅସୁରାଳୀର ଗାନ୍ଧୀନଗର, ଶ୍ରୀନାଥ ନଗର, କଲ୍ୟାଣୀ ନଗର, ସାହୁସାହି,ଲେଞ୍ଜରା, ମଲ୍ଲିକ ପାଟଣା, ଦିନାଜପୁର, ଡିଲୋ, ତୋରବନ୍ତିଆ, ହାତିଆପଡ଼ା ଆଦି ଗ୍ରାମର ଚାଷଜମି ଜଳମଗ୍ନ ହେବା ସହିତ ଗଁାଗୁଡିକ ଜଳବନ୍ଦୀ ହୋଇ ରହିଛି। ଦୀର୍ଘ ଦିନ ଧରି ଅନିୟମିତ ବର୍ଷା ପାଇଁ ଚାଷୀମାନେ ବିଳମ୍ବରେ ଚାଷ କାର୍ଯ୍ୟ ଆରମ୍ଭ କରିବା ଥିବା ବେଳେ ଫସଲ ନଷ୍ଟ ଆଶଙ୍କାରେ ସେମାନେ ହତାଶ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri